କନିଷ୍ଠ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷୟିତ୍ରୀଙ୍କ ଆକ୍ରମଣ ଅଭିଯୋଗ: ଉଭୟପକ୍ଷରୁ ମାମଲା

ଆନନ୍ଦପୁର,୨୭ା୮(ସ୍ବ.ପ୍ର.): ବିଦ୍ୟାଳୟ ଭଳି ଏକ ପବିତ୍ର ସ୍ଥାନରେ ରଣକ୍ଷେତ୍ର ଭଳି ପରିସ୍ଥିତି ସୃଷ୍ଟି ହେବା ଚର୍ଚ୍ଚାର ପରିସରକୁ ଆସିଛି। କନିଷ୍ଠ ଶିକ୍ଷୟିତ୍ରୀଙ୍କୁ ପ୍ରଧାନଶିକ୍ଷୟିତ୍ରୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। କନିଷ୍ଠ ଶିକ୍ଷୟିତ୍ରୀ ଆହତ ହୋଇଥିବା ଘଟଣା ଏବେ ଘସିପୁରା ଥାନାରେ ପହଞ୍ଚିଛି। ଏଭଳି ଘଟଣା ଆନନ୍ଦପୁର ବ୍ଲକ ଡିହସାହି ପ୍ରାଥମିକ ବିଦ୍ୟାଳୟରେ। ଘଟଣା ଅନୁଯାୟୀ, ଡିହସାହି ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷୟିତ୍ରୀ ପଙ୍କଜିନୀ ସାହୁଙ୍କୁ ସେହି ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ଲିଲିପ୍ରିୟା ଯେନା ଗୋଡ଼ାଇ ଗୋଡ଼ାଇ ମାଡ଼ ମାରିଥିବା ଘସିପୁରା ଥାନାରେ ଲିଖିତ ଅଭିଯୋଗ ହୋଇଛି। ବିଭିନ୍ନ ସମୟରେ ଲିଲିପ୍ରିୟା କନିଷ୍ଠ ଶିକ୍ଷୟିତ୍ରୀଙ୍କ ବିରୋଧରେ ମିଥ୍ୟା ଆରୋପ ଲଗାଇବା ଗାଳିଗୁଲଜ କରିବା ଭଳି ଘଟଣା ଘଟୁଥିବା ବେଳେ କନିଷ୍ଠ ଶିକ୍ଷୟିତ୍ରୀ ଏହାର ଅଡିଓ ରେକର୍ଡିଂ କରିଥିଲେ। ଏ ସମ୍ପର୍କରେ ପ୍ରଧାନ ଶିକ୍ଷୟିତ୍ରୀ ଜାଣିପାରିବାରୁ ଶନିବାର ପଙ୍କଜିନୀଙ୍କୁ ମୋବାଇଲ ମାଗିଥିଲେ। ମୋବାଇଲ ନ ଦେବାରୁ ସେ ତାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣା ଦେଖିବା ପରେ ସ୍କୁଲର ପାଚିକା ଏବଂ ଅନ୍ୟ କେତେକ ମହିଳା ଛଡ଼ାଇଥିବା ଜଣାପଡ଼ିଛି। ଏହି ଘଟଣା ପରେ ଗ୍ରାମବାସୀ ମଧ୍ୟ ମୁହଁ ଖୋଲିଛନ୍ତି। ପୂର୍ବରୁ ପ୍ରଧାନଶିକ୍ଷୟିତ୍ରୀ ଏଭଳି କାର୍ଯ୍ୟକଳାପ ରହିଆସିଥିବା ଏବଂ ପୂର୍ବରୁ ଜଣେ ଶିକ୍ଷକ ମଧ୍ୟ ପ୍ରଧାନଶିକ୍ଷୟିତ୍ରୀଙ୍କ କାର୍ଯ୍ୟକଳାପକୁ ଆଧାର କରି ଅନ୍ୟତ୍ର ବଦଳି ହୋଇଯାଇଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏପରିକି ଲିଲିପ୍ରିୟା ପ୍ରଧାନ ଶିକ୍ଷୟିତ୍ରୀ ଦାୟିତ୍ୱ ନେବା ପରଠାରୁ ସ୍କୁଲରେ ଏଭଳି ବିଶୃଙ୍ଖଳା ଲାଗିରହିଥିବା ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏଭଳି କାର୍ଯ୍ୟକଳାପରେ ଅସନ୍ତୋଷ ବ୍ୟକ୍ତ କରି ଗ୍ରାମବାସୀ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବଦଳି ଦାବି କରିଛନ୍ତି। ତେବେ ଘଟଣାକୁ ନେଇ ଦାୟିତ୍ୱରେ ଥିବା ପ୍ରଧାନଶିକ୍ଷୟିତ୍ରୀଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନି। ଅନ୍ୟପକ୍ଷରେ ଘଟଣାକୁ ନେଇ ଘସିପୁରା ଥାନାଧିକାରୀ ବିକ୍ରମ କେଶରୀ ଭୂୟାଁଙ୍କ ପଚାରିବାରୁ ଉଭୟ ପକ୍ଷରୁ ଅଭିଯୋଗ ହୋଇଛି, ଉଭୟପକ୍ଷ ଘଟଣାର ସମାଧାନ ପାଇଁ ସେମାନଙ୍କ ଉପରିସ୍ଥ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି, ବିବାଦୀୟ ପରିସ୍ଥିତିର ଆପୋଷ ସମାଧାନ ନ ହେଲେ ତଦନ୍ତ କରାଯାଇ ଆଇନ ଅନୁସାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି। ଆନନ୍ଦପୁର ବ୍ଲକ ଶିକ୍ଷାଧିକାରୀ ଭାବେ ଦାୟିତ୍ୱରେ ଥିବା ବିଏନ୍‌ ହାଇସ୍କୁଲ ପ୍ରଧାନଶିକ୍ଷକ ଉମାକାନ୍ତ ରାଉତଙ୍କୁ ପଚରାଯିବାରୁ ସମ୍ପୃକ୍ତ ସ୍କୁଲରେ ସୃଷ୍ଟି ହୋଇଥିବା ବିବାଦୀୟ ପରିସ୍ଥିତି ଥାନାରେ ଆପୋଷ ସମାଧାନ ହୋଇଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri