Posted inଖେଳ

ଅଧିନାୟକ ହୋଇ ବି ହାରିଗଲେ ସୂର୍ଯ୍ୟକୁମାର, କୋଚ୍‌ ଗମ୍ଭୀର ନେଲେ ଚକିତ କଲା ଭଳି ନିଷ୍ପତ୍ତି…

ନୂଆଦିଲ୍ଲୀ,୧୯।୭: ଶ୍ରୀଲଙ୍କା ସିରିଜ ଲାଗି ଟିମ୍‌ ଇଣ୍ଡିଆ ଘୋଷଣା ହେବା ପରେ ଭାରତୀୟ ପ୍ରଶଂସକ ଚକିତ ହୋଇଛନ୍ତି। କାରଣ ଦଳରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ହାତରୁ ଉପ ଅଧିନାୟକ ପଦ କାଢ଼ି ନିଆଯାଇ ଶୁଭମନ ଗିଲଙ୍କ ଦାୟିତ୍ୱ ମିଳିଛି। ସେହିଭଳି ସୂର୍ଯ୍ୟକୁମାର ଯାଦବଙ୍କୁ ଟି୨୦ ଅଧିନାୟକ କରାଯାଇଛି। ଏହା ବଡ଼ ଖବର ହୋଇଥିଲେ ହେଁ ତାଙ୍କୁ କୋଚ୍‌ ଗୌତମ ଗମ୍ଭୀର ଏବଂ ଚୟନ କମିଟି ପକ୍ଷରୁ ବଡ଼ ଝଟ୍‌କା ମିଳିଛି। ଗମ୍ଭୀର ତାଙ୍କୁ ଦିନିକିଆ ଟିମ୍‌ରୁ ବାଦ୍‌ ଦେଇଛନ୍ତି। ତାଙ୍କ ସ୍ଥାନରେ ରିଆନ ପରାଗଙ୍କୁ ଦଳରେ ସୁଯୋଗ ମିଳିଛି। ଏଣୁ ରିଆନଙ୍କୁ କାହିଁକି ସୁଯୋଗ ମିଳିଲା ସେ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି?

ରିଆନଙ୍କୁ ଦିନିକିଆ ଏବଂ ଟି୨୦ରେ ସ୍ଥାନ ମିଳିବାର କାରଣ ହେଉଛି ସେ ମଧ୍ୟକ୍ରମର ବ୍ୟାଟ୍ସମ୍ୟାନ୍‌ ହେବା ସହ ଭଲ ଅଲରାଉଣ୍ଡର। ସେ ବଡ଼ ଛକା ମାରିବା ସହ ଷ୍ଟ୍ରାଇକ୍‌ ରୋଟେଟ୍‌ କରିବାରେ ସିଦ୍ଧହସ୍ତ। ଆବଶ୍ୟକସ୍ଥଳେ ସ୍ପିନ୍‌ ବୋଲିଂ ବି କରିପାରନ୍ତି। ଭାରତୀୟ ଟିମ୍‌ରେ ଏଭଳି ଅଲରାଉଣ୍ଡରର ଆବଶ୍ୟକତା ଥିବା ବେଳେ ରିଆନ ଏହି ସ୍ଥାନରେ ଫିଟ୍‌ ହୋଇଛନ୍ତି।

ଆଇପିଏଲ୍‌ ୨୦୨୪ରେ ଏହି ୨୨ ବର୍ଷୀୟ ଅଲରାଉଣ୍ଡର ରାଜସ୍ଥାନ ଲାଗି ୧୬ ମ୍ୟାଚ୍‌ ଖେଳି ୧୪ ଇନିଂସରେ ୫୭୩ ରନ୍‌ କରିଛନ୍ତି। ସେ ରାଜସ୍ଥାନ ଲାଗି ସବୁଠାରୁ ଅଧିକ ରନ୍‌ କରିଛନ୍ତି। ତାଙ୍କର ଫର୍ମକୁ ନେଇ ତାଙ୍କୁ ଜିମ୍ବାଓ୍ବେ ସିରିଜରେ ସୁଯୋଗ ମିଳିଥିଲା। ସେଥିରେ ସେ ଭଲ ଖେଳି ନ ଥିଲେ ହେଁ ଚୟନକର୍ତ୍ତା ପୁଣି ବିଶ୍ୱାସ ଦେଖାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri