ସ୍ବତନ୍ତ୍ର ରେକର୍ଡର ଅଧିକାରୀ ହେଲେ ଗୁଜରାଟ ଟାଇଟାନ୍ସ କୋଚ

ଅହମଦାବାଦ,୩୦।୫: ଆଇପିଏଲ୍‌ ୨୦୨୨ରେ ଗୁଜରାଟ ଟାଇଟାନ୍ସ (ଜିଟି)ର ସଫଳତା ପଛରେ ଖେଳାଳି ତଥା କୋଚିଂ ଷ୍ଟାଫ୍‌ ମଧ୍ୟ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଆଇପିଏଲ୍‌ର ଏହି ନୂତନ ଦଳ ଆଶିଷ ନେହେରାଙ୍କୁ ମୁଖ୍ୟ କୋଚ୍‌ ଭାବେ ଦାୟିତ୍ୱ ଦେଇଥିଲା। ମୁଖ୍ୟ କୋଚ ଭାବେ ନେହେରା ଆଇପିଏଲ୍‌ରେ ଏକ ସ୍ବତନ୍ତ୍ର ରେକର୍ଡ ସୃଷ୍ଟି କରିଛନ୍ତି। ଆଇପିଏଲ୍‌ରେ ସେ ଏପରି ସଫଳତା ହାସଲ କରିଥିବା ପ୍ରଥମ ଭାରତୀୟ ହୋଇପାରିଛନ୍ତି।
ଆଇପିଏଲ୍‌ ୨୦୨୨ରେ ଆଶିଷ ନେହେରା ଏବଂ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଯୋଡ଼ି ସୁପର ହିଟ୍‌ ହୋଇଥିଲା। ଅଧିନାୟକ ଭାବରେ ହାର୍ଦ୍ଦିକଙ୍କ ପାଇଁ ଏହା ଡେବ୍ୟୁ ସିଜିନ୍‌ ହୋଇଥିବାବେଳେ ମୁଖ୍ୟ କୋଚ ଭାବରେ ନେହେରାଙ୍କ ପାଇଁ ଏହା ପ୍ରଥମ ଆଇପିଏଲ୍‌ ଥିଲା। ଆଇପିଏଲ୍‌ ଇତିହାସରେ ନେହେରା ପ୍ରଥମ ଭାରତୀୟ ମୁଖ୍ୟ କୋଚ ଭାବେ ତାଙ୍କ ଦଳ ପାଇଁ ଆଇପିଏଲ୍‌ ଟ୍ରଫି ଜିତିଛନ୍ତି। ଏହି ସିଜିନ୍‌ ପୂର୍ବରୁ ଚାମ୍ପିୟନ ହୋଇଥିବା ଦଳର ମୁଖ୍ୟ କୋଚମାନେ ବିଦେଶୀ ଥିଲେ।
ମୁମ୍ବାଇ ଇଣ୍ଡିଆନ୍ସ ୫ ଥର ଆଇପିଏଲ୍‌ ଚାମ୍ପିୟନ ହୋଇଛି। ଏହିସବୁ ସିଜିନ୍‌ରେ ଦଳର ମୁଖ୍ୟ କୋଚ ମହେଲା ଜୟବର୍ଦ୍ଧନେ କୋଚ ରହିଛନ୍ତି। ଷ୍ଟିଫେନ୍‌ ଫ୍ଲେମିଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ)କୁ ୪ଥର ମୁଖ୍ୟ କୋଚ ଭାବରେ ଚାମ୍ପିୟନ କରିଛନ୍ତି। ଟ୍ରେଭର ବାଇଲିସ ଦୁଇଥର ମୁଖ୍ୟ କୋଚ ଭାବରେ ଆଇପିଏଲ୍‌ ଟ୍ରଫି ଜିତିଛନ୍ତି। ଏଥିସହିତ ଟମ୍‌ ମୁଡି, ରିକି ପଣ୍ଟିଂ, ଜନ୍‌ ରାଇଟ, ଡାରେନ ଲେହମାନ ଏବଂ ଶେନ୍‌ ଓ୍ବାନର୍ର୍ ଥରେ ଆଇପିଏଲ୍‌ ଟାଇଟଲ ଜିତିଛନ୍ତି। ପ୍ରଥମ ଭାରତୀୟ ମୁଖ୍ୟ କୋଚ ଥିବା ଆଶିଷ ନେହେରା ଏବେ ଏହି ତାଲିକାରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

ରୋହିତ ଯୋଗୁ ଏହି ଧୁରନ୍ଧରଙ୍କ କଟିବ ପତ୍ତା! ୨୭ରେ ପ୍ରଥମ ODI ପାଇଁ ଜାଣନ୍ତୁ ସମ୍ଭାବ୍ୟ ପ୍ଲେଇଂ-୧୧

ନୂଆଦିଲ୍ଲୀ,୨୫।୯: ଶ୍ରେୟସ ଅୟର ବର୍ତ୍ତମାନ ଜାପାନରେ ଏସିଆନ ଗେମ୍ସ ଦଳ ସହ ରହିଛନ୍ତି। ତେଣୁ ଭାରତୀୟ ଦଳରେ ନମ୍ବର-୪ ସ୍ଥାନ ଖାଲି ରହିଛି। ଏହି ସ୍ଥାନରେ ମ୍ୟାନେଜମେଣ୍ଟ…

ଏସିଆନ ଗେମ୍ସରେ ଭାରତୀୟ ଖେଳାଳିଙ୍କ ସହ ଧୋକା! ଦେଶକୁ ଫେରି କହିଲେ- ମୋଠାରୁ ଛଡ଼ାଇ ନିଆଗଲା…

ନୂଆଦିଲ୍ଲୀ,୨୫।୯: ୨୦୨୬ ଏସିଆନ ଗେମ୍ସରେ ଭାରତୀୟ ମିକ୍ସଡ ମାର୍ଶାଲ ଆଟର୍‌ସ (MMA) ଖେଳାଳି ସୁଚିକା ତାରିୟାଲ ଇତିହାସ ରଚିଛନ୍ତି। ମହିଳା ଟ୍ରାଡିସନାଲ ୬୦ କେଜି ବର୍ଗରେ ବ୍ରୋଞ୍ଜ…

ସଞ୍ଜୁଙ୍କୁ ଦେଖି ପାକିସ୍ତାନୀ ଫ୍ୟାନ୍‌ କହିଲେ ‘ଆଇ ଲଭ ୟୁ’: କଲେ ଏମିତି ଅନୁରୋଧ, ଶୁଣିକି ସମସ୍ତେ…ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୨୫।୯: ଜାପାନର ସାନୋ ସହରରେ ଖେଳାଯାଇଥିବା ଭାରତ-ଜାପାନ ଏକମାତ୍ର ଟି-୨୦ ମ୍ୟାଚ ପରେ ମୈଦାନ ବାହାରେ ଦେଖିବାକୁ ମିଳିଥିଲା ଏକ ମଜାଦାର ଦୃଶ୍ୟ। ଭାରତୀୟ ଷ୍ଟାର ବ୍ୟାଟର…

ଟିମ ଇଣ୍ଡିଆରେ ବୈଭବଙ୍କୁ ସ୍ଥାନ ଦେବାକୁ ହେଲେ କାହାର କଟିବ ଟିକେଟ! ଏହି ୨ କ୍ରିକେଟର ନାଁ ନେଇ ସାଂଘାତିକ ବୟାନ ଦେଲେ…

ନୂଆଦିଲ୍ଲୀ,୨୫।୯: ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀଙ୍କୁ ଦୀର୍ଘ ସମୟ ପର୍ଯ୍ୟନ୍ତ ଭାରତୀୟ ଦଳର ପ୍ଲେଇଂ ଇଲେଭେନରୁ ବାହାରେ ରଖିବା ସହଜ ହେବ ନାହିଁ ବୋଲି ମତ ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?