ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ ଝୁରି ଭୁଶି ବୀଭତ୍ସ ଭାବେ ହତ୍ୟା କରିଛନ୍ତି। ଏହି ଘଟଣାରେ ସଦର ଥାନା ଅନ୍ତର୍ଗତ କଂସାର ଗ୍ରାମର ଆଦିତ୍ୟପ୍ରସାଦ ବେହେରା, ସଦର ଥାନା ଓସ୍ତପୁର ପଞ୍ଚାୟତ ସାରଙ୍ଗ ଗ୍ରାମର ଦୁର୍ଯ୍ୟୋଧନ ଖଟୁଆଙ୍କ ପୁଅ ଅକ୍ଷୟଙ୍କୁ ୧୬ଥର ଛୁରି ଭୁସି ଆକ୍ରମଣ କରିଛନ୍ତି। ସ୍ଥାନୀୟ ଲୋକ ଗୁରୁତର ଅବସ୍ଥାରେ ଅକ୍ଷୟଙ୍କୁ କେନ୍ଦ୍ରାପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏଥିସହ ଲୋକେ ଆଦିତ୍ୟଙ୍କୁ କାବୁ କରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଆଦିତ୍ୟଙ୍କୁ ଅଟକ ରଖିବା ସହ ତାଙ୍କ ନିକଟରୁ ଛୁରିକୁ ଜବତ କରିଛି। ଏ ନେଇ ଟାଉନ ଥାନାରେ ଏକ ମାମଲା ରୁଜୁ ହୋଇଛି। ପ୍ରତ୍ୟେକ୍ଷଦର୍ଶୀଙ୍କ ବୟାନ ଅନୁଯାୟୀ, ଅକ୍ଷୟ ଜଣେ ଇଲେକ୍ଟ୍ରିସିଆନ। ଏସି ମେକାନିକ୍‌ ଭାବେ କାର୍ଯ୍ୟ ସାରି ହନୁମାନ ମନ୍ଦିର ନିକଟରେ ବସିଥିଲେ। ଅପରପକ୍ଷରେ ଆଦିତ୍ୟଙ୍କ ପରିବାର କଂସାର ଗ୍ରାମରୁ ଆସି ନିକଟରେ ଟାଉନ ବଳରାମପୁରରେ ବସବାସ କରୁଛନ୍ତି। ଆଦିତ୍ୟ ସାମାନ୍ୟ ମାନସିକ ବିକୃତ ଥିବା ଯୁବକ ବୋଲି ପରିବାର ପକ୍ଷରୁ କୁହାଯାଇଛି। ଆଦିତ୍ୟଙ୍କୁ ଅକ୍ଷୟ ମଜାରେ ତୁମ ପେଣ୍ଟ ଖସି ପଡ଼ିଥିବା କହିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ ଆଦିତ୍ୟ ଘରକୁ ଯାଇ ଛୁରି ଆଣି ଅକ୍ଷୟଙ୍କ ଶରୀରର ବିଭିନ୍ନ ସ୍ଥାନରେ ଭୁସି ଥିଲେ। ସ୍ଥାନୀୟ ଲୋକ ଅକ୍ଷୟଙ୍କୁ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri