ଲାଞ୍ଚ ମାମଲାରେ ପ୍ରଧାନ ଶିକ୍ଷକଙ୍କୁ ୨ ବର୍ଷ ଜେଲ

ସୁନ୍ଦରଗଡ଼,୧୯।୬(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସୋମବାର ଏକ ଲାଞ୍ଚ ମାମଲାର ଶୁଣାଣି କରି ବଡ଼ଗାଁ ସ୍କୁଲ ଇନ୍ସପେକ୍ଟରଙ୍କ ଅଫିସରେ କାର୍ଯ୍ୟରତ ତତ୍କାଳୀନ ଶିକ୍ଷକ ମହେଶ୍ବର ତାଣ୍ଡିଆଙ୍କୁ ୨ ବର୍ଷ ଜେଲ ଦଣ୍ଡ ସହ ୨ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଏହାସହ କୋର୍ଟ ଅଭିଯୁକ୍ତ ତାଣ୍ଡିଆଙ୍କୁ ଚାକିରୀରୁ ବହିଷ୍କାର କରିବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଆଦେଶ କରିଛନ୍ତି। ବର୍ତ୍ତମାନ ଅଭିଯୁକ୍ତ ଶିକ୍ଷକ ଜଣଙ୍କ ଲେଫ୍ରିପଡା ବ୍ଲକ ବେନିଢିପା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟ କରୁଛନ୍ତି। ସୂଚନା ଅନୁସାରେ, ଅଭିଯୋଗକାରୀଙ୍କ ବାପାଙ୍କ ପେନସନ କାଗଜପତ୍ର ପାଇଁ ଅଭିଯୁକ୍ତ ତାଣ୍ଡିଆ ଦେଢ ହଜାର ଟଙ୍କା ଲାଞ୍ଚ ଦାବି କରିଥିଲେ। ଫଳରେ ଅଭିଯୋଗକାରୀ ଏ ନେଇ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ। ପୂର୍ବ ଯୋଜନା ମୁତାବକ ୨୦୧୦ ଜାନୁଆରୀ ୩ତାରିଖରେ ଅଭିଯୁକ୍ତ ଶିକ୍ଷକ ଜଣଙ୍କ ଅଭିଯୋଗକାରୀଙ୍କଠାରୁ ୧୫୦୦ ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଗିରଫ କରିଥିଲେ। ଏ ନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରାଯାଇଥିଲା। ସରକାରଙ୍କ ପକ୍ଷରୁ ଭିଜିଲାନ୍ସ କୋର୍ଟର ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଶ୍ୟାମସୁନ୍ଦର ମିଶ୍ର ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ କିଏ ସ୍ଥିର କରେ ଚିନି ଦାମ୍‌? ସରକାର ନା କୃଷକ, ଜାଣନ୍ତୁ…

ନୂଆଦିଲ୍ଲୀ,୨୩ା୮: ଚା’ କପ୍‌ରୁ ଆରମ୍ଭ କରି ପର୍ବପର୍ବାଣିର ମିଠା ପର୍ଯ୍ୟନ୍ତ, ଚିନି ପ୍ରତ୍ୟେକ ଘରର ଦୈନନ୍ଦିନ ଆବଶ୍ୟକତାର ଏକ ପ୍ରମୁଖ ଅଂଶ। ଏହି ସମୟରେ ଦେଶରେ ଚିନି…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri