ରାତି ୩.୨୯ରେ ଏକୁଟିଆ ଚାଲିଚାଲି ଯାଉଥିଲେ

ଭୁବନେଶ୍ୱର,୧୨ା୧୦(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ପାତ୍ରପଡ଼ା ଗାଁ ପୋଖରୀରୁ ବରିଷ୍ଠ ସାମ୍ବାଦିକ ନବୀନ ଦାସଙ୍କ ବଡ଼ପୁଅ ମନୀଷ ଅନୁରାଗ ଦାସଙ୍କ ମୃତଦେହ ମିଳବା ଘଟଣା ଦିନକୁ ଦିନ ରହସ୍ୟ ଘେରକୁ ଟାଣି ହୋଇଯାଉଛି। ଏହି ଘଟଣାକୁ ୩ଦିନ ବିତିଯାଇଥିଲେ ବି ମନୀଷଙ୍କ କିପରି ମୃତ୍ୟୁ ହୋଇଛି, ତା’ର ପ୍ରକୃତ କାରଣ କମିଶନରେଟ ପୋଲିସ ଉନ୍ମୋଚନ କରିପାରି ନାହିଁ। ଏହି ଘଟଣାରେ ପୋଲିସ ଏକ କାର ଜବତ କରିଥିବାବେଳେ ମନୀଷଙ୍କ ଜଣେ ସାଙ୍ଗ ଏବଂ ଅନ୍ୟ ଜଣେ ଯୁବକଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡ଼ିଛି। ଅପରପକ୍ଷରେ ବ୍ୟବଚ୍ଛେଦର ଚୂଡ଼ାନ୍ତ ରିପୋର୍ଟ ଆସି ନ ଥିଲେ ସୁଦ୍ଧା ପ୍ରାଥମିକ ରିପୋର୍ଟରୁ ମନୀଷଙ୍କ ଶ୍ୱାସରୁଦ୍ଧରୁ ମୃତ୍ୟୁ ହୋଇଥାଇପାରେ ବୋଲି ଏମ୍‌ସର ଡାକ୍ତର ପ୍ରଭାସ ରଞ୍ଜନ ତ୍ରିପାଠୀ ମଙ୍ଗଳବାର ସୂଚନା ଦେଇଛନ୍ତି। ସେହିପରି ରବିବାର ରାତି ୩ଟା ୨୯(ତା.୧୦।୧୦।୨୦୨୧)ରେ ମନୀଷ ପାତ୍ରପଡ଼ାସ୍ଥିତ ସାଉଥସିଟି ହୋଟେଲରୁ ବାହାରି ଏକୁଟିଆ ଚାଲି ଚାଲି ଯିବାର ଏକ ସିସିଟିଭି ଫୁଟେଜ ମଧ୍ୟ ମିଳିଛି।
ଶନିବାର ସାରେ ଇନ୍‌ଫୋସିଟି ଛକସ୍ଥିତ ଗ୍ବାଭା ଆଇସ୍‌କ୍ରିମ୍‌ ପାର୍ଲର ସମ୍ମୁଖରେ ମନୀଷ ନିଜ କାର୍‌ ଥୋଇ ୨ସାଙ୍ଗଙ୍କ ସହ ଅନ୍ୟ ଏକ କାର୍‌(ଓଡି୦୨ ଏକ୍ସ ୯୬୯୬)ରେ ଯାଇଥିଲେ। ମଙ୍ଗଳବାର ଉକ୍ତ କାରକୁ ପୋଲିସ ଜବତ କରିଛି। ପୋଲିସ ଅଟକ ରଖିଥିବା ୨ଜଣଙ୍କ ସମ୍ପର୍କରେ କିଛି ସୂଚନା ଦେବାକୁ ଡିସିପି ଉମାଶଙ୍କର ଦାଶ ମନା କରିଦେଇଛନ୍ତି। ଅପରପକ୍ଷରେ ଶନିବାର ରାତିରେ ମନୀଷ ଓ ତାଙ୍କ ସାଙ୍ଗଙ୍କ ମଧ୍ୟରେ ଟଙ୍କା ଦିଆନିଆକୁ ନେଇ ବଚସା ହୋଇଥିଲା ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଏହି ଝଗଡାକୁ କେନ୍ଦ୍ର କରି ସାଙ୍ଗମାନେ କିଛି ଆପରାଧିକ ଘଟଣା ଘଟାଇ ଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ବେଆଇନ ମୋରମ ଚାଲାଣ ଉପରେ ପୋଲିସର ଚଢ଼ାଉ: ୧୦ ଟିପ୍ପର ସହ ଜେସିବି ଜବତ

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲ୍ଲା ଛତ୍ରପୁର ଅଞ୍ଚଳରେ ବେଆଇନ ଖଣିଜ ସମ୍ପଦ ଚୋରା ଚାଲାଣ ଉପରେ ଚମାଖଣ୍ଡି ଥାନା ପୋଲିସ ଏକ ବଡ଼ଧରଣର କାର୍ଯ୍ୟାନୁଷ୍ଠାନ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

ଦୁଇ ପୁଅଙ୍କ ଜୀବନ ବଞ୍ଚାଇବାକୁ ଯାଇ ବୁଡ଼ିଗଲେ ବାପା, ଶୋଭାପୁଟ ବ୍ରିଜ ତଳ ପାଣିରେ…

ନନ୍ଦପୁର, ୨୧।୫(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାକୁ ଲାଗି ରହିଥିବା ପାନ୍ଥଲୁଙ୍ଗ ପଞ୍ଚାୟତର ଶୋଭାପୁଟ ବ୍ରିଜ ତଳେ ଗୁରୁବାର ମାଛ ଧରିବାକୁ ଆସିଥିବା…

୧୬ ବର୍ଷ ପରେ ବଳାତ୍କାର ଅଭିଯୁକ୍ତ ଗିରଫ, ପୀଡ଼ିତା ମହିଳାଙ୍କ ପରିବାର…

ବରଗଡ,୨୧।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ଭଟଲି ଥାନା ପୋଲିସ ଗୁରୁବାର ୧୬ ବର୍ଷ ପରେ ଜଣେ ଫେରାର୍‌ ବଳାତ୍କାର ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ…

‘କକ୍ରୋଚ ଜନତା ପାର୍ଟି’ର ଅଧା ଫଲୋୟର୍ସ ପାକିସ୍ତାନୀ; ତଥ୍ୟ ଶେୟାର କରି ଏମିତି ଦାବି କଲେ ଭାଜପା ନେତା

ନୂଆଦିଲ୍ଲୀ,୨୧।୫: ଯଦିଓ ‘କକ୍ରୋଚ ଜନତା ପାର୍ଟି’କୁ ଜାତୀୟ ରାଜନୈତିକ ଆଲୋଚନାର ଅଂଶ ହେବା ପାଇଁ ଏହାର ଅନୁଗାମୀ ସଂଗ୍ରହ କରିବା ଅପେକ୍ଷା ଅଧିକ ସମୟ ଲାଗିଥାଇପାରେ, ଏହି…

ଅସହ୍ୟ ଗରମରେ ଅଘୋଷିତ ବିଦ୍ୟୁତ କାଟ, ଟାଟା ପାଓ୍ବାର ଅଫିସ ଘେରି କର୍ମଚାରୀଙ୍କୁ ତାଲା ପକାଇଲେ ଉତ୍ତ୍ୟକ୍ତ ଲୋକେ

ବଲାଙ୍ଗୀର, ୨୧।୫(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଅଘୋଷିତ ଭାବେ ହେଉଛି ବିଦ୍ୟୁତ କାଟ। ଏହାର ପ୍ରତିବାଦରେ ଗୁରୁବାର ଟାଟା ପାୱାର ଅଫିସ ଘେରାଉ କରାଯିବା ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri