ଯାତ୍ରୀବାହୀ ବସ୍‌ ଧକ୍କାରେ ପ୍ରଧାନଶିକ୍ଷକଙ୍କ ଚାଲିଗଲା ଜୀବନ

ଦିଗପହଣ୍ଡି,୧୯।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ କୈଠଖଣ୍ଡିି-ତଲାସିଙ୍ଗି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ବୁଧବାର ସକାଳ ପ୍ରାୟ ୭ଟାରେ ଏକ ଯାତ୍ରୀବାହୀ ବସ ଧକ୍କାରେ ଜଣେ ବାଇକ ଚାଳକ ମୃତ୍ୟୁବରଣ କରିଛନ୍ତି। ମୃତକ ଜଣକ ହେଲେ କୈଠଖଣ୍ଡିି ପଞ୍ଚାୟତ ମଧୁବନ ପ୍ରାଥମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ କୁରେଶୁ ପାତ୍ର। ତାଙ୍କ ଘର ନୂଆଗଡ ଗ୍ରାମରେ ବୋଲି ଜଣାପଡିଛି।

ଦିଗପହଣ୍ଡିରେ ରହୁଥିବା କୁରେଶୁ ପ୍ରତିଦିନ ଭଳି ବୁଧବାର ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତି ସକାଶେ ପନିପରିବା ସାଙ୍ଗରେ ନେଇ ବିଦ୍ୟାଳୟ ଅଭିମୁଖେ ତାଙ୍କ ବାଇକ ନଂ. (ଓଡ଼ି ୦୭ ସି -୯୨୩୦) ଯୋଗେ ଯାଉଥିବବେଳେ ଖମାରିଗାଁ ଶଙ୍କରଖାଳି ଛକରୁ ବ୍ରହ୍ମପୁର ଅଭିମୁଖେ ଦ୍ରୁତଗତିରେ ଯାଉଥିବା ନୀଳକଣ୍ଠ ନାମକ ଘରୋଇ ଯାତ୍ରୀବାହୀ ବସ ତାଙ୍କୁ ଧକ୍କା ଦେଇଥିଲା। ସେ ରାସ୍ତା ଉପରେ କଚାଡ଼ି ହୋଇ ପଡ଼ିଥିଲେ। ରାସ୍ତାରେ ଯାଉଥିବା ଲୋକେ ତାଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।ସେଠାରେ ଉପସ୍ଥିତ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରିଥିଲେ। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ଦୁର୍ଘଟଣା ଘଟାଇଥିବା ବସ ଓ କୁରେଶୁଙ୍କ ବାଇକକୁ ଜବତ କରିଛନ୍ତି। ବସ ଚାଳକ ଫେରାର ଥିବା ଜଣାପଡିଛି। ଖବର ଜଣାପଡିବା ପରେ କୈଠଖଣ୍ଡିି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼,ଦିଗପହଣ୍ଡି ବ୍ଲକ ଭାର ପ୍ରାପ୍ତ ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶୁ ସେଠୀ, ଏବିଓ ବାଳା ମାଝୀ,ବିଶ୍ରାବା ପାଇକ,ରସାନନ୍ଦ ଘଡେଇ, ଏନପିଏସ ଶିକ୍ଷକ ସଂଘ ସଭାପତି ରାଜେନ୍ଦ୍ର କୁମାର ଗୌଡ଼ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଚ ମଧ୍ୟଭାଗରେ ଖୋଲିଲା ରିଙ୍କୁ ସିଂହ ଭାଗ୍ୟ, ପ୍ରଥମ IPL ମ୍ୟାଚରେ ଘଟିଲା…

ନୂଆଦିଲ୍ଲୀ,୩୦।୩: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗ ସିଜିନର ପ୍ରଥମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ ପରାଜୟ ବରଣ କରିଥିଲା। ଅଧିନାୟକ ଅଜିଙ୍କ୍ୟ ରାହାଣେ – ଯିଏ ତାଙ୍କ…

କାରବାର ଆରମ୍ଭ ହେବା ମାତ୍ରେ ଖସିଲା ଶେୟାର ମାର୍କେଟ୍‌, ସେନ୍‌ସେକ୍ସ ହ୍ରାସ ପାଇ…

ନୂଆଦିଲ୍ଲୀ,୩୦ା୩: ଇରାନ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ସୋମବାର ଭାରତୀୟ ଷ୍ଟକ୍‌ ବଜାର ହ୍ରାସ ପାଇଛି। ବିଏସ୍‌ଇର ୩୦-ଶେୟାର ସୂଚକାଙ୍କ, ସେନସେକ୍ସ ୧୦୧୮…

ବିଧାୟକ ପଦରୁ ଇସ୍ତଫା ଦେଲେ ନବୀନ, ଏବେ କିଏ ହେବେ ବାଙ୍କିପୁରରୁ ପ୍ରାର୍ଥୀ ଉଠିଲାଣି ପ୍ରଶ୍ନ

ପାଟନା,୩୦।୩: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ବିଧାନସଭା ସଦସ୍ୟ (ଏମଏଲଏ) ପଦରୁ ଇସ୍ତଫା ଦେଇଛନ୍ତି। ସେ ବିହାର ଭାଜପା ୟୁନିଟର ସଭାପତି ସଞ୍ଜୟ ସରାଓଗୀଙ୍କୁ ତାଙ୍କ…

କପୁର ପରିବାରରେ ଖୁସିର ଲହରୀ, ଅଜା ହେଲେ ଅନିଲ କପୁର

ମୁମ୍ବାଇ: ଅଭିନେତ୍ରୀ ସୋନମ କପୁର ତାଙ୍କ ସ୍ବାମୀ ଆନନ୍ଦ ଆହୁଜାଙ୍କ ସହ ତାଙ୍କର ଦ୍ୱିତୀୟ ସନ୍ତାନ, ଏକ ଶିଶୁପୁତ୍ରକୁ ସ୍ବାଗତ କରିଛନ୍ତି। ଇନଷ୍ଟାଗ୍ରାମରେ ଏହି ଖୁସି ଖବର…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ବିବାହ ବିନା ହୋଇପାରିବେ ଦମ୍ପତି! ସମ୍ପର୍କ ସ୍ଥିର ଥିଲେ ଲିଭ-ଇନ ଦମ୍ପତିଙ୍କୁ ‘ବିବାହିତ’ ଭାବେ ଗ୍ରହଣ କରାଯିବ

ନୂଆଦିଲ୍ଲୀ,୩୦।୩: ଆଜିର ଦ୍ରୁତ ଗତିରେ ବିକଶିତ ହେଉଥିବା ସମାଜରେ, ସମ୍ପର୍କର ପରିଭାଷାରେ ଦ୍ରୁତ ପରିବର୍ତ୍ତନ ହେଉଛି। ଯେଉଁ ସମ୍ପର୍କଗୁଡ଼ିକ ପୂର୍ବରୁ ସାମାଜିକ ଗ୍ରହଣ ପାଇଁ ଚାହିଁ ରହୁଥିଲେ,…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri