ଏମିତି ରାଗ ଯେ ଛାତ୍ରଙ୍କୁ ବିଛୁଆତିରେ ମାଡ଼ ମାରି ପ୍ୟାଣ୍ଟରେ ପୁରାଇ ଦେଇଥିଲେ, ଚାକିରିରୁ ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ 

କଳିଙ୍ଗନଗର,୨୧।୪(ଶୁଭାଶିଷ ରାଉତ): ଶିକ୍ଷାର ମନ୍ଦିରରେ ଗୁରୁଙ୍କ ଅମାନବୀୟ କାଣ୍ଡ। କୋମଳମତି ପିଲାଙ୍କୁ ଦଣ୍ଡ ଦେବା ନାଁରେ ପିଲାଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ନିର୍ଯାତନା ଦେଇଥିବା ଅଭିଯୋଗରେ ଯାଜପୁର ଜିଲା ସୁକିନ୍ଦା ବ୍ଲକ ସାରୁଆବିଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି।
ସୂଚନା ଅନୁଯାୟୀ, ଗତ ଏପ୍ରିଲ ୧୭ ତାରିଖରେ ସାରୁଆବିଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀ କୌଣସି କାରଣରୁ ଛାତ୍ରମାନଙ୍କ ଉପରେ ରାଗିଯାଇଥିଲେ। କ୍ରୋଧର ବଶବର୍ତ୍ତୀ ହୋଇ ସେ ଅତି ଅଶୋଭନୀୟ ଭାବେ ପିଲାମାନଙ୍କ ପ୍ୟାଣ୍ଟ ଭିତରେ ବିଛୁଆତି ପୁରାଇ ଦେଇଥିଲେ। ବିଛୁଆତି ସଂସ୍ପର୍ଶରେ ଆସିବାରୁ ପିଲାମାନେ ବିଦ୍ୟାଳୟ ପରିସରରେ ଯନ୍ତ୍ରଣାରେ ଛଟପଟ ହୋଇଥିଲେ। ଏହି ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଅଭିଭାବକମାନେ ବିଦ୍ୟାଳୟରେ ପହଞ୍ଚି ହୋହଲ୍ଲା କରିବା ସହ କାଳିଆପାଣି ଥାନାରେ ଲିଖିତ ଅଭିଯୋଗ କରିଥିଲେ।
ସ୍ଥାନୀୟ ସରପଞ୍ଚ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ହସ୍ତକ୍ଷେପ ପରେ, ଶିକ୍ଷକ ଜଣକ ନିଜ ଭୁଲ ସ୍ବୀକାର କରିଥିଲେ ଏବଂ ଭବିଷ୍ୟତରେ ଏପରି କରିବେ ନାହିଁ ବୋଲି ଲିଖିତ ପ୍ରତିଶ୍ରୁତି ଦେବା ପରେ ମାମଲାରେ ଆପୋଷ ସମାଧାନ ହୋଇଥିଲା।
ତେବେ ଘଟଣାଟି ବିଭିନ୍ନ ଗଣମାଧ୍ୟମରେ ପ୍ରସାରିତ ହେବା ପରେ ଏବଂ ସାଧାରଣରେ ଶିକ୍ଷକଙ୍କୁ ନିନ୍ଦା କରାଯିବା ପରେ ଶିକ୍ଷା ବିଭାଗ ତତ୍ପରତା ପ୍ରକାଶ କରିଛି। ସୁକିନ୍ଦା ବ୍ଲକ ଶିକ୍ଷା ଅଧିକାରୀ (BEO) ନାରାୟଣ ଚନ୍ଦ୍ର ଦାସ ଏହି ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ସ୍ବରୂପ ପ୍ରଧାନଶିକ୍ଷକ ବାସୁଦେବ ଦେହୁରୀଙ୍କୁ ତୁରନ୍ତ ଚାକିରିରୁ ନିଲମ୍ବିତ  କରିଛନ୍ତି। ଏଭଳି ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଅନ୍ୟମାନଙ୍କ ପାଇଁ ଏକ ଶିକ୍ଷା ହେବ ବୋଲି ସାଧାରଣରେ ଚର୍ଚ୍ଚା ହେଉଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟାହ୍ନ ଭୋଜନରେ ବିଦ୍ୟାର୍ଥୀଙ୍କୁ ପରସା ଗଲା ଶୁଖିଲା ଭାତ-ଲୁଣ; ଶିକ୍ଷା ବିଭାଗର କଠୋର କାର୍ଯ୍ୟାନୁଷ୍ଠାନ, ଶିକ୍ଷକ…

ତୁମୁଡିବନ୍ଧ,୨୧।୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକର ଏକ ପ୍ରାଥମିକ ବିଦ୍ୟାଳୟରେ ଅଭାବନୀୟ ଘଟଣା ଏବେ ସାମ୍ନାକୁ ଆସିଛି। ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ କେବଳ…

ଇରାନ ସହିତ ଯୁଦ୍ଧବିରତି ବୃଦ୍ଧି କରିବାକୁ ମନା କଲେ ଟ୍ରମ୍ପ, ବଡ଼ ପଦକ୍ଷେପ ନେଉଛି ପାକିସ୍ତାନ

ଓ୍ବାଶିଂଟନ,୨୧।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚାଲିଥିବା ଯୁଦ୍ଧବିରତିକୁ ବୃଦ୍ଧି କରିବାକୁ ମନା କରିଦେଇଛନ୍ତି, ଯାହା ଆଞ୍ଚଳିକ ଉତ୍ତେଜନାକୁ ଆହୁରି ବୃଦ୍ଧି କରିଛି ।…

ନୟାଗଡ଼ରୁ ଛତ୍ରପୁର ଆସୁଥିଲେ, ଡିଭାଇଡର ସହ ବାଇକ୍‌ ପିଟି ହେବା ପରେ ଛିଟିକି ପଡ଼ିଲେ; ମା’ବାପା ଗୁରୁତର, ୨ ବର୍ଷର ଶିଶୁକନ୍ୟା…

ଛତ୍ରପୁର, ୨୧।୪(ଦିଲ୍ଲୀପ ସାମଲ):  ଛତ୍ରପୁର ଥାନା ଅଧିନ ଜାତୀୟ ରାଜପଥ ଭାଗ୍ୟଲକ୍ଷ୍ମୀ ନଗର ନିକଟରେ ସଡକ ଦୁର୍ଘଟଣା । ଏଥିରେ ସ୍ବାମୀ ଓ ସ୍ତ୍ରୀ ଗୁରୁତର ଆହତ ହୋଇଥିବା…

ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିଲେ ଦମ୍ପତି, ବାଇକ ଧକ୍କାରେ ଚାଲିଗଲା ଜୀବନ

ଆନନ୍ଦପୁର,୨୧।୪(ସୁଶାନ୍ତ କୁମାର ସାହୁ ): ସମ୍ପର୍କୀୟଙ୍କ ବିବାହ ଉତ୍ସବକୁ ଯାଉଥିବା ବେଳେ ବାଟରେ ଭୟଙ୍କର ଦୁର୍ଘଟଣା । ସ୍ବାମୀ, ସ୍ତ୍ରୀଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ…

୫ ବର୍ଷ ତଳେ ହୋଇଥିଲା ବିବାହ, ଭଡ଼ା ଘରୁ ମହିଳାଙ୍କ ମୃତଦେହ ଉଦ୍ଧାର; ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ଆଣିଲେ…

କୋକସରା,୨୧।୪(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଲଡୁଗାଁ ଗ୍ରାମର ଏକ ଭଡ଼ା ଘରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତ…

ବାରିପଦାର ନିଖୋଜ ଶିକ୍ଷୟିତ୍ରୀ ବାଲେଶ୍ବରରୁ ଉଦ୍ଧାର, ଜନଗଣନା କାର୍ଯ୍ୟ ଚାପରେ…

ବାରିପଦା,୨୧ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଞ୍ଚଳ ଢେଙ୍କିନେଞ୍ଜିଆ ୟୁପିଟିଓ ସ୍କୁଲର ଜନଗଣନା କାର୍ଯ୍ୟରେ ନିୟୋଜିତ ଥିବା ଶିକ୍ଷୟିତ୍ରୀ ନିଖୋଜ ଘଟଣା ।…

‘ପୁରୁଷଙ୍କ କୋଠରୀରୁ ଆରମ୍ଭ ହୁଏ ମହିଳାଙ୍କ ରାଜନୀତି’ ପପୁ ଯାଦବଙ୍କ ବୟାନକୁ ନେଇ ହଙ୍ଗାମା

ପାଟନା,୨୧।୪: ଏମପି ପପୁ ଯାଦବ ଏକ ବିବାଦୀୟ ବୟାନ ଦେଇଛନ୍ତି, ଯାହାକୁ ନେଇ ହଇଚଇ ସୃଷ୍ଟି କରିଛି। ମହିଳା କମିଶନ ଏହି ମନ୍ତବ୍ୟ ଉପରେ ଆକ୍ସନ ମୋଡକୁ…

ରଣବୀରଙ୍କ ଭଉଣୀ ରିଦ୍ଧିମାଙ୍କ ଅଭିନୟରେ ଡେବ୍ୟୁ, ଟ୍ରେଲର ରିଲିଜ ପରେ ବଢ଼ିଲା ଚର୍ଚ୍ଚା

ମୁମ୍ବାଇ: ଅଭିନୟ ଜଗତରେ ପାଦ ଥାପିଛନ୍ତି ରଣବୀର କପୁରଙ୍କ ଭଉଣୀ ରିଦ୍ଧିମା କପୁର। ତାଙ୍କର ପ୍ରଥମ ଫିଲ୍ମ ‘ଦାଦି କି ଶାଦୀ’ର ଟ୍ରେଲର ଆଜି ରିଲିଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri