Posted inଖେଳ

ହେଡ୍‌, ମାର୍ଶ, ଗ୍ରୀନଙ୍କ ଶତକ: ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ମ୍ୟାକେ,୨୪ା୮: ଟ୍ରାଭିସ୍‌ ହେଡ୍‌, ଅଧିନାୟକ ମିଚେଲ ମାର୍ଶ ଓ କାମେରନ ଗ୍ରୀନଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ୨୭୬ ରନର ବିଶାଳ ବ୍ୟବଧାନରେ ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌କୁ ଜିତି ନେଇଛି। ଏହା ଦକ୍ଷିଣ ଆଫ୍ରିକା ଲାଗି ଦିନିକିଆ ଫର୍ମାଟରେ ସର୍ବବୃହତ୍‌ ପରାଜୟ। ଏହି ପରାଜୟ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ୨-୧ ବ୍ୟବଧାନରେ ସିରିଜ୍‌ ହାତେଇଛି। ଅଷ୍ଟ୍ରେଲିଆ ବିପକ୍ଷରେ ଏହା ଦକ୍ଷିଣ ଆଫ୍ରିକା ପାଇଁ କ୍ରମାଗତ ପଞ୍ଚମ ସିରିଜ୍‌ ବିଜୟ। ଅଷ୍ଟ୍ରେଲିଆ ଦ୍ୱାରା ପ୍ରଦତ୍ତ ୪୩୨ ରନର ବିଶାଳ ଟାର୍ଗେଟ ଆଗରେ ଦକ୍ଷିଣ ଆଫ୍ରିକା ୨୪.୫ ଓଭରରେ ୧୫୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ହେଡ୍‌ଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ କେଶବ ମହାରାଜ ପ୍ଲେୟର ଅଫ୍‌ ଦି ସିରିଜ୍‌ ବିବେଚିତ ହୋଇଛନ୍ତି।

ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆକୁ ହେଡ୍‌ ଓ ଅଧିନାୟକ ମାର୍ଶ ପ୍ରଥମ ଉଇକେଟରେ ୨୫୦ ରନ୍‌ ଯୋଡ଼ିଥିଲେ। ହେଡ୍‌ ୧୦୩ ବଲରେ ୧୪୨ (୧୭ ଚୌକା ଓ ୫ ଛକା) ଓ ମାର୍ଶ ୧୦୬ ବଲରେ ୧୦୦ (୬ ଚୌକା ଓ ୫ ଛକା) ରନ କରି ଆଉଟ୍‌ ହୋଇଥିଲେ। ଏହା ହେଡ୍‌ଙ୍କ ଲାଗି ସପ୍ତମ ଓ ମାର୍ଶଙ୍କର ଚତୁର୍ଥ ଦିନିକିଆ ଶତକ ଥିଲା।

ଏହାପରେ ଗ୍ରୀନ ଓ ଆଲେକ୍ସ କାରେ ତୃତୀୟ ଉଇକେଟ ପାଇଁ ୧୩.୩ ଓଭରରେ ୧୬୪ ରନ ଯୋଡ଼ିଥିଲେ। ଗ୍ରୀନ ୫୫ ବଲରେ ୧୧୮ (୬ ଚୌକା ଓ ୮ ଛକା) ଓ କାରେ ୩୭ ବଲରେ ୫୦ (୭ ଚୌକା) ରନ କରି ଅପରାଜିତ ରହିଥିଲେ। ଫଳରେ ଅଷ୍ଟ୍ରେଲିଆ ୫୦ ଓଭରରେ ୨ ଉଇକେଟ ହରାଇ ୪୩୧ ରନ କରିଥିଲା।

ଜବାବରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଦକ୍ଷିଣ ଆଫ୍ରିକା ୨୪.୫ ଓଭରରେ ୧୫୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପାଇଁ ଡଓ୍ବୋଲ୍ଡ ବ୍ରେଭିସ ୪୯ (୨ ଚୌକା ଓ ୫ ଛକା) ଓ ଟୋନି ଡି ଜର୍ଜି ୩୩ (୬ ଚୌକା) ରନ କରିଥିଲେ। ଅଷ୍ଟ୍ରେଲିଆ ଲାଗି କୁପର କନୋଲି ୫ ଉଇକେଟ ସଫଳତା ହାତେଇଥିବା ବେଳେ ଜାଭିର ବାର୍ଟଲେଟ୍‌ ଓ ସିନ ଆବଟ ୨ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

କାହିଁକି ହେଉନାହିଁ IPL 2026 କାର୍ଯ୍ୟସୂଚୀ ଘୋଷଣା? ବିଳମ୍ବର କାରଣ କ’ଣ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ପାଇଁ ଆପାତକାଳୀନ ତାରିଖ ଘୋଷଣା ସତ୍ତ୍ୱେ, ବିସିସିଆଇ ଏପର୍ଯ୍ୟନ୍ତ ମ୍ୟାଚ ସୂଚୀ ଘୋଷଣା କରିନାହିଁ। ବୋର୍ଡ କହିଛି...

ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର

ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳାଯିବ।...

ଆମ ଟିମ ନ୍ୟୁଜିଲାଣ୍ଡ ଠାରୁ ଅଧିକ ମଜଭୁତ, ଟି ୨୦ ସିରିଜ ଜିତିବ, ଜାଣନ୍ତୁ କାହାର ବୟାନ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ବୁଧବାର ନାଗପୁରରେ ଖେଳାଯିବାକୁ ଯାଉଛି। ଏହି ମ୍ୟାଚକୁ ନେଇ...

IPL 2026: ହେଲା ବଡ଼ ଘୋଷଣା! ଏହି ୧୮ ପଡ଼ିଆରେ ଖେଳାଯିବ IPL ମ୍ୟାଚ, ରହିଛି ଗୋଟିଏ ବିବାଦୀୟ ଗ୍ରାଉଣ୍ଡ

ନୂଆଦିଲ୍ଲୀ,୨୧।୧: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୬ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଏହି ସିଜିନରେ ମ୍ୟାଚ ଖେଳାଯିବ ବୋଲି ସ୍ଥାନ ଘୋଷଣା କରାଯାଇଛି।...

ହଠାତ୍‌ କ୍ରିକେଟ୍‌କୁ ବାଏ ବାଏ କଲେ ଏହି କିମ୍ବଦନ୍ତୀ କ୍ରିକେଟର୍‌: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୨୧।୧: କିମ୍ବଦନ୍ତୀ ପାକିସ୍ତାନୀ କ୍ରିକେଟର ଶୋଏବ ମଲିକ ୪୩ ବର୍ଷ ବୟସରେ ପାକିସ୍ତାନ ସୁପର ଲିଗରୁ ଅବସର ନେଇଛନ୍ତି। ସେ ୨୦୧୬ରେ ଏହାର ଉଦଘାଟନୀ ସିଜିନରୁ...

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri