ତଣ୍ଟି କାଟି ଗୁରୁତର ହୋଇଥିଲେ,ମେଡିକାଲ ନେବାରୁ ଛାତରୁ ଡେଇଁଲେ, ପରେ…

ସମ୍ବଲପୁର,୧୩।୮ (ପ୍ରମୋଦ ବହିଦାର): ଭୀମସାରରେ ପୁଣି ଏକ ଅଘଟଣ ଘଟିଛି। ଜଣେ ରୋଗୀ ବୁଧବାର ସକାଳେ ଭୀମସାର ପ୍ରଥମ ମହଲାରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସେ ବରଗଡ଼ ଜିଲା ବିଜେପୁର ଥାନା ଅନ୍ତର୍ଗତ ଭାଟିଗାଓଁର ସୁବୀର ସିରଦାର(୨୮) ବୋଲି ଜଣାପଡ଼ିଛି। ମଙ୍ଗଳବାର ରାତିରେ ଭାଟିଗାଓଁର ସୁବୀର ସିରଦାର ଏକ ଧାରୁଆ ଅସ୍ତ୍ରରେ ନିଜ ତଣ୍ଟି କାଟି ଗୁରୁତର ହୋଇଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ପ୍ରଥମେ ତାଙ୍କୁ ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ମାତ୍ର ଅବସ୍ଥା ଗୁରୁତର ହେବାରୁ ବୁଧବାର ପ୍ରାତଃରେ ଭୀମସାରକୁ ସ୍ଥାନାନ୍ତର କରିଥିଲା। ଭୀମସାର ଆଶୁ ଚିକିତ୍ସା କେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ମଧ୍ୟାହ୍ନ ପ୍ରାୟ ୧୨ଟାରେ ଅସ୍ତ୍ରୋପଚାର ପାଇଁ ଭୀମସାର ପ୍ରଥମ ମହଲାରେ ଥିବାା(ଇଏନ୍‌ଟି) ବିଭାଗର ଅସ୍ତ୍ରୋପଚାର କକ୍ଷକୁ ତାଙ୍କୁ ଷ୍ଟ୍ରେଚରରେ ଅଣା ଯାଇଥିଲା। ଅସ୍ତ୍ରୋପଚାର କକ୍ଷ ସମ୍ମୁଖରେ ତାଙ୍କୁ ସାଙ୍ଗରେ ଧରି ପରିବାର ଲୋକଙ୍କୁ ଅପେକ୍ଷା କରିବାକୁ କୁହାଯାଇଥିଲା। ଏହି ସମମୟରେ ପରିବାର ଲୋକଙ୍କ ଅନ୍ୟମନସ୍କତାର ସୁଯୋଗରେ ସେ ଷ୍ଟ୍ରେଚରରୁ ଉଠି ହଠାତ୍‌ ଦୌଡ଼ିଯାଇ ପ୍ରଥମ ମହଲାରୁ ତଳକୁ ଡେଇଁ ପଡ଼ିଥିଲେ। ତାଙ୍କୁ ଗୁରୁତର ଆହତ ଅବସ୍ଥାରେ ସୁରକ୍ଷାକର୍ମୀଙ୍କୁ ଉଦ୍ଧାର କରି ଭୀମସାରରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

ଘରୋଇ କଲେଜ ସିଲ୍‌ କଲା ପ୍ରଶାସନ, ତଦନ୍ତ ଆରମ୍ଭ

ବଲାଙ୍ଗୀର,୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ଶାନ୍ତିପଡ଼ାରେ ଥିବା ଏକ ଘରୋଇ କଲେଜରେ ଗୁରୁବାର ପ୍ରଶାସନିକ ଟିମ ଚଢ଼ାଉ କରିଥିଲା। ଡିସିପିଓ, cwc, ପୋଲିସ ଓ ଶିକ୍ଷା…

ଯୁବକଙ୍କୁ ଆକ୍ରମଣ ପରେ ଛିନ ତାଇ ଘଟଣା: ଜଣେ ଅଭିଯୁକ୍ତ ଗଲେ ଜେଲ, ସମ୍ପୃକ୍ତ ୩ ନାବାଳକ ଗଲେ ବାଳ ସୁଧାର ଗୃହ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମ ଶ୍ରୀ ଗଣେଶ ମନ୍ଦିର ସମ୍ମୁଖ ୩୨୬ ନଂ ଜାତୀୟ ରାଜପଥରେ ବାଇକ ଅଟକାଇ ବୁଗୁଡ଼ା…

ଫାଇନାଲରେ ଏହି ୩ ପାକିସ୍ତାନୀ ଖେଳାଳି ଭାରତ ପାଇଁ କାଳ! ମ୍ୟାଚର ମୋଡ଼ ପଲଟାଇବାରେ ମାହିର, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ,୧।୧୦: ଭାରତ ଓ ପାକିସ୍ତାନ ମଧ୍ୟରେ କ୍ରିକେଟ ମ୍ୟାଚ ହେଲେ ରୋମାଞ୍ଚର କୌଣସି ଅଭାବ ରହେ ନାହିଁ। ଏବେ ଏସିଆନ ଗେମ୍ସ ୨୦୨୬ର ଫାଇନାଲରେ ଦୁଇ ଦଳ…

ମା’ ତାରାତାରିଣୀ ପୀଠରେ ଷୋଡ଼ଶ ପୂଜା ଲାଗି ପ୍ରସ୍ତୁତି ଆରମ୍ଭ, ଭକ୍ତଙ୍କ ଦର୍ଶନ, ସୁରକ୍ଷାକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୧।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଆସନ୍ତା ୩ ତାରିଖରୁ ଆରମ୍ଭ ହେବାକୁ ଥିବା ଷୋଡଶ ପୂଜାକୁ ନେଇ ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?