କୁଲାଡ ଯାଉଥିଲେ ସାଗର, ଧକ୍କା ଦେଲା କାର୍‌: ଆଉ ତା’ପରେ…

ଭଞ୍ଜନଗର,୨୨/୬(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ସୋମବାର ଅପରାହ୍ନରେ ଏକ ସ୍କୁଟି ସହ କାର ଗାଡି ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ସ୍କୁଟି ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ସଂପୃକ୍ତ ଅଞ୍ଚଳବାସୀ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ରେ ଭର୍ତ୍ତି କରିଛନ୍ତି। ଆହତ ଯୁବକ ଜଣକ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ ବଲାଡି ଗ୍ରାମର ସାଗର ସ୍ବାଇଁ।
ଘଟଣାରୁ ପ୍ରକାଶ ଯେ, ସାଗର ଆଜି କୁଲାଡ ଅଭିମୁଖେ କୌଣସି କାମରେ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ କାର ସାଗରଙ୍କ ସ୍କୁଟିକୁ ଧକ୍କା ଲଗାଇଥିଲା। ଫଳରେ ସାଗର ଆହତ ହୋଇଥିଲେ।

 

Dharitri – Odisha’s No.1 Odia Daily

 

Share