କରୋନାରେ ଆଖିବୁଜିଲେ ପ୍ରଧାନଶିକ୍ଷକ; ଶୋକପ୍ରକାଶ କଲେ ବାଚସ୍ପତି

ଦିଗପହଣ୍ଡି,୧୫।୧୦(ଡି.ଏନ.ଏ.) ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ସରକାରୀ ହାଇସ୍କୁଲର ନବନିଯୁକ୍ତ ପ୍ରଧାନଶିକ୍ଷକ ପୂର୍ଣ୍ଣଚନ୍ଦ୍ର ପାଢ଼ୀ କରୋନାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କ ପରଲୋକ ଖବର ପାଇ ଦିଗପହଣ୍ଡି ବିଧାୟକ ତଥା ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ, ଫାସିଗୁଡ଼ା ପଞ୍ଚାୟତ ସମିତି ସଭ୍ୟ ଶିବରାମ ପ୍ରଧାନ, ବମୋକେଇ ପଞ୍ଚାୟତ ପୂର୍ବତନ ସରପଞ୍ଚ ଭଗବାନ ବାଡ଼ତ୍ୟା,ଶିବାନନ୍ଦ ନୋଡାଲ ହାଇସ୍କୁଲ ପ୍ରଧାନଶିକ୍ଷକ ଅରୁଣ କୁମାର ସ୍ବାଇଁ,ସହକାରୀ ଶିକ୍ଷକ ପ୍ରକାଶ ଚନ୍ଦ୍ର ପ୍ରଧାନ ପ୍ରମୁଖ ଗଭୀର ଶୋକ ପ୍ରକାଶ କରିଛନ୍ତି। କରୋନାର ଦ୍ରୁତ ସଂକ୍ରମଣ ସମୟରେ ନିଜ ଜୀବନକୁ ବାଜି ଲଗାଇ ପୂର୍ଣ୍ଣଚନ୍ଦ୍ର ବମୋକେଇ ହାଇସ୍କୁଲ ସ୍ଥିତ ସଙ୍ଗରୋଧ କେନ୍ଦ୍ରରେ କରୋନା ଭୂତାଣୁର ମୁକାବିଲା ନିମନ୍ତେ ଲୋକଙ୍କୁ ସଚେତନ କରିବା ସହ ଘରକୁ ଘର ବୁଲି ଲୋକଙ୍କ ସ୍ବାସ୍ଥ୍ୟ ଅବସ୍ଥାର ରିପୋର୍ଟ ସଂଗ୍ରହ କରିଥିଲେ। ପୂର୍ଣ୍ଣଚନ୍ଦ୍ର ପ୍ରଧାନଶିକ୍ଷକ ଭାବେ ପଦୋନ୍ନତି ପାଇ ସେପ୍ଟେମ୍ବର ୧୪ ତାରିଖରେ ବମୋକେଇ ହାଇସ୍କୁଲରୁ ବଦଳି ହୋଇ ଫାସିଗୁଡ଼ା ଗ୍ରାମ ହାଇସ୍କୁଲରେ ପ୍ରଧାନଶିକ୍ଷକ ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଗତ ପ୍ରାୟ ୧୫ ଦିନ ପୂର୍ବେ ତାଙ୍କୁ ସାମାନ୍ୟ ଜ୍ୱର ହେବାରୁ ଅସୁସ୍ଥ ହୋଇ ପଡ଼ିଥିଲେ। ସେପ୍ଟେମ୍ବର ୨୫ ତାରିଖରେ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କୁ ଚିକିତ୍ସା ଚାଲିଥିଲା। ବୁଧବାର ରାତିରେ ତାଙ୍କ ପରଲୋକ ଘଟିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଳକ କୋଳିହଳା ଗ୍ରାମରେ ୧୯୬୬ ମେ ୩୦ରେ ଜନ୍ମଗ୍ରହଣ କରିଥିବା ପୂର୍ଣ୍ଣଚନ୍ଦ୍ର ଦିଗପହଣ୍ଡି ବ୍ଳକ କରପ ମାମୁ ଘରେ ରହି ପାଠ ପଢୁଥିଲେ। ସେ ପରିବାର ସହ ବ୍ରହ୍ମପୁରରେ ରହୁଥିଲେ। ଜଣେ ଛାତ୍ର ବତ୍ସଳ ଶିିିକ୍ଷକ ଭାବରେ ତାଙ୍କ ସୁନାମ ଥିଲା। ସେ ଠାକୁର ଅନୁକୂଳ ଚନ୍ଦ୍ରଙ୍କ ଭକ୍ତ ଥିବା ସହ ଗଞ୍ଜାମ ଜିଲା ଯାଜକ ଭାବେ ସମଗ୍ର ରାଜ୍ୟରେ ପରିଚିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀ ଅପହରଣ ମାମଲାରେ ଓଡ଼ିଆ ଅଧ୍ୟାପକ ଗିରଫ

ରାୟଗଡ଼ା,୨୪/୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟର ଜଣେ ଓଡ଼ିଆ ଅଧ୍ୟାପକଙ୍କୁ ନାବାଳିକା ଅପହରଣ ଓ ପ୍ରଲୋଭନ ପୋଲିସ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା...

ତାଣ୍ଡବ ରଚିଲା କାଳବୈଶାଖୀ: ଭାଙ୍ଗିଲା ଗଛ, ଦୋକାନରୁ ଉଡ଼ିଗଲା ଆଜବେଷ୍ଟ୍‌ସ

ନିରାକାରପୁର,୨୪ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ସମେତ ଏହାର ଆଖପାଖ ଅଞ୍ଚଳରେ ୪୦ ଡିଗ୍ରୀ ତାପମାତ୍ରା ଲାଗିରହିଥିବା ବେଳେ ବୁଧବାର ଅପରାହ୍ନରେ ହଠାତ୍‌ ପାଗର...

କୋରାପୁଟ ଲୋକ ସଭା ଆସନରେ ୩ ପ୍ରାର୍ଥୀ, ୩ ବିଧାନସଭା ଆସନରେ ୯ ପ୍ରାର୍ଥୀ ଦାଖଲ କଲେ ନାମାଙ୍କନପତ୍ର

କୋରାପୁଟ,୨୪ା୪(ଅମିତାଭ ବେହେରା): ବୁଧବାର ନାମାଙ୍କନପତ୍ର ଦାଖଲର ଷଷ୍ଠ ଦିନରେ କୋରାପୁଟ ଲୋକ ସଭା ଆସନ ନିମନ୍ତେ ଭାଜପା ସମେତ ୩ ପ୍ରାର୍ଥୀ ସେମାନଙ୍କ ନାମାଙ୍କନପତ୍ର ଦାଖଲ...

ଦିଗପହଣ୍ଡି ବିଧାନସଭା ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୪ା୪: ଗଞ୍ଜାମ ଜିଲାର ଦିଗପହଣ୍ଡି ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ଭାବେ ବୁଧବାର ମଧ୍ୟାହ୍ନ ପ୍ରାୟ ୧୨ଟାରେ ନାମାଙ୍କନ ଦାଖଲ କରିଥିବା ଶ୍ରୀଧର ଦେବଙ୍କ ଟିକେଟ...

ମାଓବାଦୀ କ୍ୟାମ୍ପ୍‌ ଧ୍ୱଂସ: ବିପୁଳ ସାମଗ୍ରୀ ଜବତ

ମାଲକାନଗିରି,୨୪ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲା ପୋଲିସ ଫୋର୍ସ, ଡିଆର୍‌ଜି, ବସ୍ତର ଫାଇଟର୍ସ ଓ ସିଏଏଫ୍‌ର ଯବାନମାନେ ବୁଧବାର ମିଳିତ ତଲାସି ବେଳେ...

ଯାଞ୍ଚବେଳେ ବାଇକ୍‌ରୁ ମିଳିଲା ବିପୁଳ ଗଞ୍ଜେଇ: ନଗଦ ଟଙ୍କା ଜବତ, ଅଭିଯୁକ୍ତ ଗିରଫ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ପୋଲିସ ବୁଧବାର ଯାଞ୍ଚବେଳେ ଗଞ୍ଜେଇ ବୋଝେଇ ଏକ ବାଇକ୍‌ ଜବତ କରିଛି। ଏହା ସହିତ ଅଭିଯୁକ୍ତ ଚିତ୍ରେଶ୍ୱର...

ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ...

ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ମାମଲା ଖାରଜ: ଆବେଦନକାରୀ ଗଣିବେ ୫ ଲକ୍ଷ ଜରିମାନା

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବିରୋଧରେ ତଥ୍ୟ ଲୁଚାଇବା ଅଭିଯୋଗ ନେଇ ଦାୟର ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ରାଜନୈତିକ ଉଦ୍ଦେଶ୍ୟ ରଖି ମାମଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri