ଗୁଗଲ୍‌ ମ୍ୟାପ୍‌ରେ ମୁଣ୍ଡବିହୀନ ମଣିଷ

ନ୍ୟୁୟର୍କ,୧୬।୪: ଗୁଗଲ୍‌ ମ୍ୟାପ୍‌ ହେଉଛି ଏପରି ଏକ ସ୍ଥାନ, ଯେଉଁଠି ଆକସ୍ମିକ (କିମ୍ବା ଉଦ୍ଦେଶ୍ୟବିହୀନ) ଭାବେ ବିସ୍ମିତ କରିଦେବା ଭଳି ଅନେକ ଆବିଷ୍କାର ହୋଇଥାଏ। ଆମେରିକାର ନ୍ୟୁୟର୍କ ସିଟି ରାସ୍ତାରେ ଜଣେ ମୁଣ୍ଡବିହୀନ ମଣିଷ ବୁଲୁଥିବା ଗୁଗଲ୍‌ ମ୍ୟାପ୍‌ରେ ଠାବ ହେବା ପରେ ଇଣ୍ଟରନେଟ୍‌ରେ ଏହି ବିଷୟ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ଭିଡିଓଟି ହେଉଛି ବ୍ୟସ୍ତବହୁଳ ନ୍ୟୁୟର୍କସ୍ଥିତ ବ୍ରୁକ୍‌ଲିନ୍‌ ନେଭି ୟାର୍ଡର। ଏଥିରେ ଥିବା ବ୍ୟକ୍ତିଙ୍କ ମୁଣ୍ଡ କି ହାତଗୋଡ଼ ନାହିଁ। ସେ ଧଳାରଙ୍ଗର ପିପିଇ କିଟ୍‌ ଭଳି ଏକ ବଡିଶୁଟ୍‌ ପିନ୍ଧି ଏଠିସେଠି ବିଚରଣ କରୁଛନ୍ତି। ସେ କେମିତି ଚାଲିପାରୁଛନ୍ତି ତାହା ସମସ୍ତଙ୍କୁ ଚକିତ କରିଦେଇଛି। ସବୁଠୁ ଆଶ୍ଚର୍ଯ୍ୟର କଥା ହେଉଛି ମୁଣ୍ଡବିହୀନ ମଣିଷ ଏକ ଗଛରେ ଭରାଦେଇ ଭାସମାନ ଅବସ୍ଥାରେ ଛିଡ଼ା ହୋଇଛନ୍ତି। ତାଙ୍କର ଅଲୌକିକତା ଏତିକିରେ ସୀମିତ ହୋଇରହିନାହିଁ। କ୍ୟାମେରା ନୌସେନା ଅଧୀନ ହାଇ ସିକ୍ୟୁରିଟି ଜୋନ୍‌ ଉପରେ ଜୁମ୍‌ କରି ଫୋକସ୍‌ କରିବା ମାତ୍ରେ ବଡିଶୁଟ୍‌ ଏକ ସାମୁଦ୍ରିକ ପକ୍ଷୀର ରୂପ ନେଇ କ୍ରମଶଃ ଉଭାନ ହୋଇଯାଇଥିଲା। ଏହା ହେଉଛି ୨୦୨୧ ମେ’ରେ କରୋନା ମହାମାରୀ ସମୟର ଭିଡିଓ। ଲକ୍‌ଡାଉନ୍‌ ଜାରି ହୋଇଥିବାରୁ ରାସ୍ତା ଜନଶୂନ୍ୟ ରହିଛି। ରେଡିଟ୍‌ରେ ଏହାକୁ ଜଣେ ୟୁଜର୍ସ ‘ହଲୋ ମ୍ୟାନ୍‌’ ଆଖ୍ୟା ଦେଇ ଶେୟାର କରିବା ପରେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରିଜ ଉପରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା ଓଲଟି ଲାଗିଗଲା ନିଆଁ, ଡ୍ରାଇଭର ନିଖୋଜ

ରାଉରକେଲା,୨୫ା୫(ସଙ୍ଗୀତା ଜେନା): ରାଉରକେଲାର ନୂତନ ବ୍ରାହ୍ମଣୀ ବ୍ରିଜ୍‌ ଉପରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ହାଇଓ୍ବା ଓଲଟି ପଡ଼ିବାରୁ ଏଥିରେ ନିଆଁ ଲାଗିଯାଇଥିଲା।…

ଧର୍ମେନ୍ଦ୍ର, ଶିବୁ ସୋରେନଙ୍କୁ ମରଣୋତ୍ତର ପଦ୍ମ ବିଭୂଷଣ, ୬୬ ଜଣଙ୍କୁ ସମ୍ମାନୀତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୫: ସୋମବାର ସାରେ ରାଷ୍ଟ୍ରପତି ଭବନର ଦରବାର ହଲରେ ପଦ୍ମ ପୁରସ୍କାର ସମାରୋହ ଅନୁଷ୍ଠିତ ହେବ। ଏହି କାର୍ଯ୍ୟକ୍ରମ ସମୟରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ଜଣ ବିଶିଷ୍ଟ…

ବୈଶିଙ୍ଗା-ରୁପ୍ସା ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା, ଶିକ୍ଷକ ମୃତ

ବୈଶିଙ୍ଗା,୨୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ବଜାର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଏଥିରେ ବେତନଟୀ ବ୍ଲକ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ସଂଘ…

ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧିକୁ ନେଇ ବର୍ଷିଲେ ରାହୁଲ, ସରକାର ଚୁପଚାପ୍ ପକେଟ…..

ନୂଆଦିଲ୍ଲୀ,୨୫।୫: ସୋମବାର ଦିନ ପୁଣିଥରେ ଦେଶରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପାଇଛି। ମାତ୍ର ୧୦ ଦିନ ମଧ୍ୟରେ ଏହା ଚତୁର୍ଥ ଥର ପାଇଁ ସରକାର…

ସୌମ୍ୟ ମୃତ୍ୟୁ: ବିବାଦୀୟ ADGଙ୍କ ବଦଳି, ମା ଆଣିଥିଲେ ସାଂଘାତିକ…

ଭୁବନେଶ୍ୱର,୨୨।୫: ବରିଷ୍ଠ ଆଇପିଏସ୍ ଅଧିକାରୀ ଦୟାଲ ଗଙ୍ଗୱାରଙ୍କ ବଦଳି କରାଯାଇଛି। ତାଙ୍କୁ ADGP (କମ୍ୟୁନିକେସନ) ପଦରୁ ହଟାଯାଇ ଗୃହ ବିଭାଗରେ OSD (ଅଫିସର ଅନ୍ ସ୍ପେସିଆଲ୍ ଡ୍ୟୁଟି)…

ପୂର୍ବତନ କ୍ରିକେଟର ଆକାଶ ଚୋପ୍ରାଙ୍କ ବଡ଼ ଦାବି: ବଦଳିବେ ଏହି ୪ଦଳର ଅଧିନାୟକ

ନୂଆଦିଲ୍ଲୀ,୨୫।୫: ପୂର୍ବତନ କ୍ରିକେଟର ଆକାଶ ଚୋପ୍ରା ଏକ ବଡ଼ ଦାବି କରିଛନ୍ତି। ସେ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ’X’ରେ ଏକ ଭିଡିଓ ସେୟାର କରି IPLର…

ଦୁର୍ଘଟଣାକୁ ଡାକୁଛି ବେପରୁଆ ‘ୟୁ-ଟର୍ନ’

କାଏମା,୨୫ା୫(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ଚଣ୍ଡିଖୋଲ ରେଲୱେ ଓଭରବ୍ରିଜ ନିକଟରେ ଥିବା କଟ ପଏଣ୍ଟରେ ଗାଡ଼ିଗୁଡ଼ିକ ନେଉଥିବା ବେପରୁଆ ‘ୟୁ-ଟର୍ନ’…

୧୫୦ ହଜିଥିବା ମୋବାଇଲ୍  ହିତାଧିକାରୀଙ୍କୁ ହସ୍ତାନ୍ତର: ୧୬ ମାସ ପୂର୍ବରୁ ହଜିଯାଇଥିବା ଆଇଫୋନ୍‌ ଫେରିପାଇଲେ…

ଭଞ୍ଜନଗର, ୨୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ପୋଲିସ ଚଳିତ ବର୍ଷ ଚୋରି ଓ ହଜିଯାଇଥିବା ମୋବାଇଲ୍ ଫୋନ୍‌ ମଧ୍ୟରୁ ମୋଟ ୧୫୦ଟି ଫୋନ୍ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri