କୋକସରା, ୨୫।୧୨ (ଡି.ଏନ.ଏ.) -କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ପଞ୍ଚାୟତ ବଡ଼କେନ୍ଦୁଗୁଡା ବିଜୁ ଏକ୍ସପ୍ରେସ ରାସ୍ତା ନିକଟରେ ୪୦୭ ଗାଡି ନମ୍ବର ଓଆର୦୮ ବି ୬୬୪୯ ଓ ବାଇକ ନମ୍ବର ଓଡି୦୮ଏଫ୨୭୯୮ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ହୋଇଛି। ବାଇକରେ ଥିବା ବନ୍ଧପଡା ଗ୍ରାମର ଭୀମ କଟା (୩୫) ଓ ସୟ ନାଏକ (୪୦) ୪୦୭ ଗାଡି ଧକ୍କା ଦେବା ଫଳରେ ଦୁଇ ଜଣ ଗୁରୁତର ହୋଇଥିବା ବେଳେ ସେମାନଙ୍କୁ ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ୧୦୮ ଆମ୍ବୁଲାନ୍ସରେ କୋକସରା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ଜିଲା ମୁଖ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ଘଟାଇଥିବା ୪୦୭ ଗାଡିର ଥିବା ଡ୍ରାଇଭର ଘଟଣା ସ୍ଥଳରୁ ଫେରାର ହୋଇଯାଇଛି। ଆମପାଣି ପୋଲିସ ପହଞ୍ଚି ଦୁର୍ଘଟଣା କରିଥିବା ୪୦୭ କୁ ଜବତ କରିବା ସହ ତଦନ୍ତ ଜାରି ରଖିଥିବା ନେଇ ଆମପାଣି ଏଏସଆଇ ତଦନ୍ତକାରୀ ପୋଲିସ ଅଧିକାରୀ ରାମ ଶଙ୍କର ବାଗ ସୂଚନା ଦେଇଛନ୍ତି।
ବାହାରିଲା ମା’ ମାଣିକେଶ୍ୱରୀଙ୍କ ନବାନ୍ନ ଲଗ୍ନ, ଏହିଦିନ ନୂଆଁ ଖାଇବେ ଗଡ଼ଜାତବାସୀ
ଭବାନୀପାଟଣା,୬ା୯(ଉତ୍ତମ କୁମାର ଦାଶ): ନୂଆଁଖାଇ ପାଇଁ ସଜବାଜ ହେଉଛି କଳାହାଣ୍ଡି ଜିଲା । ପଶ୍ଚିମ ଓଡ଼ିଶାର ଏହା ଏକ ମୁଖ୍ୟ ପର୍ବ ହୋଇଥିଲେ ହେଁ କଳାହାଣ୍ଡିରେ ଟିକେ…
ଛାତ୍ରୀଛାତ୍ରଙ୍କ ଶୈକ୍ଷିକ ଉନ୍ନତି, ଶୃଙ୍ଖଳା ଉପରେ ଗୁରୁତ୍ୱ
କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରସ୍ବତୀ ଶିଶୁମନ୍ଦିର ପରିସରରେ ଶିକ୍ଷା ପରିଷଦ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ମାର୍କଣ୍ଡ ପାଢ଼ୀଙ୍କ…
ଶିକ୍ଷାଦାନରେ ଗୁରୁଙ୍କ ଭୂମିକା ମହତ୍ତ୍ୱପୂର୍ଣ୍ଣ, ଅବସରପ୍ରାପ୍ତ ଶିକ୍ଷକଙ୍କୁ ମିଳିଲା…
କର୍ଲାମୁଣ୍ଡା,୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦରସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ଗୁରୁଦିବସ ଅବସରରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଓ ସମ୍ବର୍ଦ୍ଧନା ସଭା…
ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…
ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…
ପାଣି ଫ୍ୟାକ୍ଟେରୀରେ କରେଣ୍ଟ ଝଟକା, ଜୀବନ ସହ ଲଢ଼ୁଛନ୍ତି ଶ୍ରମିକ: ଗେଟ୍ରେ ଗଣଧାରଣା
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଚାଞ୍ଚେର ପଞ୍ଚାୟତ ଅଧୀନ ଏନ୍ଏଚ୍-୨୬ ପାର୍ଶ୍ୱରେ ଅବସ୍ଥିତ ଏକ ପାଣି ପାଉଚ୍ ଫ୍ୟାକ୍ଟେରୀରେ ଅଭାବନୀୟ ଘଟଣା…
ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ
କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…
ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…
Archives

