ରାଜଧାନୀରେ ମୁଣ୍ଡବିହୀନ ମୃତଦେହ : ବରମୁଣ୍ଡା ବସ୍‌ଷ୍ଟାଣ୍ଡ ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଠାବ

ଭୁବନେଶ୍ୱର, ୨୬।୭: ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସମ୍ମୁଖ ରାସ୍ତାରୁ ରବିବାର ଭୋର ସମୟରେ ଏକ ମୁଣ୍ଡବିହୀନ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ସୂଚନା ଅନୁଯାୟୀ, ଭୋର ପ୍ରାୟ ୪ଟା ସମୟରେ ସ୍ଥାନୀୟ ଲୋକମାନେ ରାସ୍ତା ଉପରେ ମୃତଦେହଟି ପଡ଼ିଥିବା ଦେଖି ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ସମ୍ପୃକ୍ତ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି।ପ୍ରାଥମିକ ତଦନ୍ତରୁ ଏହା କୌଣସି ସଡ଼କ ଦୁର୍ଘଟଣାର ପରିଣାମ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଥିଲେ ମଧ୍ୟ ପୋଲିସ କୌଣସି ସମ୍ଭାବନାକୁ ଏଡ଼ାଇ ନାହିଁ। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳି ନ ଥିବା ବେଳେ ଘଟଣାର ପ୍ରକୃତ କାରଣ ଜାଣିବା ପାଇଁ ବିଭିନ୍ନ ଦିଗରୁ ତଦନ୍ତ ଚାଲିଛି।ଘଟଣାସ୍ଥଳ ଏବଂ ଏହାର ଆଖପାଖ ଅଞ୍ଚଳରେ ଲାଗିଥିବା ସିସିଟିଭି କ୍ୟାମେରାର ଫୁଟେଜ ସଂଗ୍ରହ କରି ପୋଲିସ ଯାଞ୍ଚ କରୁଛି। ସେହିପରି ମୃତକଙ୍କ ପରିଚୟ ଏବଂ ଘଟଣାର ସମ୍ପୂର୍ଣ୍ଣ ସତ୍ୟାସତ୍ୟ ଜାଣିବା ପାଇଁ ପୋଲିସର ଛାନଭିନ୍ ଜାରି ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧାକୋବି ଭିତରେ ହେଉଥିଲା ଗଞ୍ଜେଇ ଚାଲାଣ, ମାଡି ବସିଲା ପୋଲିସ

ବାଲିମେଳା,୧୦।୯(ଶିବଦତ୍ତ ସାହୁ): ମାଫିଆମାନେ ବିଭିନ୍ନ ଅଭିନବ ଉପାୟରେ ବାହାର ରାଜ୍ୟକୁ ଗଞ୍ଜେଇ ଚାଲାଣ କରୁଥିବା ଘଟଣା ସାମ୍ନାକୁ ଆସୁଛି। ବଡ଼ ଚତୁରତାର ସହିତ ଏକ ପିକଅପ ଭ୍ୟାନ୍‌ର…

ଏହି ଦିନ ଇରାନ ସହ ଯୁଦ୍ଧ ବନ୍ଦ କରିବ ଆମେରିକା, ଟ୍ରମ୍ପ କଲେ ବଡ଼ ଦାବି

ଓ୍ବାଶିଂଟନ,୧୦।୯: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ଆରମ୍ଭ ହେବାର ଛଅ ମାସରୁ ଅଧିକ ସମୟ ବିତିଗଲାଣି। ଫେବୃଆରୀ ୨୮ ରେ ଆମେରିକା ଏବଂ ଇସ୍ରାଏଲ ଇରାନ…

ମୁହଁ ଖୋଲିଲେ ରୋହିତ ଶର୍ମା, ଦିନିକିଆ ବିଶ୍ୱକପ ଖେଳିବା ନେଇ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୧୦।୯: ୨୦୨୭ ଦିନିକିଆ ବିଶ୍ୱକପରେ ଖେଳିବା ସମ୍ପର୍କରେ ପଚରାଯିବାରୁ ରୋହିତ ଶର୍ମା ସ୍ପଷ୍ଟ ଭାବେ କହିଥିଲେ ଯେ ଏ ବିଷୟରେ ମତାମତ ଦେବା ପାଇଁ ଏହା ବହୁତ…

ଭାରତୀୟ ଟିମ୍‌ ପାଇଁ ଖୁସି ଖବର, ଆଫଗାନିସ୍ତାନ ସିରିଜରେ…

ନୂଆଦିଲ୍ଲୀ,୧୦।୯: ଭାରତୀୟ କ୍ରିକେଟ୍ ଦଳ ପାଇଁ ଏକ ବଡ଼ ଖୁସି ଖବର। ଦଳର ତାରକା ଦ୍ରୁତ ବୋଲର ଜସପ୍ରୀତ ବୁମରା ସମ୍ପୂର୍ଣ୍ଣ ଫିଟ୍ ଘୋଷିତ ହୋଇଛନ୍ତି। ଆସନ୍ତା…

AIକୁ ନେଇ ନନ୍ଦନ ନିଲେକାନିଙ୍କ ବଡ଼ ପୂର୍ବାନୁମାନ: କହିଲେ ବଡ଼ କମ୍ପାନୀଗୁଡ଼ିକରେ AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ଚାଲିଯିବ, ଛୋଟ କମ୍ପାନୀଗୁଡ଼ିକ…

ନୂଆଦିଲ୍ଲୀ,୧୦।୯: AI (କୃତ୍ରିମ ବୁଦ୍ଧିମତ୍ତା) ଯୋଗୁ ଚାକିରି ହରାଇବାର ଆଶଙ୍କା ମଧ୍ୟରେ, ବିଶିଷ୍ଟ ବୈଷୟିକ ବୈଜ୍ଞାନିକ ତଥା ଇନଫୋସିସର ଅଧ୍ୟକ୍ଷ ନନ୍ଦନ ନିଲେକାନି ଏକ ଗୁରୁତ୍ୱପୂର୍ଣ୍ଣ ଭବିଷ୍ୟବାଣୀ…

ପାକିସ୍ତାନକୁ ହରାଇଲା ସେମିରେ ପହଞ୍ଚିଲା ଭାରତ

ମାକ୍ୱି,୧୦ା୯: ପାକିସ୍ତାନକୁ ୧୯-୦ ଗୋଲ୍‌ରେ ପରାସ୍ତ କରି ଭାରତ ଜୁନିୟର ମହିଳା ଏସିଆ କପ୍‌ ହକି ପ୍ରତିଯୋଗିତାର ସେମିଫାଇନାଲରେ ପ୍ରବେଶ କରିଛି। ଗୁରୁବାର ଅନୁଷ୍ଠିତ କ୍ୱାର୍ଟରଫାଇନାଲରେ ଭାରତ…

ବାଲ୍ୟ ବିବାହ ରୋକିବା ନେଇ ଗୁରୁତ୍ୱାରୋପ, ବିଭିନ୍ନ ବିଭାଗ ମଧ୍ୟରେ ଉତ୍ତମ ସମନ୍ବୟ ରଖି…

ଛତ୍ରପୁର,୧୦ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବାଲ୍ୟ ବିବାହ ନିଷେଧ ଆଇନ, ୨୦୦୬ର ସଠିକ କାର୍ଯ୍ୟକାରିତା ସହ ବାଲ୍ୟ ବିବାହ ରୋକିବା ଦିଗରେ ନିଯୁକ୍ତ ଅଧିକାରୀଙ୍କ ଦକ୍ଷତା ବୃଦ୍ଧି ଲକ୍ଷ୍ୟରେ…

ଗାଧୋଇବାକୁ ଯାଇଥିଲେ, ମିଳିଲା ମୃତଦେହ

ନୂଆପଡ଼ା,୧୦ା୯(ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଥାନା ଅଧୀନ ମିଛାପାଲି ପଞ୍ଚାୟତ ଗରେଲ ବାହାଲିପଡ଼ାରେ ଏକ ଅଘଟଣ ଘଟିଛି। ଚହଲା ପାଣିରେ ବୁଡ଼ି ଜଣେ ବ୍ୟକ୍ତି ପ୍ରାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri