ଏମ୍‌ସରୁ ଟିକେଟ୍‌ କାଟି ୧୦ ହଜାରରେ ବିକୁଥିଲେ, ଧରିଲା ପୋଲିସ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ଏମ୍‌ସ ପରିସରରୁ ୨ ବଙ୍ଗୀୟ ଦଲାଲଙ୍କୁ କମିଶନରେଟ ପୋଲିସ ଶୁକ୍ରବାର କାବୁ କରିଛି। ସେମାନେ ହେଲେ ପଶ୍ଚିମବଙ୍ଗ ମେଦନାପୁର ଅଞ୍ଚଳର ଅମିତ ପ୍ରତିହାରୀ ଓ ଗୋପାଳ ଭଟ୍ଟ। ଉଭୟ ଏକ ମାସରୁ ଊର୍ଦ୍ଧ୍ୱ ସମୟ ଧରି ଏମ୍‌ସ ପାଖରେ ଭଡ଼ା ନେଇ ରହୁଥିଲେ। ପ୍ରତିଦିନ ସକାଳେ ଏମ୍‌ସ ଟିକେଟ୍‌ କାଉଣ୍ଟରରେ ଛିଡ଼ା ହୋଇ ବିଭିନ୍ନ ବିଭାଗର ଟୋକନ କାଟନ୍ତି। ଆଉ ସେହି ଟୋକନକୁ ପଶ୍ଚିମବଙ୍ଗରୁ ଆସୁଥିବା ରୋଗୀଙ୍କୁ ୨ ହଜାରରୁ ୧୦ ହଜାର ଟଙ୍କାରେ ବିକୁଛନ୍ତି। ଶୁକ୍ରବାର ଏହି ରାକେଟ୍‌ର ପର୍ଦ୍ଦାଫାସ ହୋଇଛି। ଏହାଛଡ଼ା ମୋବାଇଲରେ ରୋଗୀ ଓ ତାଙ୍କ ସମ୍ପର୍କୀୟଙ୍କ ସହିତ ଯୋଗାଯୋଗ କରି ଟୋକନ କାଟି ବିକ୍ରି କରୁଥିଲେ। ଏମ୍‌ସ ସୁରକ୍ଷାକର୍ମୀ ଏହା ଜାଣି କମିଶନରେଟ ପୋଲିସକୁ ଖବରଦେଇଥିଲେ। ଅଭିଯୋଗକୁ ଭିତ୍ତିକରି କମିଶନରେଟ ପୋଲିସ ଖଣ୍ଡଗିରି ଥାନା ଆଇଆଇସିଙ୍କ ନେନୃତ୍ୱରେ ଏକ ଟିମ୍‌ ଗଠନ କରିଥିଲା। ଉକ୍ତ ଟିମ୍‌ ସଦସ୍ୟମାନେ ସାଦା ପୋଷାକରେ ଏମ୍‌ସ ଟୋକନ କାଉଣ୍ଟର ଓ କ୍ୟାମ୍ପସରେ ଚକ୍କର କାଟୁଥିଲେ। ଅମିତ ଓ ଗୋପାଳ ନିୟମିତ ଟୋକନ କାଉଣ୍ଟରରେ ଛିଡ଼ା ହେଉଥିବା ପୋଲିସ ନଜରକୁ ଆସିଥିଲେ। ପରେ ପୋଲିସ ସେମାନଙ୍କ ମୋବାଇଲ ନମ୍ବର ହାତେଇ ସିଡିଆର୍‌ ରେକର୍ଡ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ସେମାନଙ୍କ ଲୋକେଶନ ସବୁବେଳେ ଏମ୍‌ସ କ୍ୟାମ୍ପସ ଭିତରେ ଥିବା ଦେଖିବାକୁ ମିଳିଥିଲା। ପରେ ତାଙ୍କୁ କାବୁ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

ରାଜ୍ୟବାସୀଙ୍କ ମତାମତ ଲୋଡ଼ିଲେ ପାଣ୍ଡିଆନ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):୫-ଟି ଓ ନବୀନ ଓଡ଼ିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ବିଜେଡି ଇସ୍ତାହାର ପାଇଁ ରାଜ୍ୟବାସୀଙ୍କ ମତାମତ ଲୋଡ଼ିଛନ୍ତି। ଗୁରୁବାର ସାମାଜିକ ଗଣମାଧ୍ୟମ ଜରିଆରେ ସେ...

୪ ସଂସଦୀୟ କ୍ଷେତ୍ରରେ ମହିଳା ଭୋଟର ଅଧିକ

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ଆସନ୍ତା ମେ’ ୧୩ ତାରିଖରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ ଗ୍ରହଣ ହେବ। ଏହି ପର୍ଯ୍ୟାୟରେ କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଏବଂ ବ୍ରହ୍ମପୁର ସଂସଦୀୟ...

ଜଙ୍ଗଲ ନିଆଁ: ୯୯ ପ୍ରତିଶତ ମନୁଷ୍ୟକୃତ

ଭୁବନେଶ୍ୱର, ୧୯।୪(ଅସମାପିକା ସାହୁ):ରାଜ୍ୟରେ ତାତି ସାଙ୍ଗକୁ ବଢୁଛି ଜଙ୍ଗଲ ନିଆଁ ବିପଦ। ଚଳିତବର୍ଷ ଜଙ୍ଗଲରେ ଲାଗିଥିବା ନିଆଁ ବର୍ତ୍ତମାନ ଚିନ୍ତାଜନକ ରହିଛି। ଗତବର୍ଷ ତୁଳନାରେ ଚଳିତବର୍ଷ...

ଜଳୁଛି ଓଡ଼ିଶା:୪୦ ଡିଗ୍ରୀ ଉପରେ ୩୨ ସହର ତାପମାତ୍ରା

ଭୁବନେଶ୍ୱର, ୧୯ା୪(ଅସମାପିକା ସାହୁ):ଡହ ଡହ ଖରାରେ ସିଝୁଛି ସାରା ଓଡ଼ିଶା। ଉପକୂଳରୁ ଆଭ୍ୟନ୍ତରୀଣ, ଉତ୍ତରରୁ ଦକ୍ଷିଣ ଓଡ଼ିଶା ସବୁଠି ପାରଦ ଉପରମୁହାଁ ହୋଇଯାଇଛି। ଗୁରୁବାର ରାଜ୍ୟର...

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri