ଛାତ୍ରୀଙ୍କୁ ଅସଦାଚରଣ କରିବା ମହଙ୍ଗା ପଡ଼ିଲା

ଭବାନୀପାଟଣା,୨୨।୫(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୋପୀନାଥପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଧୀନ ଆଦିବାସୀ କଲ୍ୟାଣ ବିଭାଗ ଦ୍ୱାରା ପରିଚାଳିତ ଏକ ଛାତ୍ରୀ ନିବାସର ୬ଜଣ ଛାତ୍ରୀ ଶନିବାର ପ୍ରଧାନ ଶିକ୍ଷକ ଶଶୀଧର ନାଏକଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଥିଲେ। ଜିଲା ପ୍ରଶାସନ ଓ ସ୍ଥାନୀୟ ପୋଲିସ ପକ୍ଷରୁ ଘଟଣାର ତଦନ୍ତ ପରେ ପ୍ରଧାନ ଶିକ୍ଷକଙ୍କ କଳାକାରନାମା ସମ୍ପର୍କରେ ଜଣାପଡିଥିଲା। ଏହାପରେ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ବ୍ଲକ ଶିକ୍ଷାଧିକାରୀଙ୍କ ପତ୍ର ସଂଖା ୫୮୬ ଅନୁଯାୟୀ ନିଲମ୍ବିତ କରାଯାଇଛି।

ସେହିପରି ପୋଲିସ ପକ୍ଷରୁ ସମ୍ପୃକ୍ତ ପ୍ରଧାନ ଶିକ୍ଷକ ନାଏକଙ୍କ ବିରୋଧରେ ଆଇପିସି ଦଫା ୨୯୪/୩୫୪/୩୫୪ଏ/୩୫୪/ସି/୩୫୪ଡି ଓ ପୋକ୍‌ସୋ ସେକ୍ସନ ଧାରା ୧୨ରେ ଏକ ମାମଲା (ନଂ.୧୧୧/୨୨) ରୁଜୁ କରି ଗିରଫ ପରେ ରବିବାର କୋର୍ଟ ଚାଲାଣ କରାଯାଇଛି। ପ୍ରକାଶ ଯେ, ଶନିବାର ଏହି ଘଟଣାର ସତ୍ୟତା ଜାଣିବା ପାଇଁ ଜିଲା ମଙ୍ଗଳ ଅଧିକାରୀ, ଶିଶୁ ସୁରକ୍ଷା ବିଭାଗ ଅଧିକାରୀ, ସ୍ଥାନୀୟ ବିଡିଓ, ଡବ୍ଲ୍ୟୁଇଓ, ଆଇଆଇସି ତଦନ୍ତ କରିବାକୁ ଘଟଣାସ୍ଥଳକୁ ଯାଇଥିଲେ। ସେଠାରେ ସେମାନେ ଛାତ୍ରୀଙ୍କ ଅଭିଯୋଗ ଶୁଣିଥିଲେ। ପରେ ପୋଲିସ ସମ୍ପୃକ୍ତ ପ୍ରଧାନ ଶିକ୍ଷକଙ୍କୁ ଥାନାକୁ ଆଣି ପଚରାଉଚୁରା କରିଥିଲା। ପ୍ରଶାସନ ଓ ପୋଲିସ ଅଧିକାରୀଙ୍କ ରିପୋର୍ଟ ପରେ ପ୍ରଧାନ ଶିକ୍ଷକଙ୍କ ଉପରେ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଅନ୍ୟପକ୍ଷରେ ବର୍ତ୍ତମାନ ଉକ୍ତ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ଭାବେ ଆଲ୍ଲାଦିନୀ ମଣି ବାଗଙ୍କୁ ଉକ୍ତ ସ୍କୁଲ ଓ ଛାତ୍ରୀ ନିବାସର ପରିଚାଳନା ଦାୟିତ୍ୱ ଦିଆଯାଇଥିବା ସ୍ଥାନୀୟ ଶିକ୍ଷା ବିଭାଗ ପକ୍ଷରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?