ବାରିପଦା,୨୩।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଯଶିପୁର ଥାନା ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥ ପାଣ୍ଠ ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ୨ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ୨ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ଆହତ ଦ୍ୱୟଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମିଳିଥିବା ସୂଚନା ମୁତାବକ, ୨୨୦ ନମ୍ବର ଜାତୀୟ ରାଜପଥ ପାଣ୍ଠ ନିକଟରେ ୨ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଜୋର ଥିଲା ଯେ, ବାଇକ୍ରେ ଥିବା ୪ଜଣ ରାସ୍ତାରେ ଛିଟିକି ପଡି ଗୁରୁତର ଆହତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଦୁଇଜଣଙ୍କ ଜୀବନ ଚାଲିଯାଇଥିଲା। ୨ଜଣ ଗୁରୁତର ଆହତ ହୋଇଥିଲେ। ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଖବର ପାଇ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।

