ଲୁହା ଜଞ୍ଜିରରେ ଛାତ୍ରଙ୍କ ଗୋଡ଼କୁ ବାନ୍ଧିବା ଘଟଣାରେ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ପ୍ରଧାନ ଶିକ୍ଷକ-ସହକାରୀ ଶିକ୍ଷକ

ନୀଳଗିରି, ୫।୧୨ (ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଳକ ବେଗୁନିଆ ପଞ୍ଚାୟତ ବେଗୁନିଆ ୟୁପି ବିଦ୍ୟାଳୟ ଛାତ୍ରାବାସରେ ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ ଗୋଡ଼ରେ ବେଡ଼ି ପକାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ନୀଳଗିରି ଉପଜିଲାପାଳ ଡ. ମଧୁସ୍ମିତା ସାମନ୍ତରାଏ, ଜିଲା ଶିକ୍ଷା ଅଧିକାରୀ ବସନ୍ତ ନାୟକ, ସହକାରୀ ଜିଲା ମଙ୍ଗଳ ଅଧିକାରୀ ତଳୁଆର ଜେନା, ନୀଳଗିରି ସମାଜ ମଙ୍ଗଳ ସମ୍ପ୍ରସାରଣ ଅଧିକାରୀ ଶୈଳେନ୍ଦ୍ର ଶତପଥୀ, ଏବିଇଓ ଲମ୍ବୋଧର ସିଂ ବିଦ୍ୟାଳୟରେ ପହଞ୍ଚି ତଦନ୍ତ କରିଥିଲେ। ଏହି ସମୟରେ ଛାତ୍ରଙ୍କ ବାପା, ପ୍ରଧାନଶିକ୍ଷକ ରଘୁନାଥ ବୁଗୁଡ଼ାଇ ବିଦ୍ୟାଳୟରେ କାର୍ଯ୍ୟରତ ସହକାରୀ ଶିକ୍ଷକ ଯତୀନ କୁମାର ପରିଡ଼ାଙ୍କ ଉପସ୍ଥିତି ଥିଲେ। ଏହି ଘଟଣାକୁ ଘୋର ନିନ୍ଦା କରିବା ପରେ ଜିଲାପାଳଙ୍କୁ ତଦନ୍ତ ବିଷୟରେ ଅବଗତ କରାଯାଇଥିଲା। ୪୦ ସିଟ୍‌ ଥିବା ଏହି ଛାତ୍ରାବାସରେ ଆଖପାଖ ଅଞ୍ଚଳର ପିଲାମାନେ ରହି ପାଠ ପଢ଼ିଥାନ୍ତି। କମାରଖାଲିଆ ଗ୍ରାମର ଜଣେ ଚତୁର୍ଥ ଶ୍ରେଣୀର ଛାତ୍ରଙ୍କ ଗୋଡ଼କୁ ଲୁହା ଜଞ୍ଜିରରେ ବନ୍ଧା ହୋଇଥିବା ଗତ ବୁଧବାର ଭିଡିଓ ଭାଇରାଲ ହେବା ପରେ ବାଲେଶ୍ବର ଏମ୍‌ପିି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଏହାର ଡଦନ୍ତ ପାଇଁ ବାଲେଶ୍ବର ଜିଲାପାଳ, ଜିଲା ମଙ୍ଗଳ ଅଧିକାରୀ ଏବଂ ନୀଳଗିରି ଉପ-ଜିଲାପାଳଙ୍କୁ ଅବଗତ କରିଥିଲେ। ବାଲେଶ୍ବର ଜିଲାପାଳ ଏଭଳି ନିନ୍ଦନୀୟ କାର୍ଯ୍ୟର ତଦନ୍ତ ପାଇଁ ଏକ ଟିମ ଗଠନକରି ନୀଳଗିରି ଉପ-ଜିଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କୁ ଦାୟିତ୍ୱ ଦେଇଥିଲେ। ତଦନ୍ତ ପରେ ଶୁକ୍ରବାର ନୀଳଗିରି ଉପଜିଲାପାଳ ଓ ଜିଲା ଶିକ୍ଷା ଅଧିକାରୀଙ୍କ ନିର୍ଦ୍ଦେଶରେ ନୀଳଗିରି ବ୍ଲକ ଶିକ୍ଷାଧିକାରୀ ସତ୍ୟରଞ୍ଜନ ଭୂୟାଁ ଉକ୍ତ ବିଦ୍ୟାଳୟର ପ୍ରଧାନଶିକ୍ଷକ ବୁଗୁଡ଼ାଇ ଓ ସହକାରୀ ଶିକ୍ଷକ ପରିଡ଼ାଙ୍କୁ ନିଲମ୍ବିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲରେ ଟିମ ଇଣ୍ଡିଆ ଜିତନ୍ତୁ କି ହାରନ୍ତୁ, ଏଥର ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ…

ନୂଆଦିଲ୍ଲୀ,୭।୩: ଭାରତ ଏବଂ ନ୍ୟୁଜିଲାଣ୍ଡ ICC ଟି୨୦ ବିଶ୍ୱକପ ୨୦୨୬ ଫାଇନାଲରେ ମୁହାଁମୁହିଁ ହେବେ। ଏହି ମ୍ୟାଚ ୮ ମାର୍ଚ୍ଚରେ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଭାରତୀୟ…

ରାମ ରହିମଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି, ୨୪ ବର୍ଷ ପୁରୁଣା ହତ୍ୟା ମାମଲାରେ କୋର୍ଟ ଶୁଣାଇଲେ ଏମିତି ରାୟ

ରୋହତକ,୭।୩: ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ଆଜି (ଶନିବାର, ମାର୍ଚ୍ଚ ୭, ୨୦୨୬) ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି…

କଲେଜକୁ ଯାଉଥିଲେ ଛାତ୍ରୀ, ଦ୍ରୁତଗତିରେ ଆସି ଧକ୍କା ଦେଲା ବାଇକ, ଘଟଣାସ୍ଥଳରେ…

ବଲାଙ୍ଗୀର, ୭।୩( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭିଆଇପି ରାସ୍ତା ଭାଗିରଥି ଛକରୁ ସର୍କିଟ ହାଉସ ରାସ୍ତାରେ ଏକ ସ୍ପିଡ ବାଇକର ଧକ୍କାରେ ଜଣେ ଆୟୁର୍ବେଦିକ କଲେଜ…

ଶିଶୁକୈନ୍ଦ୍ରିକ ଶିକ୍ଷା

ଅନେକ ସମୟରେ ମନକୁ ଆସେ ଆଜି ପର୍ଯ୍ୟନ୍ତ ଆମେ ଏମିତି ପରିବେଶଟେ ସୃଷ୍ଟି କରିପାରିଲେନି ଯେଉଁଠି ବିଦ୍ୟାଳୟ ଖୋଲିବାର ସମୟ ଏବଂ ଛୁଟି ସମୟର ଚିତ୍ର ପ୍ରାୟତଃ…

ସରକାର ଠିକାରେ ଚାଲିଛି

ଏକ ଚୁକ୍ତିବଦ୍ଧ କାମ ବା ସର୍ତ୍ତ ଆରୋପିତ କାର୍ଯ୍ୟକୁ ଠିକା କୁହାଯାଏ। ଯିଏ ସର୍ତ୍ତ ଅନୁଯାୟୀ କାମ ନ କରେ ତା’ଠାରୁ କାମ ଛଡାଇ ନିଆଯାଏ, ଏ…

ସିଇଓ ଅପେକ୍ଷାରେ

ନୀତି ଆୟୋଗ ସିଇଓ ଭାବେ ବିଭିଆର୍‌ ସୁବ୍ରମଣ୍ୟମଙ୍କ ବୃଦ୍ଧି ହୋଇଥିବା କାର୍ଯ୍ୟକାଳ ଏବେ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ଦିଲ୍ଲୀରେ ପରବର୍ତ୍ତୀ ସିଇଓ କିଏ ହେବେ ତାହାକୁ…

ଭାଜପା ବିଧାୟକଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଅହମ୍ମଦାବାଦ୍‌,୭।୩:ଗୁଜରାଟରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା)ର ବିଧାୟକ ଗୋବିନ୍ଦ ପରମାରଙ୍କର ପରଲୋକ ଘଟିଛି। ଦଳୀୟ ନେତାମାନେ ନିଶ୍ଚିତ କରିଛନ୍ତି ଯେ, ପରମାର ଆନନ୍ଦ ଜିଲାର ଉମରେଥ…

ଅଗ୍ନିକାଣ୍ଡରେ ଜଳିଗଲା ୨ ବଖରା ଘର: ସହାୟତା ଯୋଗାଇ ଦେବାକୁ ସରକାରଙ୍କ ନିକଟରେ ଦାବି

ପରଜଙ୍ଗ, ୭।୩ ( ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ଡମୋଳ ପଞ୍ଚାୟତର ଭାଲିଆତଇଲା ସାହିରେ ଭୟାବହ ଅଗ୍ନିକାଣ୍ଡ ଘଟି ଗ୍ରାମର ନମନ ବେହେରାଙ୍କ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri