Posted inଖେଳ

ହେଡ୍‌, ମାର୍ଶ, ଗ୍ରୀନଙ୍କ ଶତକ: ଅଷ୍ଟ୍ରେଲିଆର ବୃହତ୍‌ ବିଜୟ

ମ୍ୟାକେ,୨୪ା୮: ଟ୍ରାଭିସ୍‌ ହେଡ୍‌, ଅଧିନାୟକ ମିଚେଲ ମାର୍ଶ ଓ କାମେରନ ଗ୍ରୀନଙ୍କ ଶତକ ବଳରେ ଅଷ୍ଟ୍ରେଲିଆ ୨୭୬ ରନର ବିଶାଳ ବ୍ୟବଧାନରେ ଦକ୍ଷିଣ ଆଫ୍ରିକା ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌କୁ ଜିତି ନେଇଛି। ଏହା ଦକ୍ଷିଣ ଆଫ୍ରିକା ଲାଗି ଦିନିକିଆ ଫର୍ମାଟରେ ସର୍ବବୃହତ୍‌ ପରାଜୟ। ଏହି ପରାଜୟ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ୨-୧ ବ୍ୟବଧାନରେ ସିରିଜ୍‌ ହାତେଇଛି। ଅଷ୍ଟ୍ରେଲିଆ ବିପକ୍ଷରେ ଏହା ଦକ୍ଷିଣ ଆଫ୍ରିକା ପାଇଁ କ୍ରମାଗତ ପଞ୍ଚମ ସିରିଜ୍‌ ବିଜୟ। ଅଷ୍ଟ୍ରେଲିଆ ଦ୍ୱାରା ପ୍ରଦତ୍ତ ୪୩୨ ରନର ବିଶାଳ ଟାର୍ଗେଟ ଆଗରେ ଦକ୍ଷିଣ ଆଫ୍ରିକା ୨୪.୫ ଓଭରରେ ୧୫୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ହେଡ୍‌ଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ କେଶବ ମହାରାଜ ପ୍ଲେୟର ଅଫ୍‌ ଦି ସିରିଜ୍‌ ବିବେଚିତ ହୋଇଛନ୍ତି।

ବ୍ୟାଟିଂ କରିଥିବା ଅଷ୍ଟ୍ରେଲିଆକୁ ହେଡ୍‌ ଓ ଅଧିନାୟକ ମାର୍ଶ ପ୍ରଥମ ଉଇକେଟରେ ୨୫୦ ରନ୍‌ ଯୋଡ଼ିଥିଲେ। ହେଡ୍‌ ୧୦୩ ବଲରେ ୧୪୨ (୧୭ ଚୌକା ଓ ୫ ଛକା) ଓ ମାର୍ଶ ୧୦୬ ବଲରେ ୧୦୦ (୬ ଚୌକା ଓ ୫ ଛକା) ରନ କରି ଆଉଟ୍‌ ହୋଇଥିଲେ। ଏହା ହେଡ୍‌ଙ୍କ ଲାଗି ସପ୍ତମ ଓ ମାର୍ଶଙ୍କର ଚତୁର୍ଥ ଦିନିକିଆ ଶତକ ଥିଲା।

ଏହାପରେ ଗ୍ରୀନ ଓ ଆଲେକ୍ସ କାରେ ତୃତୀୟ ଉଇକେଟ ପାଇଁ ୧୩.୩ ଓଭରରେ ୧୬୪ ରନ ଯୋଡ଼ିଥିଲେ। ଗ୍ରୀନ ୫୫ ବଲରେ ୧୧୮ (୬ ଚୌକା ଓ ୮ ଛକା) ଓ କାରେ ୩୭ ବଲରେ ୫୦ (୭ ଚୌକା) ରନ କରି ଅପରାଜିତ ରହିଥିଲେ। ଫଳରେ ଅଷ୍ଟ୍ରେଲିଆ ୫୦ ଓଭରରେ ୨ ଉଇକେଟ ହରାଇ ୪୩୧ ରନ କରିଥିଲା।

ଜବାବରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ଦକ୍ଷିଣ ଆଫ୍ରିକା ୨୪.୫ ଓଭରରେ ୧୫୫ ରନରେ ଅଲଆଉଟ୍‌ ହୋଇଯାଇଥିଲା। ଦଳ ପାଇଁ ଡଓ୍ବୋଲ୍ଡ ବ୍ରେଭିସ ୪୯ (୨ ଚୌକା ଓ ୫ ଛକା) ଓ ଟୋନି ଡି ଜର୍ଜି ୩୩ (୬ ଚୌକା) ରନ କରିଥିଲେ। ଅଷ୍ଟ୍ରେଲିଆ ଲାଗି କୁପର କନୋଲି ୫ ଉଇକେଟ ସଫଳତା ହାତେଇଥିବା ବେଳେ ଜାଭିର ବାର୍ଟଲେଟ୍‌ ଓ ସିନ ଆବଟ ୨ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

IPL 2026: ବେଙ୍ଗାଲୁରୁ-ହାଇଦ୍ରାବାଦ ମଧ୍ୟରେ ପ୍ରଥମ ମ୍ୟାଚ୍‌, କେଉଁଠି ଏବଂ କିପରି ଲାଇଭ ଦେଖିବେ ଜାଣନ୍ତୁ…

ବେଙ୍ଗାଲୁରୁର,୨୭।୩: IPL 2026 ସିଜିନର ପ୍ରଥମ ମ୍ୟାଚ୍‌ ଦୁଇଟି ଶକ୍ତିଶାଳୀ ଦଳ ବେଙ୍ଗାଲୁରୁ ଏବଂ ହାଇଦ୍ରାବାଦ ମଧ୍ୟରେ ମୁକାବିଲା ହେବ। RCB ଘରୋଇ ପଡ଼ିଆରେ ବିଜୟ ସହିତ…

ଅନ୍ତର୍ଜାତୀୟ ଡେବ୍ୟୁ କରିପାରିବେ ବୈଭବ ସୂର୍ଯ୍ୟବଂଶୀ, ଆଉ ବାଧକ ସାଜିବନି ICC ନିୟମ

ନୂଆଦିଲ୍ଲୀ,୨୭।୩: ହରାରେ ସ୍ପୋଟର୍‌ସ କ୍ଲବରେ ଅନୁଷ୍ଠିତ ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ର ଫାଇନାଲରେ ବୈଭବ ସୂର୍ଯ୍ୟବଂଶୀ ତାଙ୍କର ରୌଦ୍ର ରୂପ ଦେଖାଇଥିଲେ। ଇଂଲଣ୍ଡ ବିପକ୍ଷରେ ଫାଇନାଲ…

ବେଙ୍ଗାଲୁରୁକୁ ବଡ଼ ଝଟକା, ଏହି ଖେଳାଳିଙ୍କୁ ମିଳିଲା ନାହିଁ ନୋ ଅବଜେକ୍ସନ ସାର୍ଟିଫିକେଟ

ନୂଆଦିଲ୍ଲୀ,୨୭ା୩: ଶ୍ରୀଲଙ୍କାର ପେସର ନୁଓ୍ୱାନ ଥୁସାରା ଆଗାମୀ ଆଇପିଏଲ୍‌ ମିସ କରିବେ। ଶ୍ରୀଲଙ୍କା କ୍ରିକେଟ (ଏସ୍‌ଏଲ୍‌ସି)ର ନୂଆ କଡ଼ା ଫିଟ୍‌ନେସ ପଲିସୀ ଅନୁଯାୟୀ, ତାଙ୍କୁ ନୋ ଅବଜେକ୍ସନ…

ରିଙ୍କୁଙ୍କୁ ମିଳିଲା ସରକାରୀ ଚାକିରି, ଏତେ ପାଇବେ ଦରମା, ଜାଣିଲେ ଉଡିଜିବ ହୋସ୍‌

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟର ରିଙ୍କୁ ସିଂଙ୍କୁ ସରକାରୀ ଚାକିରି ମିଳିଛି। ରିଙ୍କୁଙ୍କ ପାଇଁ ଏକାସାଙ୍ଗରେ ଦୁଇଟି ବଡ଼ ଖବର ଆସିଛି। କାରଣ ସେ ନିକଟରେ କୋଲକାତା ନାଇଟ…

ଚର୍ଚ୍ଚାରେ ପାକିସ୍ତାନ କ୍ରିକେଟ ବୋର୍ଡ, PSLକୁ ନେଇ ନେଲା ଏମିତି ନିଷ୍ପତ୍ତି ସାରା ବିଶ୍ୱ ଚକିତ

ଇସଲାମାବାଦ,୨୭।୩: ପାକିସ୍ତାନ ସୁପର ଲିଗ (PSL)ର ଚଳିତ ସିଜିନରେ କିଛି ଭିନ୍ନ ଘଟଣା ଘଟିଛି। PSL 2026 ଶୁକ୍ରବାରଠାରୁ ଆରମ୍ଭ ହୋଇଛି, ଏବଂ ଏହି ଲିଗ ଏହାର…

୧୦ ଲକ୍ଷ ଟଙ୍କିଆ ଚେକ୍‌ ବାଣ୍ଟିଲେ ହାର୍ଦ୍ଦିକ ପାଣ୍ଡ୍ୟା: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୭।୩: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା କେବଳ ତାଙ୍କ ଖେଳ ପାଇଁ ନୁହେଁ ବରଂ ତାଙ୍କ ବିଳାଶପୂର୍ଣ୍ଣ ଜୀବନଶୈଳୀ ପାଇଁ ମଧ୍ୟ ଜଣାଶୁଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri