ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: କନଷ୍ଟେବଲଙ୍କ ସମେତ ୨ ଗୁରୁତର

ଭଞ୍ଜନଗର,୩୦।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାର ଚିଦାନନ୍ଦ ଆଶ୍ରମ ନିକଟରେ ବୁଧବାର ସକାଳ ୯ ଟା ୩୦ ମିନିଟ ସମୟରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବୁଗୁଡା ଥାନା କନଷ୍ଟେବଲଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଖମାରେଡିର ଧ୍ରୁବ ସାଇଁ ଏବଂ ବଡକୋଦଣ୍ଡାର ପପୁ ଗୌଡ଼। ଆହତ ଦ୍ବୟଙ୍କୁ ସଂପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଆହତମାନଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲ ନେବାପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଏହାପରେ ସେମାନଙ୍କୁ ବ୍ରହ୍ମପୁର ନିଆଯାଇଛି।
ଘଟଣାରୁ ପ୍ରକାଶ ଯେ, ଧ୍ରୁବ ବୁଗୁଡ଼ା ଥାନାରେ କନଷ୍ଟେବଲ ଚାକିରି କରନ୍ତି। ତେଣୁ ସେ ଆଜି ସକାଳେ ବୁଗୁଡ଼ା ଥାନା ଅଭିମୁଖେ ନିଜ ବାଇକରେ ବାହାରିଥିଲେ। ଏହି ସମୟରେ ବିପରୀତ ଦିଗରୁ ବଡକୋଦଣ୍ଡାର ପପୁ ଡହ ଆଡ଼େ ଯାଉଥିଲେ। ବାଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟ ଗୁରୁତର ଭାବେ ଆହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶିର ସରସ ମେଳା-୨୦୨୬ରେ ୩୦ କୋଟି ଟପିଲା ବ୍ୟବସାୟ

ଭୁବନେଶ୍ୱର,୨୦।୧: ରାଜଧାନୀରେ ଚାଲିଥିବା ଜାତୀୟ ସ୍ତରୀୟ ‘ଶିଶିର ସରସ ମେଳା-୨୦୨୬’ ମଙ୍ଗଳବାର ଉଦଯାପିତ ହୋଇଯାଇଛି। ଚଳିତ ବର୍ଷ ଏହି ମେଳା ବିକ୍ରି ଏବଂ ଜନସମାଗମ କ୍ଷେତ୍ରରେ...

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri