‘ଗୁଣ ଥିଲେ ମଣିଷ ସୁନ୍ଦର’

ଢେଙ୍କାନାଳ ଅଫିସ, ୧୫।୧୧: ଯୁବପିଢ଼ିଙ୍କ ଆଦର୍ଶ ସ୍ବାମୀ ବିବେକାନନ୍ଦ ରୂପରେ ଯେମିତି, ଗୁଣରେ ମଧ୍ୟ ସେମିତି ଥିଲେ। ଚେହେରା ଥାଇ ଗୁଣ ନ ଥିଲେ ମଣିଷ ସୁନ୍ଦର ଲାଗେନାହିଁ। ଚେହେରା ସହିତ ସବୁ ପ୍ରକାର ଗୁଣ ଯାହା ପାଖରେ ଥିବ, ସେ ହେଉଛି ସୁନ୍ଦର ମଣିଷ ବୋଲି କହିଛନ୍ତି ବିଶିଷ୍ଟ ସ୍ତମ୍ଭକାର ଅରୁଣ କୁମାର ପଣ୍ଡା। ଢେଙ୍କାନାଳ ପୁରୁଣା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ‘ଆମ ପ୍ରତିଭା ଆମ ସମ୍ମାନ’ ଅନୁଷ୍ଠାନର ପ୍ରଥମ ବାର୍ଷିକ ଉତ୍ସବ ଓ ଶିଶୁ ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସେ ଏହା କହିଛନ୍ତି। ଦୁର୍ନୀତି ନିବାରଣ ସମ୍ପର୍କରେ ସେ କହିଲେ, ଆଜିକାଲି ବିଚାର ବିଭାଗରେ ମଧ୍ୟ ଦୁର୍ନୀତି ପ୍ରବେଶ କରିିଛି ା ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କୁ ଅଫିସରମାନେ ପ୍ରବଳ ଡରୁଥିଲେ। ଜଷ୍ଟସ୍‌ ଗତିକୃଷ୍ଣ ମିଶ୍ରଙ୍କୁ ମଧ୍ୟ ବିଭାଗୀୟ ଅଧିକାରୀ ଭୟ କରୁଥିଲେ। ଭୟ ରହିଲେ ଦୁର୍ନୀତି ବଢ଼ିବା ସହଜ ହେବନାହିଁ ବୋଲି ସେ ମତବ୍ୟକ୍ତ କରିଥିଲେ।
ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲାପାଳ ସରୋଜ କୁମାର ସେଠୀ କହିଲେ, ସମସ୍ତଙ୍କ ସହଯୋଗ ମିଳିଲେ ଢେଙ୍କାନାଳ ରାଜ୍ୟରେ ୧ ନମ୍ବର ଜିଲା ହୋଇପାରିବ। ଅନୁଷ୍ଠାନର ପ୍ରତିଷ୍ଠାତା ଏମ୍‌ପି ମହେଶ ସାହୁ କହିଲେ, ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରୁଥିବା ଛାତ୍ରୀଛାତ୍ର, ବ୍ୟକ୍ତିଙ୍କୁ ଲୋକଲୋଚନକୁ ଆଣିବା, ସେମାନଙ୍କ ପ୍ରତିଭାର ବିକଶିତ କରି ସମ୍ବର୍ଦ୍ଧିତ କରିବା ଅନୁଷ୍ଠାନର ମୁଖ୍ୟ ଲକ୍ଷ୍ୟ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଓଡ଼ାପଡ଼ା ବ୍ଲକ ଅଧ୍ୟକ୍ଷା ସସ୍ମିତା ମହାନ୍ତି, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ ଉପସ୍ଥିତ ଥିଲେ। ପ୍ରତିଭା ସବୁଠି ଅଛନ୍ତି। ତାକୁ ଖୋଜିବାର ଶୈଳୀ ଦରକାର। ଢେଙ୍କାନାଳ ହେଉଛି ପ୍ରତିଭାର ଗନ୍ତାଘର ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।
ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର ଓ ସେମାନଙ୍କର ଅଭିଭାବକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅତିଥିମାନେ ଅନୁଷ୍ଠାନର ଲୋଗୋ ଉନ୍ମୋଚନ କରିଥିଲେ। ଭାରତୀୟ ସଙ୍ଗୀତ ନିଳୟର ଛାତ୍ରୀଛାତ୍ର ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଅନୁଷ୍ଠାନର ସଭାପତି ପ୍ରିୟରଞ୍ଜନ ମାହୁନ୍ତଙ୍କ ସଭାପତିତ୍ୱରେ ସମ୍ପାଦକ ଧର୍ମାନନ୍ଦ ବରାଳ, ଉପସଭାପତି କୋଦଣ୍ଡଧର ସାହୁ, ସମ୍ପାଦକ କାର୍ତ୍ତିକ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri