ଫଟୋ ପାଇଁ ଯାଉଥିଲେ ଫଟୋ ହୋଇ ଫେରିଲେ, ହସ୍ପିଟାଲରେ ଉତ୍ତେଜନା

ବଣାଇଁ,୨୫ା୮(ପ୍ରଦୀପ ତ୍ରିପାଠୀ): ସୋମବାର ସକାଳୁ ବଣାଇଁ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଫଟୋ ଉଠାଇବାକୁ ବନବିଭାଗ ନେଉଥିବା ବେଳେ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣେ ୭୧ ବର୍ଷ ମହିଳା ପଞ୍ଚମୀ ପାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଆହତ ହୋଇଛନ୍ତି ୧୪ ଜଣ। ଗୁରୁତରଙ୍କ ମଧ୍ୟରେ ଶିଶୁ ଓ ବୃଦ୍ଧା ଥିବା ଦେଖି ଏକ ଭିନ୍ନ ପ୍ରକାରର ଚର୍ଚ୍ଚା ଆରମ୍ଭ ହୋଇଛି। ଏ ସମସ୍ତ ଶ୍ରମିକ କେନ୍ଦ୍ରିକଳା ଗ୍ରାମର ଓ କେଲୋ ଅଞ୍ଚଳକୁ ବନବିଭାଗ ପକ୍ଷରୁ ଯାଉଥିଲେ। ବନବିଭାଗ ପକ୍ଷରୁ ସେମାନଙ୍କୁ ଦୀର୍ଘଦିନ ହେବ କେବଳ ଫଟୋ ଉଠାଇବା ନାଁରେ ନିଆଯାଉ ଥିଲା ଓ କିଛି ଟଙ୍କା ଦେଇ ପୁଣି ଘରେ ଛାଡୁଥିବା ବିଷୟ ଆଜିର ଘଟଣା ପରେ ଜଣାପଡ଼ିଛି। ତେବେ ଏନ୍‌ଆର୍‌ଇଜିଏ କାମ ନାଁରେ ଏମାନଙ୍କୁ ଫଟୋ ଉଠାଇ ନେଉଥିବା ବନବିଭାଗର ଦେଖା ନ ଥିବାରୁ ଶତାଧିକ ଗ୍ରାମବାସୀ ଉପଖଣ୍ଡ ଚିକିତ୍ସାଳୟ ପରିସରରେ ପ୍ରବଳ ପାଟିତୁଣ୍ଡ କରୁଛନ୍ତି। ଗୁରୁତର ୧୪ ଜଣଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ହସ୍ପିଟାଲ ପରିସରରେ ବଣାଇଁ ପୋଲିସ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛି।

ଅପରପକ୍ଷରେ ବନବିଭାଗର ଛୋଟରୁ ବଡ଼ କର୍ମଚାରୀ କେହି ଫୋନ୍‌ ନ ଉଠାଇବା ଓ ଚିକିତ୍ସାଳୟକୁ ନ ଆସିବା ନେଇ ଉତ୍ତେଜନା ଅସମ୍ଭବ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ଫଟୋ ପାଇଁ ଯାଇ ଫଟୋ ହୋଇ ଫେରିଲେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ମୋଦିଙ୍କ ଘୋଷଣା ଶୁଣି ଟ୍ରମ୍ପ ଛାନିଆ! କହିଦେଲେ…

ନୂଆଦିଲ୍ଲୀ,୫।୧୨:ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଅଛନ୍ତି। ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ। ଗୁରୁବାର ରାତିରେ ଭାରତରେ ପହଞ୍ଚିଥିବା ପୁଟିନ ମହାତ୍ମା ଗାନ୍ଧୀଙ୍କ...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

୪୪ ରନ୍‌ ଆଗରେ ଅଷ୍ଟ୍ରେଲିଆ

ବ୍ରିସ୍‌ବେନ୍‌(ଅଷ୍ଟ୍ରେଲିଆ),୫ା୧୨: ଇଂଲଣ୍ଡ ବିପକ୍ଷ ଦ୍ୱିତୀୟ ଆଶେସ ଟେଷ୍ଟର ଶୁକ୍ରବାର ଖେଳ ଶେଷ ସୁଦ୍ଧା ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୪ ରନ୍‌ ଅଗ୍ରଣୀ ଲାଭ କରିଛି। ଭ୍ରମଣକାରୀ...

ଆରୋଗ୍ୟ କେନ୍ଦ୍ରରେ ନିଆଁ ଲାଗି ଲକ୍ଷାଧିକ ସାମଗ୍ରୀ ନଷ୍ଟ

କେସିଙ୍ଗା ,୫।୧୨( ତୁମେଶ୍ୱର୍‌ ସାହୁ ) : କଳାହାଣ୍ଡି ଜିଲା ପାଷ୍ଟିକୁଡି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଅଧିନସ୍ଥ ତହଶିର ଗ୍ରାମସ୍ଥିତ ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ରରେ କୌଣସି କାରଣ...

ଶୀତରେ ଥରୁଛି ଉତ୍ତର ଭାରତ

ନୂଆଦିଲ୍ଲୀ,୫ା୧୨: ସମଗ୍ର ଉତ୍ତର ଭାରତ ଶୀତରେ ଥରୁଛି। ଶୁକ୍ରବାର ରାଜସ୍ଥାନ, ପଞ୍ଜାବ ଏବଂ ହରିୟାଣାର ଅଧିକାଂଶ ଅଞ୍ଚଳରେ ସର୍ବନିମ୍ନ ତାପମାତ୍ରା ସ୍ବାଭାବିକଠାରୁ ନିମ୍ନରେ ରହିଛି। ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri