ବୁଲିବାକୁ ଯାଇଥିଲେ, ଫେରିଲେନି: ବାଇକ୍ ଦୁର୍ଘଟଣାରେ ବି-ଟେକ୍ ଛାତ୍ରଙ୍କ ଜୀବନ ଗଲା

ମୋହନା, ୨।୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଚନ୍ଦ୍ରଗିରି ଫାଣ୍ଡି ଅଧୀନ ଏକଲବ୍ୟ ଆବାସିକ ବିଦ୍ୟାଳୟ ସମ୍ମୁଖରେ ଶୁକ୍ରବାର ବାଇକ୍ ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଜଣେ ବି-ଟେକ୍ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଛାତ୍ର ଗୁରୁତର ହୋଇଛନ୍ତି।

ସୂଚନା ଅନୁସାରେ, ବ୍ରହ୍ମପୁରସ୍ଥିତ ପାରଳା ମହାରାଜ ଇଞ୍ଜିନିୟରିଂ କଲେଜର ୧୨ ଜଣ ଛାତ୍ର ଅଲଗା ଅଲଗା ବାଇକ୍‌ରେ ଖସଡ଼ା ଜଳପ୍ରପାତ ଓ ଜିରାଙ୍ଗ ବୌଦ୍ଧ ମନ୍ଦିର ବୁଲି ବ୍ରହ୍ମପୁର ଫେରୁଥିଲେ। ଏହି ସମୟରେ ବିପରୀତ ଦିଗରୁ ବିଶାଖାପାଟଣାରୁ ଆସିଥିବା ଏକ ପରିବାର ତପ୍ତପାଣିରୁ କାର୍‌ରେ ଫେରୁଥିବା ବେଳେ ଏକଲବ୍ୟ ଆବାସିକ ବିଦ୍ୟାଳୟ ନିକଟରେ ଏକ ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା।

ଦୁର୍ଘଟଣାରେ ବାଇକ୍‌ରେ ଥିବା ସତ୍ୟବ୍ରତ ଓମ୍ ପ୍ରକାଶ ଓ ସୋମ ଶୁଭ୍ରାଂଶୁ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକେ ଉଭୟଙ୍କୁ ଚନ୍ଦ୍ରଗିରି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରେ ଡାକ୍ତର ବାସୁଦେବ ମହାନ୍ତ ସତ୍ୟବ୍ରତଙ୍କୁ ମୃତ ଘୋଷଣା କରିଥିଲେ।

ମୃତ ସତ୍ୟବ୍ରତ ବି-ଟେକ୍ ଦ୍ୱିତୀୟ ବର୍ଷର ଛାତ୍ର ଥିବା ବେଳେ ତାଙ୍କ ଘର ଭୁବନେଶ୍ୱର ବୋଲି ଜଣାପଡ଼ିଛି। ଅନ୍ୟ ଆହତ ଛାତ୍ର ସୋମ ଶୁଭ୍ରାଂଶୁଙ୍କ ଘର ଜଗତସିଂହପୁର ବୋଲି ଜଣାପଡ଼ିଛି। ତାଙ୍କୁ ପ୍ରାଥମିକ ଚିକିତ୍ସା ପରେ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଖବର ପାଇ ଚନ୍ଦ୍ରଗିରି ଫାଣ୍ଡି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦୁର୍ଘଟଣାର କାରଣ ସମ୍ପର୍କରେ ତଦନ୍ତ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀଙ୍କ ଉପଦ୍ରବରେ ଫସଲ ନଷ୍ଟ, ଚିନ୍ତାରେ ଚାଷୀ: କ୍ଷତିପୂରଣ ଦାବି କଲେ…

ତୁମୁଡିବନ୍ଧ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବନାଞ୍ଚଳରେ ହାତୀଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଗତ କିଛି ଦିନ ହେବ ପଡ଼ୋଶୀ କଳାହାଣ୍ଡି ଜିଲାରୁ ୫ଟି…

ସାଇକେଲରେ ସହର ବୁଲିଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ପୋଖରୀ ସଫାକରି, ବାଣ୍ଟିଲେ ସ୍ବଚ୍ଛତାର ବାର୍ତ୍ତା   

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର) ଅହିଂସା ଓ ସତ୍ୟର ମାର୍ଗ ଦେଇ ଦେଶକୁ ସ୍ବାଧିନତା ଆଣିବାରେ ପ୍ରମୁଖ ଗ୍ରହଣ କରିଥିବା ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଅବସରରେ…

ଗଠନ ହେଲା ୩ ବଡ଼ ରାଜଯୋଗ: କେବଳ ଏହି ୩ ରାଶିଙ୍କର ଫାଇଦା ହିଁ ଫାଇଦା, ଭାଗ୍ୟରେ ଲାଗିଲା ଲଟେରୀ

ଅକ୍ଟୋବର ମାସ ଆରମ୍ଭ ହେବା ସହିତ ଗ୍ରହ-ନକ୍ଷତ୍ରଙ୍କ ଚଳନରେ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସମସ୍ତ ଗ୍ରହ ନିର୍ଦ୍ଦିଷ୍ଟ ସମୟ ବ୍ୟବଧାନରେ ରାଶି…

ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ନୀରୁ ଧଣ୍ଡା ହେବେ ପତାକା ବାହକ, ଜାଣନ୍ତୁ ନୀରୁ କିଏ…

ନାଗୋୟା,୨ା୧୦: ରବିବାର ହେବାକୁ ଥିବା ଏସିଆନ ଗେମ୍ସ ଉଦ୍‌ଯାପନୀ ଉତ୍ସବରେ ଭାରତର ଅଗ୍ରଣୀ ଟ୍ରାପ୍‌ ଶୁଟର ନୀରୁ ଧଣ୍ଡା ଭାରତୀୟ ଦଳର ମହିଳା ପତାକା ବାହକ ହେବେ।…

ଗୋଟିଏ ଦିନରେ ଭାରତକୁ ମିଳିଲା ୬ ସ୍ବର୍ଣ୍ଣ ପଦକ

ନିଶିଓ,୨।୧୦: ଏସିଆନ ଗେମ୍ସରେ ଶୁକ୍ରବାର ଭାରତ ଚମତ୍କାର ପ୍ରଦର୍ଶନ କରିଛି। ଭାରତ ଗୋଟିଏ ଦିନରେ ୬ ସ୍ବର୍ଣ୍ଣ ପଦକ ହାସଲ କରିଛି। ଭାରତୀୟ ବକ୍ସର ହ୍ୟାଟ୍ରିକ ସ୍ବର୍ଣ୍ଣ…

ଖେମୁଣ୍ଡି ବ୍ୟବସାୟୀ ସଂଘ ପକ୍ଷରୁ ନୋ – ୟୁପିଆଇ ଡେ ପାଳନ : ଦିଗପହଣ୍ଡି ରେ ବିକ୍ଷୋଭ ଓ ପ୍ରତିବାଦ ଶୋଭାଯାତ୍ରା

ଦିଗପହଣ୍ଡି,୨|୧୦(ଅଶେଷ ନାଥ ମିଶ୍ର): ସମଗ୍ର ଦେଶରେ ଚଳିତ ମାସ ୧୫ ତାରିଖରୁ ସରକାରୀ ସମର୍ଥିତ ଡିଜିଟାଲ ପେମେଣ୍ଟ ( ୟୁପିଆଇ) ସିଷ୍ଟମ କାରବାରରେ ପରିବର୍ତ୍ତନ ଓ ନୂଆ…

IND vs WI Playing 11: ତୃତୀୟ ଦିନିକିଆରେ ଅଧିନାୟକ ନେବେ ସାହସିକ ପଦକ୍ଷେପ! Playing 11ରେ ପରିବର୍ତ୍ତନ ନିଶ୍ଚିତ !

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟ ଇଣ୍ଡିଜ ମଧ୍ୟରେ ତୃତୀୟ ଦିନିକିଆ ମ୍ୟାଚ ଶନିବାର, ଅକ୍ଟୋବର ୩ରେ ଖେଳାଯିବ। ନିୟୁ ଚଣ୍ଡିଗଡ଼ସ୍ଥିତ ପିସିଏ (PCA) ଆନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମ…

ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ: ୩ ରାଶି ପାଇଁ ଶୁଭ ସଙ୍କେତ, ପ୍ରବଳ ଧନ ଯୋଗ ସହ ବ୍ୟବସାୟରେ ହେବେ ମାଲାମାଲ

ଭୁବନେଶ୍ୱର: ଶାରଦୀୟ ନବରାତ୍ରି ଚାଲିଥିବା ସମୟରେ ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ହେବାକୁ ଯାଉଛି। ଜ୍ୟୋତିଷ ଦୃଷ୍ଟିରୁ ଏହି ଗୋଚରକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?