ପଥରରେ ଛେଚି ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଜୟପୁର, ୨୧ା୨: ଜୟପୁର ସହରରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି। ମୃତକ ହେଲେ ଜୟପୁର ଗୌଡସାହି ନିକଟସ୍ଥ ମାଳିସାହିର ଚନ୍ଦ୍ର ପରଜା। ମିଳିଥିବା ସୂଚନା ମୁତାବକ, ଶନିବାର ରାତିରେ ଚନ୍ଦ୍ର ତାଙ୍କର ଜଣେ ସାଙ୍ଗଙ୍କ ସହିତ କୁମ୍ଭାରସାହିକୁ କୌଣସି କାମରେ ଯାଇଥିଲେ। ରବିବାର ସକାଳେ ଗାଈ ଫାର୍ମ ସମ୍ମୁଖରେ ଚନ୍ଦ୍ରଙ୍କ ରକ୍ତ ଜୁଡୁବଡୁ ଅବସ୍ଥାରେ ମୃତଦେହ ପଡିଥିବା ଦେଖିବାକୁ ମିଳିଥିଲା। ଏନେଇ ସ୍ଥାନୀୟ ଲୋକେ ଟାଉନ ଥାନା ପୋଲିସକୁ ଖବର ଦେଇଥିଲେ। ପୋଲିସ ଏବଂ ସାଇଣ୍ଟିଫିକ ଟିମ୍‌ ଘଟଣା ସ୍ଥଳରେ ପହଞ୍ଚତ୍ ତଦନ୍ତ ଆରମ୍ଭ କରିଥିଲା। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଥିଲା। ଚନ୍ଦ୍ରଙ୍କ ମୁଣ୍ଡକୁ ପଥରରେ ଛେଚି ହତ୍ୟା କରାଯାଇଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିବାକୁ ପାଇଛି। ହେଲେ ତାଙ୍କ ସହ ଯାଇଥିବା ସାଙ୍ଗ ଜଣକ ଫେରାର ଥିବା ଜଣାପଡିଛି। ଚନ୍ଦ୍ର ଏକ ହୋଟେଲରେ କାମ କରୁଥିଲେ। ଏ ସମ୍ପର୍କରେ ଥାନା ଅଧିକାରୀ ବାଲେଶ୍ୱର ଗିଧିଙ୍କୁ ପଚାରିବାରୁ ପୋଲିସ ଏକ ମାମଲା(ନଂ.୫୧/୨୧) ରୁଜୁ କରି ତଦନ୍ତ ଚଳାଇଛି। ଏହି ହତ୍ୟାକାଣ୍ଡ କିଛି ଷଡ଼ଯନ୍ତ୍ର ଥିବା ପରି ମନେ ହେଉନାହିଁ। ହଠାତ୍‌ ବଚସାରୁ ଏପରି ଘଟିଥିବା ତଦନ୍ତରୁ ଜଣାପଡିଛି। ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁର ବ୍ଲକକୁ ମିଳିଲେ ନୂଆ ଅଧ୍ୟକ୍ଷା, ବିଧାୟକଙ୍କ ଉପସ୍ଥିତିରେ ନେଲେ ଦାୟିତ୍ୱ

ଛତ୍ରପୁର,୯ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ଭାରପ୍ରାପ୍ତ ଅଧ୍ୟକ୍ଷା ଭାବେ ଏସ୍. ସାରଦା ରେଡ୍ଡୀ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁର ମ୍ୟୁନିସିପାଲିଟି…

ଓଲଟିଲା ବସ୍‌: ଭିତରେ ଥିଲେ ୩୦ ଯାତ୍ରୀ, ସେଥିରୁ ୨ ଜଣ…

ବଣାଇଁ,୯ା୧୦(ପ୍ରଦୀପ ତ୍ରିପାଠୀ): ସମ୍ବଲପୁର ଜିଲା କୁଚିଣ୍ଡାରୁ ବଣାଇଁ ଆସୁଥିବା ଘରୋଇ ଯାତ୍ରୀବାହୀ ବସ୍‌ ‘ଅଂଶିକା’ ଗୁରୁଣ୍ଡିଆ ନିକଟସ୍ଥ ମଧୁପୁରଠାରେ ଶୁକ୍ରବାର ଭାରସାମ୍ୟ ହରାଇ ଓଲଟି ପଡ଼ିଛି। ସେଥିରେ…

ଶୌଚ ଯିବା ହେଲା କାଳ, ହାତୀ ହାବୁଡ଼ରେ ପଡ଼ି ଚାଲିଗଲା ଜୀବନ

କୁଚିଣ୍ଡା,୯।୧୦(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ କୁଚିଣ୍ଡା ରେଞ୍ଜ ଅଧୀନ କୁଚିଣ୍ଡା ଏନ୍‌ଏସି ୧୦ ନମ୍ବର ୱାର୍ଡ ସଇଡାରେ ଶୁକ୍ରବାର ଏକ ହାତୀ ଆକ୍ରମଣରେ…

ସପ୍ତାହେ ମଧ୍ୟରେ କୋହଲିଙ୍କ ୫ ରେକର୍ଡକୁ ଧୂଳିସାତ୍‌ କରିଦେଲେ ଏହି ୫ ବ୍ୟାଟର୍‌

ନୂଆଦିଲ୍ଲୀ,୯।୧୦: ବିରାଟ କୋହଲିଙ୍କ ନାଁରେ ଅନେକ କ୍ରିକେଟ ରେକର୍ଡ ରହିଛି। ଏହାକୁ ଭାଙ୍ଗିବା ଯେକୌଣସି ଖେଳାଳିଙ୍କ ପାଇଁ ଏକ ବଡ଼ ସଫଳତା ହେବ। ଗତ ସପ୍ତାହ ମଧ୍ୟରେ…

ଜେଲ୍‌ ଭିତରେ ସଂଘର୍ଷ: ଗଡ଼ିଲା ୧୦ ମୁଣ୍ଡ, ୧୬ ଆହତ

ମେକ୍ସିକୋ,୯ା୧୦: ମେକ୍ସିକୋର ଉତ୍ତର-ପଶ୍ଚିମ ରାଜ୍ୟ ସିନାଲୋଆର ମାଜାଟାନ ସହରରେ ଥିବା ‘ଏଲ କାଷ୍ଟିଲୋ’ ଜେଲ୍‌ରେ ଘଟିଥିବା ଏକ ସଂଘର୍ଷରେ ୧୦ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୬ ଜଣ…

ଆଜି ସୃଷ୍ଟି ହେବ ବିରଳ ବିଷ ଯୋଗ, ୩ ରାଶି ଉପରେ ପଡ଼ିପାରେ ନକାରାତ୍ମକ ପ୍ରଭାବ

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଶନି ଓ ଚନ୍ଦ୍ରମାଙ୍କ ପରସ୍ପର ଦୃଷ୍ଟି ଯୋଗୁଁ ବିଷ ଯୋଗ ସୃଷ୍ଟି ହେଉଛି । ଏହି ଯୋଗର ପ୍ରଭାବରେ କେତେକ ରାଶିର ବ୍ୟକ୍ତିଙ୍କୁ…

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?