ଉଚ୍ଛେଦ ପୂର୍ବରୁ ନିଜ ଘର ନିଜେ ଭାଙ୍ଗିଦେଲେ ପ୍ରଧାନଶିକ୍ଷକ, ୩ ଅଟକ

ତିହିଡ଼ି,୨୧ା୧୦(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ତାଳପଦା ପଞ୍ଚାୟତ ଅଧୀନ ବୈକୁଣ୍ଠସାହି ରାସ୍ତା ଜବରଦଖଲ ହୋଇଥିଲା। ରାସ୍ତାକୁ ମାଡ଼ି ଜଣେ ପ୍ରଧାନଶିକ୍ଷକ ଘର ତିଆରି କରିଥିବା ଅଭିଯୋଗ ହୋଇଥିଲା। ତେବେ ପ୍ରଶାସନ ପକ୍ଷରୁ ସୋମବାର ଜବରଦଖଲ ଉଚ୍ଛେଦ କରାଯିବା ପୂର୍ବରୁ ଗୃହ ମାଲିକ ଜେସିବି ସହାୟତାରେ ନିଜ ଘର ଭାଙ୍ଗିଥିଲେ। ପରେ ପ୍ରଶାସନ ପକ୍ଷରୁ ନିଆଯାଇଥିବା ଜେସିବି ସହାୟତାରେ ଘର ଭାଙ୍ଗିବାକୁ ଉଦ୍ୟମ କରାଯିବାରୁ ପ୍ରଧାନଶିକ୍ଷକଙ୍କ ସ୍ତ୍ରୀ ତଥା ସରପଞ୍ଚ ଜୟଶ୍ରୀ ବେହେରା ଏହାର ବିରୋଧ କରି ପାଟିତୁଣ୍ତ କରିଥିଲେ। ପରେ ପୋଲିସ ସରପଞ୍ଚ, ତାଙ୍କ ସ୍ବାମୀ ପ୍ରଧାନଶିକ୍ଷକ ଚନ୍ଦ୍ରଶେଖର ବେହେରା ଓ ଅନ୍ୟଜଣଙ୍କୁ ଥାନାକୁ ନେଇ ଅଟକ ରଖିଥିବା ଜଣାଯାଇଛି।

ଖବରରୁ ଜଣାଯାଇଛି ଯେ, ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଗତ ୧୭ତାରିଖରେ ବୈକୁଣ୍ଠସାହିରେ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ସରପଞ୍ଚ ବେହେରାଙ୍କ ଘର ଭାଙ୍ଗିବା ଆରମ୍ଭ ହେବା ପରେ ସେ ଜେସିବି ସାମ୍ନାରେ ଶୋଇ ଏହାର ପ୍ରତିବାଦ କରିଥିଲେ। ତାଙ୍କ ସ୍ବାମୀ ପ୍ରଧାନଶିକ୍ଷକ ଘର ଭାଙ୍ଗିବା ପାଇଁ ପ୍ରଶାସନକୁ ୧୫ଦିନ ସମୟ ଦେବାକୁ ଅନୁରୋଧ କରିଥିଲେ। ପରେ ପ୍ରଶାସନ ଘର ନ ଭାଙ୍ଗି ଫେରି ଯାଇଥିଲେ। ଘଟଣାର ୩ଦିନ ପରେ ଅର୍ଥାତ ରବିବାର ସାରେ ପ୍ରଶାସନ ପକ୍ଷରୁ ଜବରଦଖଲ ସ୍ଥଳରେ ୧୬୩ଧାରା ଜାରି କରାଯିବା ସହ ସୋମବାର ଜବରଦଖଲ ଉଚ୍ଛେଦ ହେବ ବୋଲି ସୂଚନା ଦିଆଯାଇଥିଲା। ଉଚ୍ଛେଦ ସମୟରେ ତହସିଲଦାର ଜୟଦ୍ରଥ ଆଚାର୍ଯ୍ୟ, ଚାନ୍ଦବାଲି ଏସ୍‌ଡିପିଓ କାର୍ତ୍ତିକ ଚନ୍ଦ୍ର ମଲ୍ଲିକ, ଧାମନଗର ତହସିଲଦାର ପ୍ରଦୀପ କୁମାର ଦାସ, ତିହଡ଼ି ଥାନା ଆଇଆଇସି ପ୍ରସନ୍ନ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ। ଘଟଣାସ୍ଥଳରେ ୩ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଥିବାବେଳେ ଅଗ୍ନିଶମ ବିଭାଗ ଓ ବିଦ୍ୟୁତ୍‌ ବିଭାଗର କର୍ମଚାରୀମାନେ ନିୟୋଜିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

କର୍ଲାମୁଣ୍ଡା ବ୍ଲକ ପାଇଁ ଗୌରବ: ପ୍ରଥମ ମହିଳା ଭାବେ ପିଏଚ୍‌ଡି ଡିଗ୍ରୀ ହାସଲ କଲେ ସୀମନ୍ତିନୀ ସେଠ

ରିଷିଡ଼ା, ୧୯।୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ସୀମନ୍ତିନୀ ସେଠ ସଂସ୍କୃତ ବିଷୟରେ ଗବେଷଣା କରି ପିଏଚ୍‌ଡି (PhD) ଡିଗ୍ରୀ ହାସଲ…

ବେଙ୍ଗାଲୁରୁରେ କେନ୍ଦୁଝର ଯୁବକଙ୍କ ଅକାଳ ମୃତ୍ୟୁ: MP ଅନନ୍ତ ନାୟକଙ୍କ ହସ୍ତକ୍ଷେପ ପରେ ଗାଁକୁ ଫେରିଲା ପାର୍ଥିବ ଶରୀର

ପାଟଣା,୧୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବେଗନା ଗ୍ରାମର ସଞ୍ଜୀବ ସେଠୀଙ୍କ ୩୪ ବର୍ଷୀୟ ପୁଅ ଦୀପେଶ ସେଠୀଙ୍କ ବେଙ୍ଗାଲୁରୁରେ ଅକାଳ ମୃତ୍ୟୁ ଘଟିଛି।…

ପରିବେଶ ସୁରକ୍ଷାରେ ଗଞ୍ଜାମ ଗ୍ରାସିମର ବାଜିମାତ୍: ମିଳିଲା “ପ୍ରଦୂଷଣ ନିୟନ୍ତ୍ରଣ ଉତ୍କର୍ଷତା ପୁରସ୍କାର – ୨୦୨୬”

ଗଞ୍ଜାମ, ୧୯।୯ (ବିଦ୍ୟାଧର ସାହୁ): ଓଡ଼ିଶା ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସପିସିବି)ର ୪୩ତମ ପ୍ରତିଷ୍ଠା ଦିବସ ଅବସରରେ ଶିଳ୍ପ ବର୍ଗରେ ଗଞ୍ଜାମ ସ୍ଥିତ ଗ୍ରାସିମ୍ କମ୍ପାନୀ…

ମଞ୍ଚସ୍ଥ ହୋଇ ଦର୍ଶକଙ୍କ ମନ ଜିଣିଲା ନାଟକ ‘ଅବୁଝା ଲୁହ’; ଉଦ୍‌ଘାଟନ କଲେ ଦିଗପହଣ୍ଡି ବିଧାୟକ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମର ଠାକୁରାଣୀ ଛକଠାରେ ଶ୍ରୀ ଗଣେଶ ପୂଜା ଅବସରରେ ସାମାଜିକ ନାଟକ ‘ଅବୁଝା ଲୁହ’…

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?