ପଥରରେ ଛେଚି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା ସୂଚନା ମୁତାବକ, ଶନିବାର ରାତିରେ ଚନ୍ଦ୍ର ତାଙ୍କର ଜଣେ ସାଙ୍ଗଙ୍କ ସହିତ କୁମ୍ଭାରସାହିକୁ କୌଣସି କାମରେ ଯାଇଥିଲେ। ରବିବାର ସକାଳେ ଗାଈ ଫାର୍ମ ସମ୍ମୁଖରେ ଚନ୍ଦ୍ରଙ୍କ ରକ୍ତ ଜୁଡୁବଡୁ ଅବସ୍ଥାରେ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଏନେଇ ସ୍ଥାନୀୟ ଲୋକେ ଟାଉନ ଥାନା ପୋଲିସକୁ ଖବର ଦେଇଥିଲେ। ପୋଲିସ ଏବଂ ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଚନ୍ଦ୍ରଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ହେଲେ ତାଙ୍କ ସହ ଯାଇଥିବା ସାଙ୍ଗ ଜଣକ ଫେରାର ଥିବା ଜଣାପଡିଛି। ଚନ୍ଦ୍ର ଏକ ହୋଟେଲରେ କାମ କରୁଥିଲେ। ଏ ସମ୍ପର୍କରେ ଥାନା ଅଧିକାରୀ ବାଲେଶ୍ୱର ଗିଧିଙ୍କୁ ପଚାରିବାରୁ ପୋଲିସ ଏକ ମାମଲା(ନଂ.୫୧/୨୧) ରୁଜୁ କରି ତଦନ୍ତ ଚଳାଇଛି। ଏହି ହତ୍ୟାକାଣ୍ଡ କିଛି ଷଡ଼ଯନ୍ତ୍ର ଥିବା ପରି ମନେ ହେଉନାହିଁ। ହଠାତ୍‌ ବଚସାରୁ ଏପରି ଘଟିଥିବା ତଦନ୍ତରୁ ଜଣାପଡିଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri