ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: କନଷ୍ଟେବଲଙ୍କ ସମେତ ୨ ଗୁରୁତର

ଭଞ୍ଜନଗର,୩୦।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡହ ରାସ୍ତାର ଚିଦାନନ୍ଦ ଆଶ୍ରମ ନିକଟରେ ବୁଧବାର ସକାଳ ୯ ଟା ୩୦ ମିନିଟ ସମୟରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବୁଗୁଡା ଥାନା କନଷ୍ଟେବଲଙ୍କ ସମେତ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଖମାରେଡିର ଧ୍ରୁବ ସାଇଁ ଏବଂ ବଡକୋଦଣ୍ଡାର ପପୁ ଗୌଡ଼। ଆହତ ଦ୍ବୟଙ୍କୁ ସଂପୃକ୍ତ ଅଞ୍ଚଳବାସୀ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। ଆହତମାନଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁ ସେମାନଙ୍କୁ ଅଧିକ ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ମେଡିକାଲ ନେବାପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଏହାପରେ ସେମାନଙ୍କୁ ବ୍ରହ୍ମପୁର ନିଆଯାଇଛି।
ଘଟଣାରୁ ପ୍ରକାଶ ଯେ, ଧ୍ରୁବ ବୁଗୁଡ଼ା ଥାନାରେ କନଷ୍ଟେବଲ ଚାକିରି କରନ୍ତି। ତେଣୁ ସେ ଆଜି ସକାଳେ ବୁଗୁଡ଼ା ଥାନା ଅଭିମୁଖେ ନିଜ ବାଇକରେ ବାହାରିଥିଲେ। ଏହି ସମୟରେ ବିପରୀତ ଦିଗରୁ ବଡକୋଦଣ୍ଡାର ପପୁ ଡହ ଆଡ଼େ ଯାଉଥିଲେ। ବାଟରେ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଉଭୟ ଗୁରୁତର ଭାବେ ଆହତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷାରେ ଭାଙ୍ଗିଲା ଦୁଇ ପୋଲ: ୩୦ ଏକର ଚାଷଜମିରେ ମାଡ଼ିଗଲା ବାଲିଚର, ଉପବାଚସ୍ପତି ଘଟଣାସ୍ଥଳ ପରିଦର୍ଶନ କରି…

ବଡ଼ଗାଁ,୨୨ା୭(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅନ୍ତର୍ଗତ ଏକମା, ପାମରା, ବାମଡେରା ଓ ରୁନଗାଁ ପଞ୍ଚାୟତ ଅଞ୍ଚଳରେ ସୋମବାର ରାତିସାରା ହୋଇଥିବା ପ୍ରବଳ ବର୍ଷା ଯୋଗୁ…

ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ: ଭକ୍ତଙ୍କ ଜମୁଛି ଭିଡ଼

ଜି ଉଦୟଗିରି, ୨୨।୭( ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି ଉଦୟଗିରି ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁ ଜଗନ୍ନାଥଙ୍କ ପର୍ଶୁରାମ ବେଶ କରାଯାଇଛି। ମହାପ୍ରଭୁଙ୍କ ପର୍ଶୁରାମ ବେଶ ଓ…

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri