ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି, ଡିଇଓଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀଶିକ୍ଷକ

ଲାଞ୍ଜିଗଡ,୬।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଭଟIଙ୍ଗ ପଦର ଅନ୍ତର୍ଗତ ଭଟIଙ୍ଗପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦବଙ୍ଗଗିରି କାର୍ଯ୍ୟକଳାପକୁ ନେଇ ଜିଲା ଶିକ୍ଷାଧିକାରୀଙ୍କ ନିକଟରେ ଫେରାଦ ହେଲେ ଶିକ୍ଷୟିତ୍ରୀ ଶିକ୍ଷକ। ସ୍କୁଲ ପିଲାଙ୍କ ପାଇଁ ବିଦ୍ୟାଳୟ ହେଉଛି ଏକ ମନ୍ଦିର। ଶିକ୍ଷକମାନେ ପିଲାମାନଙ୍କୁ ଯେଉଁ ରାସ୍ତା ଦେଖାଇବେ ପିଲାମାନେ ସେଇ ରାସ୍ତାରେ ଯିବେ ହେଲେ ନିଜେ ପ୍ରଧାନ ଶିକ୍ଷୟତ୍ରୀ ଯଦି ସହକର୍ମଚାରରମାନଙ୍କୁ ଅବାଟ ଦେଖେଇବେ, ତେବେ ପିଲାଙ୍କୁ ବାଟ ଦେଖେଇବ କିଏ। ଏଭଳି ଏକ ଘଟଣା ଘଟିଛି କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଭଟIଙ୍ଗ ପଦର ଅନ୍ତର୍ଗତ ଭଟIଙ୍ଗ ପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।

ସୂଚନାନୁସାରେ, ସ୍କୁଲ ପ୍ରଧାନ ଶିକ୍ଷୟତ୍ରୀ ପ୍ରଜ୍ଞା ପ୍ରିୟଦର୍ଶିନୀ ଶତପଥୀଙ୍କ ମନମୁଖୀ କାର୍ଯ୍ୟକଳାପ ଓ ଏକଛତ୍ରବାଦ ଶାସନକୁ ନେଇ ଆଜି ସ୍କୁଲର ୧୪ଜଣ ଶିକ୍ଷୟିତ୍ରୀ ଶିକ୍ଷକ ଜିଲା ଶିକ୍ଷା ଅଧିକାରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି। ସ୍କୁଲରେ ସାମାନ୍ୟତମ ତ୍ରୁଟି ହେଲେ କାରଣ ଦର୍ଶାଅ ନୋଟିସ ଜାରି କରୁଛନ୍ତି। ସଠିକ ସମୟରେ ସ୍କୁଲ ନ ଆସିଲେ ବାହାରେ ଛିଡ଼ା କରିଦେଉଛନ୍ତି ଏବଂ କର୍ମଚାରୀମାନଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରୁଥିବା ଅଭିଯୋଗ ହୋଇଛି। ସ୍କୁଲ ଅନ୍ତେବାସୀଙ୍କ ନିୟମ ଅନୁସାରେ ମଧ୍ୟାହ୍ନ ଭୋଜନ ଓ ରାତ୍ରି ଭୋଜନ ଦିଆ ଯାଉ ନ ଥିବାର ଅଭିଯୋଗ ହେଉଛି। ଏହାକୁ ନେଇ ଆଜି ଭଟାଙ୍ଗ ପଦର ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକ ଜିଲା ଶିକ୍ଷା ଅଧିକାରୀଙ୍କୁ ଅଭିଯୋଗ କରିଛନ୍ତି। ହେଲେ ଅଭିଯୋଗ ଅନୁଯାୟୀ ଜିଲା ଶିକ୍ଷା ଅଧିକାରୀ ପ୍ରଧାନ ଶିକ୍ଷୟିତ୍ରୀଙ୍କ ବିରୋଧରେ ତଦନ୍ତ କରି କେବେ କାର୍ଯ୍ୟାନୁଷ୍ଠାନ କରୁଛନ୍ତି ତାହା ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବ୍ରିକ୍ସ ସମ୍ମିଳନୀ: ଦିଲ୍ଲୀରେ ପହଞ୍ଚିଲେ ବିଶ୍ୱ ନେତା

ନୂଆଦିଲ୍ଲୀ,୧୨ା୯ (ପି.ଟି.):ନୂଆଦିଲ୍ଲୀର ପ୍ରଗତି ମଇଦାନସ୍ଥିତ ଭାରତ ମଣ୍ଡପମ୍‌ଠାରେ ଶନିବାରଠାରୁ ୨ ଦିନ ଧରି ୧୮ତମ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହେବାକୁ ଯାଉଛି। ଏଥିପାଇଁ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର…

BRICSରେ ସାମିଲ ହେବାକୁ ବାଡେଇଛାଟି ହେଉଛି ପାକିସ୍ତାନ: ବାଟ ଓଗାଳିଛି ଭାରତ!

ନୂଆଦିଲ୍ଲୀ,୧୨।୯: BRICSରେ ସାମିଲ ହେବା ପାଇଁ ଦୀର୍ଘଦିନ ଧରି ପାକିସ୍ତାନ ଉଦ୍ୟମ କରିଆସୁଛି। ୨୦୨୩ରେ ଇସଲାମାବାଦ ଏହି ଗୋଷ୍ଠୀର ସଦସ୍ୟତା ପାଇଁ ଔପଚାରିକ ଭାବେ ଆବେଦନ କରିଥିଲା।…

ରୋଗ ଯନ୍ତ୍ରଣାଠୁ ବଳିଯାଉଛି ଧାଡ଼ି ଯନ୍ତ୍ରଣା: ଡାକ୍ତରଖାନାରେ ବିକଳ ଚିତ୍ର

ପଦ୍ମପୁର,୧୨ା୯(ପ୍ରଦୀପ୍ତ ଦାଶ):କିଏ କାଖେଇ ଧରିଛି, କିଏ ଆଣ୍ଠେଇ ପଡ଼ିଛି, ଆଉ କିଏ ଯନ୍ତ୍ରଣାରେ ଭୂଇଁରେ ଲୋଟୁଛି। ବୃଦ୍ଧାବୃଦ୍ଧମାନେ ବାଡ଼ି ସାହାଯ୍ୟରେ ଘଣ୍ଟା ଘଣ୍ଟା ଧରି ଡାକ୍ତରଙ୍କୁ ଅପେକ୍ଷା…

ମହିଳାଙ୍କୁ ସ୍ବାବଲମ୍ବୀ ହେବାର ବାଟ ଦେଖାଇଛି ଖଲିଦନା: ଜଣେ ମହିଳା ମାସକୁ ରୋଜଗାର କରୁଛନ୍ତି…

ନୂଆପଡ଼ା,୧୨ା୯ (ମକାରୁ ବେମାଲ):ବହୁଳ ପ୍ଲାଷ୍ଟିକ ବ୍ୟବହାର ଯୋଗୁ ପରିବେଶ ପ୍ରଦୂଷଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ରୋକିବା ପାଇଁ ନୂଆପଡ଼ା ଜିଲା ପ୍ରଶାସନ ପକ୍ଷରୁ ଏକକ ବ୍ୟବହାର…

ସେପ୍ଟେମ୍ବର ୧୭ ପରେ ଏହି ୨ ରାଶିର ଭାଗ୍ୟ ଚମକାଇବେ ସୂର୍ଯ୍ୟ: ଚାକିରିରେ ପଦୋନ୍ନତି ସହ ହେବେ ମାଲାମାଲ

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ନେତୃତ୍ୱ, ପଦ-ପ୍ରତିଷ୍ଠା ଓ କ୍ୟାରିୟରର ପ୍ରମୁଖ କାରକ ବୋଲି ମନେ କରାଯାଏ। ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନର ପ୍ରଭାବ ଅନେକ ରାଶିର…

୨ ଦିନ ହେଲାଣି ଘରୁ ବାହାରି ଯାଇ ଜଙ୍ଗଲରେ ରହୁଥିଲେ ପ୍ରେମୀଯୁଗଳ, ତା’ପରେ କଲେ ଏମିତି କାମ…

ନୂଆପଡ଼ା,୧୨/୯(ମକାରୁ ବେମାଲ):ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ କୌଣସି କାରଣରୁ ପ୍ରେମୀଯୁଗଳ ବିଷପାନ କରିବା ପରେ ନାବାଳିକା ପ୍ରେମିକା ଡୋଲେଶ୍ୱରୀ ସା (୧୭)ଙ୍କ ମୃତ୍ୟୁ ଘଟିଛି। ପ୍ରେମିକ…

ବୈଭବଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଇଶାନ କିଶନ: କହିଲେ-ଆଗକୁ ସମ୍ଭାଳିବେ…ନିଆଁ ପରି ବ୍ୟାପିଗଲା ଏହି କଥା

ନୂଆଦିଲ୍ଲୀ,୧୨।୯: : ଖୁବ କମ୍‌ ବୟସରେ କ୍ରିକେଟ ଜଗତରେ ନିଜର ଅଲଗା ପରିଚୟ ସୃଷ୍ଟି କରିଥିବା ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏବେ ତାଙ୍କ ବ୍ୟାଟିଂ ସହ କ୍ୟାପ୍ଟେନ୍ସି…

ବଢିଲା ଟିମ ଇଣ୍ଡିଆର ଟେନସନ୍‌: ପଡିଆରେ ଅଭ୍ୟାସ ସମୟରେ ହଠାତ୍‌ ଇଶାନ କିଶନ…

ନୂଆଦିଲ୍ଲୀ,୧୨।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ଆରମ୍ଭ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଆସିଛି ଚିନ୍ତା ବଢ଼ାଇବା ଭଳି ଖବର। ଦିଲ୍ଲୀର ଅରୁଣ ଜେଟଲୀ କ୍ରିକେଟ ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?