ଫଟୋ ପାଇଁ ଯାଉଥିଲେ ଫଟୋ ହୋଇ ଫେରିଲେ, ହସ୍ପିଟାଲରେ ଉତ୍ତେଜନା

ବଣାଇଁ,୨୫ା୮(ପ୍ରଦୀପ ତ୍ରିପାଠୀ): ସୋମବାର ସକାଳୁ ବଣାଇଁ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଫଟୋ ଉଠାଇବାକୁ ବନବିଭାଗ ନେଉଥିବା ବେଳେ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣେ ୭୧ ବର୍ଷ ମହିଳା ପଞ୍ଚମୀ ପାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର ଆହତ ହୋଇଛନ୍ତି ୧୪ ଜଣ। ଗୁରୁତରଙ୍କ ମଧ୍ୟରେ ଶିଶୁ ଓ ବୃଦ୍ଧା ଥିବା ଦେଖି ଏକ ଭିନ୍ନ ପ୍ରକାରର ଚର୍ଚ୍ଚା ଆରମ୍ଭ ହୋଇଛି। ଏ ସମସ୍ତ ଶ୍ରମିକ କେନ୍ଦ୍ରିକଳା ଗ୍ରାମର ଓ କେଲୋ ଅଞ୍ଚଳକୁ ବନବିଭାଗ ପକ୍ଷରୁ ଯାଉଥିଲେ। ବନବିଭାଗ ପକ୍ଷରୁ ସେମାନଙ୍କୁ ଦୀର୍ଘଦିନ ହେବ କେବଳ ଫଟୋ ଉଠାଇବା ନାଁରେ ନିଆଯାଉ ଥିଲା ଓ କିଛି ଟଙ୍କା ଦେଇ ପୁଣି ଘରେ ଛାଡୁଥିବା ବିଷୟ ଆଜିର ଘଟଣା ପରେ ଜଣାପଡ଼ିଛି। ତେବେ ଏନ୍‌ଆର୍‌ଇଜିଏ କାମ ନାଁରେ ଏମାନଙ୍କୁ ଫଟୋ ଉଠାଇ ନେଉଥିବା ବନବିଭାଗର ଦେଖା ନ ଥିବାରୁ ଶତାଧିକ ଗ୍ରାମବାସୀ ଉପଖଣ୍ଡ ଚିକିତ୍ସାଳୟ ପରିସରରେ ପ୍ରବଳ ପାଟିତୁଣ୍ଡ କରୁଛନ୍ତି। ଗୁରୁତର ୧୪ ଜଣଙ୍କୁ ରାଉରକେଲା ସ୍ଥାନାନ୍ତର କରାଯାଇଛି। ହସ୍ପିଟାଲ ପରିସରରେ ବଣାଇଁ ପୋଲିସ ପହଞ୍ଚି ପରିସ୍ଥିତିକୁ ଆୟତ୍ତ କରିବାକୁ ଚେଷ୍ଟା ଚଳାଇଛି।

ଅପରପକ୍ଷରେ ବନବିଭାଗର ଛୋଟରୁ ବଡ଼ କର୍ମଚାରୀ କେହି ଫୋନ୍‌ ନ ଉଠାଇବା ଓ ଚିକିତ୍ସାଳୟକୁ ନ ଆସିବା ନେଇ ଉତ୍ତେଜନା ଅସମ୍ଭବ ଭାବରେ ବୃଦ୍ଧି ପାଇବାରେ ଲାଗିଛି। ଫଟୋ ପାଇଁ ଯାଇ ଫଟୋ ହୋଇ ଫେରିଲେ ବୋଲି ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରଜ କୁଇନ୍ ପ୍ରତିଯୋଗିତା: ଘୁମୁସରର ପ୍ରତିଭାକୁ ଖୋଜି ବାହାର କରିବା ଲକ୍ଷ୍ୟ…

ଭଞ୍ଜନଗର,୧୪।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପାତ୍ର କଲୋନୀସ୍ଥିତ ଶ୍ରୀଜଗନ୍ନାଥ ବ୍ୟାଙ୍କ୍ୱେଟ୍ ହଲ୍ ଆଣ୍ଡ ରିସର୍ଟରେ ତିନି ଦିନିଆ ‘ରଜ କୁଇନ୍ ପ୍ରତିଯୋଗିତା’ ରବିବାର ଉଦ୍‌ଘାଟିତ…

ୟୁପି-ପଞ୍ଜାବ ସମେତ ୫ ରାଜ୍ୟରେ ନଭେମ୍ୱର-ଡିସେମ୍ୱରରେ ହୋଇପାରେ ବିଧାନସଭା ନିର୍ବାଚନ! ଜାଣନ୍ତୁ କ’ଣ ରହିଛି କେନ୍ଦ୍ର ସରକାରଙ୍କ ପ୍ଲାନ

ନୂଆଦିଲ୍‌ଲୀ,୧୪।୬: ଉତ୍ତର ପ୍ରଦେଶ, ଉତ୍ତରାଖଣ୍ଡ, ପଞ୍ଜାବ, ମଣିପୁର ଏବଂ ଗୋଆରେ ବର୍ଷ ୨୦୨୭ରେ ହେବାକୁ ଥିବା ବିଧାନସଭା ନିର୍ୱାଚନ ଚଳିତ ବର୍ଷ ୨୦୨୬ରେ ହିଁ କରାଯାଇପାରେ। କେନ୍ଦ୍ର…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ ଏମିତି କହିଲେ ରାହୁଲ ଗାନ୍ଧୀ, ଉଠିଲାଣି ରାଜନୈତିକ ଝଡ଼

ନୂଆଦିଲ୍ଲୀ,୧୪।୬: ବିରୋଧୀ ଇଣ୍ଡିଆ ମେଣ୍ଟ ଭିତରେ ଆଭ୍ୟନ୍ତରୀଣ ଫାଟ ଏବେ ଖୋଲାଖୋଲି ଭାବରେ ସାମ୍ନାକୁ ଆସୁଛି। କଂଗ୍ରେସ ଏବଂ ବାମ ଦଳ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି।…

ଜୁଆଆଡ୍ଡା, ଅବୈଧ ମଦ କାରବାର ଉପରେ ପୋଲିସର ଚଢ଼ାଉ: ୧୧ ଗିରଫ

ପାରଳାଖେମୁଣ୍ଡି,୧୪।୬ (ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଜୁଆ ଖେଳ ଓ ଅବୈଧ ମଦ କାରବାର ସହ ଜଡ଼ିତ ମୋଟ ୧୧…

ପହିଲି ରଜରେ କମିଲା ତେଲ ଦର! ଭୁବନେଶ୍ୱର ଏତିକି ଅଛି ପ୍ରାଇସ….

ଭୁବନେଶ୍ୱର୧୪।୬: ପାକିସ୍ତାନଠାରୁ ଆରମ୍ଭ କରି ଆମେରିକା ପର୍ଯ୍ୟନ୍ତ, ବିଶ୍ୱର ସମସ୍ତ ଦେଶରେ ପେଟ୍ରୋଲ-ଡିଜେଲ ଦର ଆକାଶଛୁଆଁ ହେବାରେ ଲାଗିଛି, କିନ୍ତୁ ଭାରତ ହେଉଛି ଏକମାତ୍ର ଦେଶ ଯେଉଁଠାରେ…

ପହିଲି ରଜରେ ସ୍ତ୍ରୀ ହେଉଥିଲେ ସଜବାଜ; କଟୁରୀରେ ହାଣିଲେ ସ୍ୱାମୀ, କାରଣ ଜାଣିଲେ ତାଜୁବ ହୋଇଯିବେ…

ଭୁବନେଶ୍ୱର୧୪।୬: ରାଜଧାନୀ ଭୁବନେଶ୍ୱରରେ ଏକ ଅଭାବନୀୟ ତଥା ସଂଘାତିକ ଘଟଣା ସାମ୍ନାକୁ ଆସିଛି। ପହିଲି ରଜର ଆନନ୍ଦ ଉଲ୍ଲାସ ମଧ୍ୟରେ ମଞ୍ଚେଶ୍ୱର ଅଞ୍ଚଳରେ ଘଟିଯାଇଛି ଏକ ରକ୍ତାକ୍ତ…

୧୮ଯାଏ ଝଡବର୍ଷା; ଏସବୁ ଜିଲାକୁ ଆଲର୍ଟ

ଭୁବନେଶ୍ୱର,୧୪।୬(ବନ୍ଦନା ସେଠୀ): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଶୁକ୍ରବାର ଓଡ଼ିଶାରେ ପ୍ରବେଶ କରିବା ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ମୌସୁମୀ ବାୟୁ ପାରାଦୀପ ଓ ବାରିପଦା…

ନିଆଁ ସହ ଚାଲିଛି ଖେଳ

ଭୁବନେଶ୍ୱର,୧୪।୬(ରବିନାରାୟଣ ଜେନା): କଥାରେ ଅଛି ନିଆଁ ସହ ଖେଳନାହିଁ, ହେଲେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ଏବେ ନିଆଁ ସହିତ ଖେଳୁଛନ୍ତି। ଏଥିଯୋଗୁ କେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri