‘ଗୁଣ ଥିଲେ ମଣିଷ ସୁନ୍ଦର’

ଢେଙ୍କାନାଳ ଅଫିସ, ୧୫।୧୧: ଯୁବପିଢ଼ିଙ୍କ ଆଦର୍ଶ ସ୍ବାମୀ ବିବେକାନନ୍ଦ ରୂପରେ ଯେମିତି, ଗୁଣରେ ମଧ୍ୟ ସେମିତି ଥିଲେ। ଚେହେରା ଥାଇ ଗୁଣ ନ ଥିଲେ ମଣିଷ ସୁନ୍ଦର ଲାଗେନାହିଁ। ଚେହେରା ସହିତ ସବୁ ପ୍ରକାର ଗୁଣ ଯାହା ପାଖରେ ଥିବ, ସେ ହେଉଛି ସୁନ୍ଦର ମଣିଷ ବୋଲି କହିଛନ୍ତି ବିଶିଷ୍ଟ ସ୍ତମ୍ଭକାର ଅରୁଣ କୁମାର ପଣ୍ଡା। ଢେଙ୍କାନାଳ ପୁରୁଣା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ସୋମବାର ଅନୁଷ୍ଠିତ ‘ଆମ ପ୍ରତିଭା ଆମ ସମ୍ମାନ’ ଅନୁଷ୍ଠାନର ପ୍ରଥମ ବାର୍ଷିକ ଉତ୍ସବ ଓ ଶିଶୁ ଦିବସ ପାଳନ କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଯୋଗଦେଇ ସେ ଏହା କହିଛନ୍ତି। ଦୁର୍ନୀତି ନିବାରଣ ସମ୍ପର୍କରେ ସେ କହିଲେ, ଆଜିକାଲି ବିଚାର ବିଭାଗରେ ମଧ୍ୟ ଦୁର୍ନୀତି ପ୍ରବେଶ କରିିଛି ା ଓଡ଼ିଶାର ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କୁ ଅଫିସରମାନେ ପ୍ରବଳ ଡରୁଥିଲେ। ଜଷ୍ଟସ୍‌ ଗତିକୃଷ୍ଣ ମିଶ୍ରଙ୍କୁ ମଧ୍ୟ ବିଭାଗୀୟ ଅଧିକାରୀ ଭୟ କରୁଥିଲେ। ଭୟ ରହିଲେ ଦୁର୍ନୀତି ବଢ଼ିବା ସହଜ ହେବନାହିଁ ବୋଲି ସେ ମତବ୍ୟକ୍ତ କରିଥିଲେ।
ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜିଲାପାଳ ସରୋଜ କୁମାର ସେଠୀ କହିଲେ, ସମସ୍ତଙ୍କ ସହଯୋଗ ମିଳିଲେ ଢେଙ୍କାନାଳ ରାଜ୍ୟରେ ୧ ନମ୍ବର ଜିଲା ହୋଇପାରିବ। ଅନୁଷ୍ଠାନର ପ୍ରତିଷ୍ଠାତା ଏମ୍‌ପି ମହେଶ ସାହୁ କହିଲେ, ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରୁଥିବା ଛାତ୍ରୀଛାତ୍ର, ବ୍ୟକ୍ତିଙ୍କୁ ଲୋକଲୋଚନକୁ ଆଣିବା, ସେମାନଙ୍କ ପ୍ରତିଭାର ବିକଶିତ କରି ସମ୍ବର୍ଦ୍ଧିତ କରିବା ଅନୁଷ୍ଠାନର ମୁଖ୍ୟ ଲକ୍ଷ୍ୟ। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଓଡ଼ାପଡ଼ା ବ୍ଲକ ଅଧ୍ୟକ୍ଷା ସସ୍ମିତା ମହାନ୍ତି, ଅତିରିକ୍ତ ଜିଲାପାଳ (ରାଜସ୍ବ) ଉଦୟ କୁମାର ମହାପାତ୍ର, ଜିଲା ପରିଷଦ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ତନ୍ମୟ କୁମାର ଦରୱାନ ଉପସ୍ଥିତ ଥିଲେ। ପ୍ରତିଭା ସବୁଠି ଅଛନ୍ତି। ତାକୁ ଖୋଜିବାର ଶୈଳୀ ଦରକାର। ଢେଙ୍କାନାଳ ହେଉଛି ପ୍ରତିଭାର ଗନ୍ତାଘର ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ।
ଏହି ଅବସରରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର ଓ ସେମାନଙ୍କର ଅଭିଭାବକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଅତିଥିମାନେ ଅନୁଷ୍ଠାନର ଲୋଗୋ ଉନ୍ମୋଚନ କରିଥିଲେ। ଭାରତୀୟ ସଙ୍ଗୀତ ନିଳୟର ଛାତ୍ରୀଛାତ୍ର ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ। ଅନୁଷ୍ଠାନର ସଭାପତି ପ୍ରିୟରଞ୍ଜନ ମାହୁନ୍ତଙ୍କ ସଭାପତିତ୍ୱରେ ସମ୍ପାଦକ ଧର୍ମାନନ୍ଦ ବରାଳ, ଉପସଭାପତି କୋଦଣ୍ଡଧର ସାହୁ, ସମ୍ପାଦକ କାର୍ତ୍ତିକ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

୩୬ ଦିନ ଜେଲରୁ ରହିବା ପରେ ଦମ୍‌ଦାର ପ୍ରତ୍ୟାବର୍ତ୍ତନ କଲେ ଏହି ଖେଳାଳି, ପ୍ରଥମ ମ୍ୟାଚରେ ଶତକ ମାରି କାନ୍ଦି ପକାଇଲେ…

ନୂଆଦିଲ୍ଲୀ,୧୨।୧୦: ରଣଜୀ ଟ୍ରଫିର ନୂଆ ସିଜନ ଅକ୍ଟୋବର ୧୧ରୁ ଆରମ୍ଭ ହୋଇଛି। ବଙ୍ଗଳା ଓ ଦିଲ୍ଲୀ ମଧ୍ୟରେ ଖେଳାଯାଉଥିବା ମ୍ୟାଚରେ ବଙ୍ଗଳା ଦଳ ଦିଲ୍ଲୀ ଉପରେ ଚାପ…

୧୩ରୁ ୨୨ ଯାଏ ୧୦ ଟ୍ରେନ୍‌ ବାତିଲ, କେଉଁ କେଉଁ ଟ୍ରେନ୍‌ ହେଲା ବାତିଲ୍‌ ଜାଣନ୍ତୁ…

ଜୟପୁର,୧୨ା୧୦(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ମାଳିଗୁଡ଼ା ଓ ଛତ୍ରୀପୁଟ ରେଳ ଷ୍ଟେଶନ ମଧ୍ୟରେ ଭୂସ୍ଖଳନ ଯୋଗୁ ଚାଲିଥିବା ପୁନରୁଦ୍ଧାର କାର୍ଯ୍ୟ ପାଇଁ ପୂର୍ବତଟ ରେଲଓ୍ବେ ରାୟଗଡ଼ା…

ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ ଚଳଚଞ୍ଚଳ: ସଭାପତି ପଦ ପାଇଁ ୪ ପ୍ରାର୍ଥୀ, ଏବିଭିପିର ପ୍ରଚାର ଜୋରଦାର

ପାଟଣା, ୧୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲ୍ଲା ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ପ୍ରଚାର ଜୋରଦାର ହୋଇଛି। ଆସନ୍ତା ୧୫ ତାରିଖରେ…

ଭାରତ-ଶ୍ରୀଲଙ୍କା ମ୍ୟାଚ୍‌ ସ୍ଥାନାନ୍ତରକୁ ନେଇ ସ୍ପଷ୍ଟ କଲା ବିସିସିଆଇ, ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ଆସନ୍ତା ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ସିରିଜର ଓପନିଂ ମ୍ୟାଚ୍‌ ଦିଲ୍ଲୀରୁ ଅହମଦାବାଦ ସ୍ଥାନାନ୍ତର ହେବ ବୋଲି ଗଣମାଧ୍ୟମରେ ଚର୍ଚ୍ଚା ହେଉଥିଲା। ଏହା ସଠିକ୍‌…

ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌, ଜଣେ ଗିରଫ

ହାଟଡିହୀ/ଛେନାପଦୀ, ୧୨।୧୦ (ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ-ଜଳକଳଙ୍ଗ ବଜାରରେ ବ୍ୟାଙ୍କ ନିକଟରେ ଥିବା ଏକ ଗ୍ରୋସରୀ ଦୋକାନରୁ ଦେଢ଼ ଲକ୍ଷ ଟଙ୍କା ଲୁଟ୍‌ ହୋଇଥିବା…

ଘୁଞ୍ଚିଲା ଏସିଆନ ଗେମ୍ସ ରିଭ୍ୟୁ ବୈଠକ, କେବେ ହେବ ଜାଣନ୍ତୁ…

ନୂଆଦିଲ୍ଲୀ,୧୨ା୧୦: ନିକଟରେ ଶେଷ ହୋଇଥିବା ଏସିଆନ ଗେମ୍ସରେ ଦେଶର ପ୍ରଦର୍ଶନକୁ ରିଭ୍ୟୁ କରିବା ପାଇଁ ଜାତୀୟ କ୍ରୀଡ଼ା ଫେଡେରେଶନମାନଙ୍କ ସହ କ୍ରୀଡ଼ା ମନ୍ତ୍ରଣାଳୟର ଦିନିକିଆ ବୈଠକକୁ ଆସନ୍ତା…

ଶୀତଦିନେ ରୁମ୍‌ ହିଟର କିଣିବା ପୂର୍ବରୁ ଜାଣି ରଖନ୍ତୁ ଏହି କଥା, ନଚେତ୍‌ ପସ୍ତାଇବେ

ଶୀତଦିନେ ସକାଳୁ ବିଛଣାରୁ ଉଠିବା କଷ୍ଟକର ହୋଇପଡ଼େ। ଘର ଭିତରେ ଥଣ୍ଡା ଯୋଗୁଁ ହାତ ଓ ପାଦ ମଧ୍ୟ ବରଫ ଭଳି ଥଣ୍ଡା ହୋଇଯାଏ। ଏଭଳି ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?