ପ୍ରେମଲାଲଙ୍କୁ ଝୁରୁଛନ୍ତି କୋକସରା ବାସୀ, ଅଞ୍ଚଳରେ ଶୋକର ଛାୟା

କୋକସରା,୯।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଆଁଇଲି ଗ୍ରାମର ପ୍ରେମଲାଲ ସାହୁ (୫୫)ଙ୍କ ପରଲୋକ ହୋଇ ଯାଇଛି । ସେ ସୁନାମାଲ ଭାଲୁପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ । ଶନିବାର ରାତିରେ ହଠାତ୍ ତାଙ୍କ ଦେହ ଅସୁସ୍ଥ ହେବାରୁ ପରିବାର ଲୋକେ ତୁରନ୍ତ କୋକସରା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଜଣେ କର୍ତ୍ତବ୍ୟନିଷ୍ଠା, ପରୋପକାରୀ ଓ ସମାଜସେବୀ ଭାବେ ସେ ସ୍ଥାନୀୟ ଅଞ୍ଚଳରେ ବେଶ ପରିଚିତ ଥିଲେ । ସତ୍ୟ ସାଇ ସେବା ସଂଘର ଜଣେ ସକ୍ରିୟ ସଦସ୍ୟ ଭାବେ ତାଙ୍କ ନେତୃତ୍ୱରେ ଗାଁ ସରକାରୀ ଜମିରେ ସହସ୍ରାଧିକ ଗଛ ରୋପଣ କରାଯାଇଥିଲା। ନର ସେବା ହିଁ ନାରାୟଣ ସେବା ଭାବି ସେ ଅନେକ ନିଃସହାୟ ଲୋକଙ୍କ ସେବା କରି ଆସୁଥିଲେ। ତାଙ୍କର ଅକାଳ ମୃତ୍ୟୁ ଏ ଅଞ୍ଚଳ ପାଇଁ ଏକ ଅପୁରଣୀୟ କ୍ଷତି। ତାଙ୍କର ଆକସ୍ମିକ ବିୟୋଗରେ ଆଁଇଲି ଗ୍ରାମ ସମେତ ସମଗ୍ର ଅଞ୍ଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି।

ରବିବାର ତାଙ୍କ ପାର୍ଥିବ ଶରୀରର ଶେଷ ଦର୍ଶନ ନିମନ୍ତେ ବହୁ ସଂଖ୍ୟାରେ ବନ୍ଧୁବାନ୍ଧବ, ସମ୍ପର୍କୀୟ, ଗ୍ରାମବାସୀ ଏବଂ ଶିକ୍ଷକ ସଂଘର କର୍ମକର୍ତ୍ତା ଉପସ୍ଥିତ ହୋଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ପରେ ଗାଁ ଶ୍ମଶାନରେ ତାଙ୍କର ଅନ୍ତିମ ସଂସ୍କାର କରାଯାଇଛି । ତାଙ୍କ ଦୁଇ ପୁଅ ସମୀର ଓ ସତ୍ୟମ ତାଙ୍କୁ ମୁଖାଗ୍ନି ଦେଇଥିଲେ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନବରଙ୍ଗପୁରରେ ରେଡ ଆଲର୍ଟ: ବର୍ଷା ପରିସ୍ଥିତି ଉପରେ ପ୍ରଶାସନର କଡ଼ା ନଜର

ନବରଙ୍ଗପୁର,୨୪।୯(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ (IMD) ପକ୍ଷରୁ ନବରଙ୍ଗପୁର ସମେତ ବିଭିନ୍ନ ଜିଲାରେ ମଧ୍ୟମରୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଓ ବିଜୁଳି ଚମକିବା ନେଇ ସତର୍କ…

ପୁଣି ଘାଟିରେ ଅଟକିଲା ଭାରୀଯାନ:ବାଲିଗୁଡ଼ାରୁ ବ୍ରହ୍ମପୁର ଯାତାୟାତ ଠପ୍‌

ଦାରିଙ୍ଗବାଡ଼ି, ୨୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦେଇ ଯାଇଥିବା ଗୋପାଳପୁର-ରାୟପୁର ୫୯ ନମ୍ବର ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ପୁଣି ଏକ ମାଲବୋଝେଇ ଟ୍ରକ ଫସି…

ତରକାରୀ ମାଗିବା ବାହାନାରେ ୫ ମାସର ଗର୍ଭବତୀ ଭାଇବୋହୂଙ୍କୁ ବଳାତ୍କାର! ଦେଢ଼ଶୁର ଗିରଫ

ପାଟଣା, ୨୩।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ପବିତ୍ର ପାରିବାରିକ ସମ୍ପର୍କକୁ ନେଇ ଏକ ସଙ୍ଗିନ ଓ କଳଙ୍କିତ ଅଭିଯୋଗ ସାମ୍ନାକୁ…

ସମ୍ବଲପୁର DRUCC ସଦସ୍ୟ ଭାବେ ମନୋନୀତ ହେଲେ ରମଣୀ ରଞ୍ଜନ ବେହେରା

ବରଗଡ଼, ୨୩।୯ (ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ରେଳପଥ ମଣ୍ଡଳ (ଡିଭିଜନ୍)ର ‘ଡିଭିଜନାଲ୍ ରେଲୱେ ୟୁଜର୍ସ କନସଲଟେଟିଭ୍ କମିଟି’ (DRUCC) ର ନୂତନ ସଦସ୍ୟ ଭାବେ ବରଗଡ଼ର ଜଣାଶୁଣା…

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

“କାହିଁକି ଜମିକୁ ପାଣି ଛାଡ଼ୁନୁ?” ଯୁବକଙ୍କ ବେକ-ହାତକୁ ଦା’ରେ ହାଣି ପ୍ରତିଶୋଧ, ଅଭିଯୁକ୍ତକୁ ଖୋଜୁଛି ପୋଲିସ

ଦିଗପହଣ୍ଡି, ୨୩।୯ (ଅଶେଷ ନାଥ ମିଶ୍ର): ଚାଷଜମିକୁ ପାଣି ଛାଡ଼ିବାକୁ କେନ୍ଦ୍ର କରି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମରେ ଏକ ସାଂଘାତିକ ଆକ୍ରମଣ ଘଟଣା…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ଲଘୁଚାପ ବର୍ଷାରେ ସୃଷ୍ଟି ହେଲା ବନ୍ୟା ଆଶଙ୍କା: ଭଞ୍ଜନଗରରେ ସ୍ଥାନାନ୍ତର ପ୍ରକ୍ରିୟା ଜୋରଦାର, ସ୍ଥିତି ଉପରେ ନଜର ରଖିଛନ୍ତି ବିଧାୟକ

ଭଞ୍ଜନଗର, ୨୩।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବିଭିନ୍ନ ଅଞ୍ଚଳରେ ବୁଧବାର ସନ୍ଧ୍ୟା ପର୍ଯ୍ୟନ୍ତ ତୁହାକୁ ତୁହା ଲଗାଣ ବର୍ଷା ଜାରି ରହିଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?