ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ଦ୍ରୁତଗାମୀ ଟ୍ରକ୍‌ ଓ କାର୍‌ ମୁହାଁମୁହିଁ ଧକ୍କା ହେବାରୁ କାର୍‌ ଚାଳକ ଗୁରୁତର ଆହତ ହୋଇଛନ୍ତି। ଧକ୍କାରେ କାର୍‌ର ସମ୍ମୁଖ ଭାଗ ଚୁରମାର୍‌ ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ପବିତ୍ର ଗଣେଶ ଚତୁର୍ଥୀ ଅବସରରେ ତିରିଂ ଉଚ୍ଚ ବିଦ୍ୟାଳୟରେ ଗଣେଶ ପୂଜା ହେଉଥିବାରୁ ପ୍ରଧାନଶିକ୍ଷକ ରଞ୍ଜନ ନନ୍ଦ ରାଇରଙ୍ଗପୁରରୁ ନିଜେ କାର୍‌ ଚଳାଇ ତିରିଂ ସ୍କୁଲ ଅଭିମୁଖେ ଯାଉଥିଲେ। କାଦୁଆଣି ନିକଟରେ ତାଙ୍କ କାର୍‌ ସହ ଏକ ଦ୍ରୁତଗାମୀ ଟ୍ରକ୍‌ର ଧକ୍କା ହୋଇଥିଲା। ଫଳରେ ରଞ୍ଜନ ନନ୍ଦ ଗୁରୁତର ଆହତ ହୋଇଥିଲେ।

ସ୍ଥାନୀୟ ଲୋକେ ତୁରନ୍ତ ତାଙ୍କୁ ଉଦ୍ଧାର କରି ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ। ତାଙ୍କ ଡାହାଣ ଗୋଡ଼ ଓ ହାତ ଭାଙ୍ଗିଥିବା ଜଣାପଡ଼ିଛି। ଅବସ୍ଥା ଗୁରୁତର ଥିବାରୁ ପରେ ତାଙ୍କୁ ଭୁବନେଶ୍ୱର କିମ୍‌ସ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି।

ରଞ୍ଜନ ନନ୍ଦ ଜଣେ ପରୋପକାରୀ, ମେଳାପୀ, ଅମାୟିକ ଓ ଛାତ୍ରବତ୍ସଳ ପ୍ରଧାନଶିକ୍ଷକ ଭାବେ ଅଞ୍ଚଳରେ ପରିଚିତ। ଦୁର୍ଘଟଣା ଖବର ପାଇ ତାଙ୍କ ଶୁଭେଚ୍ଛୁମାନେ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟରେ ପହଞ୍ଚି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବା ସହ ଆଶୁ ଆରୋଗ୍ୟ କାମନା କରିଥିଲେ।

ଖବର ପାଇ ବହଳଦା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌ ଓ କାର୍‌କୁ ଜବତ କରିଛି। ଏଥିସହ ଦୁର୍ଘଟଣାର କାରଣ ନେଇ ପୋଲିସ ତଦନ୍ତ ଜାରି ରଖିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

ଗଣେଶ ଚତୁର୍ଥୀରେ ଚଳଚଞ୍ଚଳ ଛତ୍ରପୁର ସହର: ଝଲସୁଛି ବିଭିନ୍ନ ପୂଜାମଣ୍ଡପ

ଛତ୍ରପୁର, ୧୪।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଆଜି ପବିତ୍ର ଶ୍ରୀଗଣେଶ ଚତୁର୍ଥୀ। ଅଗ୍ରପୂଜ୍ୟ ପ୍ରଭୁ ଶ୍ରୀଗଣେଶଙ୍କ ଆବାହନରେ ଚଳଚଞ୍ଚଳ ହୋଇଉଠିଛି ଛତ୍ରପୁର ସହର। ଶ୍ରଦ୍ଧା, ଭକ୍ତି ଓ…

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?