ମାସେ ପରେ ଅବସର ନେଇଥାନ୍ତେ, ନିଲମ୍ବନ ହେଲେ

ବାସୁଦେବପୁର, ୨୬।୭ (ନାରାୟଣ ପ୍ରସାଦ ବାରିକ): ମାସେ ପରେ ଅବସର ନେଇଥାନ୍ତେ ଶିକ୍ଷକ। କିନ୍ତୁ ଏହା ପୂର୍ବରୁ ଚାକିରି ପାଇଁ ଦେଇଥିବା ସାର୍ଟିଫିକେଟ ନକଲି ବୋଲି ଜଣାପଡ଼ିବାରୁ ନିଲମ୍ବିତ ହୋଇଛନ୍ତି ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୁଆଗଡ଼ିଆ ପଞ୍ଚାୟତ ବୀଣାପଦାସ୍ଥିତ ନିରାକାର ନୋଡାଲ ଉଚ୍ଚ ବିଦ୍ୟାଳୟର ଶିକ୍ଷକ ସୁଦର୍ଶନ ଦାସ।
ଶିକ୍ଷକ ଦାସ ଜାଲ ସାର୍ଟିଫିକେଟ୍‌ ଦେଇ ଦୀର୍ଘବର୍ଷ ଧରି ଚାକିରି କରୁଥିଲେ। ବନ୍ତ ବ୍ଲକରୁ ସେ ବଦଳି ହୋଇ ଆସି ୨୦୦୮ରୁ ଏହି ବିଦ୍ୟାଳୟରେ କାର୍ଯ୍ୟରତ ଥିଲେ। ତାଙ୍କ ବିଇଡି ସାର୍ଟିଫିକେଟ୍‌ ନକଲି ବୋଲି ଅଭିଯୋଗ ହେବା ପରେ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟକୁ ଏନେଇ ତଥ୍ୟ ମଗାଯାଇଥିଲା। ଯାଞ୍ଚ ପରେ ସାର୍ଟିଫିକେଟ ନକଲି ବୋଲି ସ୍ପଷ୍ଟ ହେବାରୁ ବିଇଓ ଜଗବନ୍ଧୁ ସାହୁଙ୍କ ଚିଠି ନଂ. ୨୮୦୯ ବଳରେ ସୋମବାର ତାଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ତେବେ ଏହି ଶିକ୍ଷକ ଅବସର ନେବାର ମାସକ ପୂର୍ବରୁ ନିଲମ୍ବିତ ହେବା ଓ ତାଙ୍କ ବିରୋଧରେ ଏନେଇ ବିଇଓ ଥାନାରେ ଅଭିଯୋଗ କରିବା ଚର୍ଚ୍ଚାର ବିଷୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ପାରଳାଖେମୁଣ୍ଡି ବାର୍ ଆସୋସିଏଶନ ନିର୍ବାଚନ: ରାମକୃଷ୍ଣ ନାୟକ ସଭାପତି, ଶିବ ପ୍ରସାଦ…

ପାରଳାଖେମୁଣ୍ଡି, ୨୮। ୩ (ଗିରିଧାରୀ ପରିଚ୍ଛା):- ଗଜପତି  ଜିଲା ପାରଳାଖେମୁଣ୍ଡି ବାର୍ ଏସୋସିଏସନ୍ ନିର୍ବାଚନରେ ରାମକୃଷ୍ଣ ନାୟକ ସଭାପତି, ଉପସଭାପତି ଭାବେ ଶିବ ପ୍ରସାଦ ପାଣିଗ୍ରାହୀ ଏବଂ…

ସରିଲା ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ: ବରିଷ୍ଠ ଆଇନଜୀବୀ ବ୍ରଜସୁନ୍ଦର ସଭାପତି, ସମ୍ପାଦକ ହେଲେ…

ରାୟଗଡ଼ା,୨୮।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବାର ଆସୋସିଏଶନ ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସମାପ୍ତ ହୋଇଛି । ଏଥିରେ ବରିଷ୍ଠ ଆଇନଜୀବୀ ବ୍ରଜ ସୁନ୍ଦର ନାୟକ ୧୦୬ଖଣ୍ଡ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ମୋହନା ଥାନାରେ ‘ଶିଶୁ ସୁରକ୍ଷା ଓ ଭୟମୁକ୍ତ କେନ୍ଦ୍ର’ ଉଦଘାଟିତ: ଶିଶୁଙ୍କ ପାଇଁ ପୋଲିସ ସାଜିବ ବନ୍ଧୁ

ମୋହନା ୨୮।୩(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ପରିସରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ଶିଶୁମାନଙ୍କୁ ପୋଲିସ ପ୍ରତି ଥିବା ଭୟ ଦୂର କରିବା…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri