ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ବଳରାମପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୂର୍ଯ୍ୟନାରାୟଣ ପଣ୍ଡା (୫୮)ଙ୍କ ମୃତ୍ୟୁ ଘଟିଛି। ଅନ୍ୟ ଦୁଇଜଣ ଯୁବକ ବଡ଼ଚକଡ଼ା ଗ୍ରାମର ଚିଣ୍ଟୁ ମହାରଣା( ୨୭) ଓ ଗଣେଶ ମହାରଣା (୨୫) ଆହତ ହୋଇଛନ୍ତି।
ଘଟଣାରୁ ଜଣାପଡ଼ିଛି ଯେ, ସୂର୍ଯ୍ୟନାରାୟଣ ସ୍କୁଲରୁ କାର୍ଯ୍ୟ ସାରି ନିଜ ଘର ପୁରୁଷୋତ୍ତମପୁର ରାଧାକାନ୍ତ ସାହିକୁ ଫେରୁଥିବା ବେଳେ ଚିଣ୍ଟୁ ଓ ଗଣେଶ ବିପରୀତ ଦିଗ ପୁରୁଷୋତ୍ତମପୁରରୁ ନିଜ ଗ୍ରାମକୁ ଫେରୁଥିଲେ। ଉଭୟ ଆହତ ହୋଇ ପଡ଼ିଥିବାବେଳେ ଲୋକେ ଉଦ୍ଧାର କରି ପୁରୁଷୋତ୍ତମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆଣିଥିଲେ ମାତ୍ର ସୂର୍ଯ୍ୟଙ୍କ ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଯାଇଥିଲା ମାତ୍ର ସେଠାରେ ତାଙ୍କର ମୃତ୍ୟୁ ଘଟିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ଛାତ୍ରୀଙ୍କ ଅସଦାଚରଣ ଭିଡିଓ ଭାଇରାଲ ମାମଲା: ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

କାକଟପୁର/ଅସ୍ତରଙ୍ଗ,୧୪ା୩(ଶୁଭଦର୍ଶନ ମିଶ୍ର/ପ୍ରଦୀପ୍ତ କୁମାର ଦୀକ୍ଷିତ/ମମତା ଜେନା): ପୁରୀ ଜିଲା କାକଟପୁର ଥାନା ଅଞ୍ଚଳର ଏକ ବିଦ୍ୟାଳୟରେ ଜଣେ ଛାତ୍ରୀଙ୍କୁ ସ୍କୁଲର ଅବସରପ୍ରାପ୍ତ କର୍ମଚାରୀ ଅସଦାଚରଣ କରିଥିବା ଭିଡିଓ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଏବେ ଏମାନଙ୍କୁ ମିଳିବ ନାହିଁ LPG ସିଲିଣ୍ଡର, ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୪।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ଗ୍ୟାସ ଯୋଗାଣକୁ ନେଇ ସାଧାରଣ ଜନତାଙ୍କ ମଧ୍ୟରେ ଚିନ୍ତା ବଢ଼ିବାରେ…

ଗ୍ୟାସ, ପେଟ୍ରୋଲ କଳାବଜାର କରୁଥିଲେ ସାବଧାନ: ନିୟମିତ ଯାଞ୍ଚ କରିବ କମିଟି

ନନ୍ଦପୁର,୧୪ା୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକ ଅଞ୍ଚଳର ପେଟ୍ରୋଲ ଟାଙ୍କି, ଗ୍ୟାସ ବିତରଣ କେନ୍ଦ୍ରଗୁଡ଼ିକ ନିୟମିତ ଯାଞ୍ଚ କରିବାକୁ କମିଟି ଗଠନ ପାଇଁ…

ବଡ଼ ଧରଣର ପୋଲିସ ଚଢ଼ାଉ: ବିପୁଳ ପରିମାଣର ବିସ୍ଫୋରକ ସହ ୨ ଗିରଫ

ବେଲଗୁଣ୍ଠା,୧୪।୩(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବେଲଗୁଣ୍ଠା ଥାନା ଅଧିକାରୀ…

ଭେଟିବାକୁ ଆସିଲେନି ପ୍ରେମିକ, ବୈତରଣୀ ପୋଲ ଉପରୁ ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ; ପୋଲିସ ପହଞ୍ଚି…

ପାଟଣା, ୧୪।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ନିକଟସ୍ଥ ବୈତରଣୀ ନଦୀ ପୋଲ ଉପରେ ଶନିବାର ଏକ ଚକିତ କଲାଭଳି ଘଟଣା…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦାଦନ ଖଟିବାକୁ ଯାଇ ଓଡ଼ିଆ ଶ୍ରମିକ ନିଖୋଜ

ଦିଗପହଣ୍ଡି,୧୪।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡ଼ା ପଞ୍ଚାୟତ ଜଲମେରିପଲ୍ଲୀ ଗ୍ରାମର ବୁଲୁ ନାଇକ(୪୨) ଦାଦନ ଶ୍ରମିକ ଭାବେ କାମ କରିବାକୁ ମହାରାଷ୍ଟ୍ରର ମୁମ୍ବାଇ…

IPL ଆରମ୍ଭ ପୂର୍ବରୁ ମହାଲଢ଼େଇ! RCBର କଟା ଘା’ରେ ଚୂନ ମାରିଲା KKR, କାବା ହେଲେ… 

ନୂଆଦିଲ୍ଲୀ,୧୪।୩: ଆଇପିଏଲ ୨୦୨୬ ସିଜନ ଆରମ୍ଭ ହେବାକୁ ମାତ୍ର ଦିନ କେଇଟା ବାକି। ନିକଟରେ ଟି-୨୦ ବିଶ୍ୱକପ ଶେଷ ହେବା ପରେ ଏବେ ପ୍ରଶଂସକ ଏହି ଟୁର୍ନାମେଣ୍ଟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri