କରୋନାରେ ଆଖିବୁଜିଲେ ପ୍ରଧାନଶିକ୍ଷକ; ଶୋକପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୫।୧୦(ଡି.ଏନ.ଏ.) ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ସରକାରୀ ହାଇସ୍କୁଲର ନବନିଯୁକ୍ତ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପାଢ଼ୀ କରୋନାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କ ପରଲୋକ ଖବର ପାଇ ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ଫାସିଗୁଡ଼ା ପଞ୍ଚାୟତ ସମିତି ସଭ୍ୟ ଶିବରାମ ପ୍ରଧାନ, ବମୋକେଇ ପଞ୍ଚାୟତ ପୂର୍ବତନ ସରପଞ୍ଚ ଭଗବାନ ବାଡ଼ତ୍ୟା,ଶିବାନନ୍ଦ ନୋଡାଲ ହାଇସ୍କୁଲ ପ୍ରଧାନଶିକ୍ଷକ ଅରୁଣ କୁମାର ସ୍ବାଇଁ,ସହକାରୀ ଶିକ୍ଷକ ପ୍ରକାଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି। କରୋନାର ଦ୍ରୁତ ସଂକ୍ରମଣ ସମୟରେ ନିଜ ଜୀବନକୁ ବାଜି ଲଗାଇ ପୂର୍ଣ୍ଣଚନ୍ଦ୍ର ବମୋକେଇ ହାଇସ୍କୁଲ ସ୍ଥିତ ସଙ୍ଗରୋଧ କେନ୍ଦ୍ରରେ କରୋନା ଭୂତାଣୁର ମୁକାବିଲା ନିମନ୍ତେ ଲୋକଙ୍କୁ ସଚେତନ କରିବା ସହ ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ଅବସ୍ଥାର ରିପୋର୍ଟ ସଂଗ୍ରହ କରିଥିଲେ। ପୂର୍ଣ୍ଣଚନ୍ଦ୍ର ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇ ସେପ୍ଟେମ୍ବର ୧୪ ତାରିଖରେ ବମୋକେଇ ହାଇସ୍କୁଲରୁ ବଦଳି ହୋଇ ଫାସିଗୁଡ଼ା ଗ୍ରାମ ହାଇସ୍କୁଲରେ ପ୍ରଧାନଶିକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଗତ ପ୍ରାୟ ୧୫ ଦିନ ପୂର୍ବେ ତାଙ୍କୁ ସାମାନ୍ୟ ଜ୍ୱର ହେବାରୁ ଅସୁସ୍ଥ ହୋଇ ପଡ଼ିଥିଲେ। ସେପ୍ଟେମ୍ବର ୨୫ ତାରିଖରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଚିକିତ୍ସା ଚାଲିଥିଲା। ବୁଧବାର ରାତିରେ ତାଙ୍କ ପରଲୋକ ଘଟିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଳକ କୋଳିହଳା ଗ୍ରାମରେ ୧୯୬୬ ମେ ୩୦ରେ ଜନ୍ମଗ୍ରହଣ କରିଥିବା ପୂର୍ଣ୍ଣଚନ୍ଦ୍ର ଦିଗପହଣ୍ଡି ବ୍ଳକ କରପ ମାମୁ ଘରେ ରହି ପାଠ ପଢୁଥିଲେ। ସେ ପରିବାର ସହ ବ୍ରହ୍ମପୁରରେ ରହୁଥିଲେ। ଜଣେ ଛାତ୍ର ବତ୍ସଳ ଶିିିକ୍ଷକ ଭାବରେ ତାଙ୍କ ସୁନାମ ଥିଲା। ସେ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ଭକ୍ତ ଥିବା ସହ ଗଞ୍ଜାମ ଜିଲା ଯାଜକ ଭାବେ ସମଗ୍ର ରାଜ୍ୟରେ ପରିଚିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?