୫ ଦିନ ପରେ ମିଳିଲା ପ୍ରଧାନଶିକ୍ଷକଙ୍କ ଝୁଲନ୍ତା ମୃତଦେହ, ପାଖରୁ ମିଳିଲା…

ଝରିଗାଁ,୨୫ା୨(କିଶୋର ଚନ୍ଦ୍ର ମଣ୍ଡଳ): ନିଖୋଜ ହେବାର ୫ ଦିନ ପରେ ମିଳିଲା ଭାରପ୍ରାପ୍ତ ପ୍ରଧାନଶିକ୍ଷକଙ୍କ ମୃତଦେହ। ଯାହାକି ପରିବାର ଏବଂ ବିଦ୍ୟାଳୟରେ ଶୋକାକୁଳ ପରିବେଶ ସୃଷ୍ଟି କରିଛି।

ମୃତକ ଶିକ୍ଷକ ହେଉଛନ୍ତି ନବରଙ୍ଗପୁର ଜିଲା ଉମରକୋଟ ସହର ନିକଟସ୍ଥ ବଡ଼ଭରଣ୍ଡି ଗ୍ରାମର ଅଲେଖ ଚରଣ ଭକ୍ତ (୩୬)। ଅଲେଖ ଝରିଗାଁ ବ୍ଲକ ଅନ୍ତର୍ଗତ ରତାଖଣ୍ଡିଗୁଡ଼ା ଗ୍ରାମସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଭାରପ୍ରାପ୍ତ ପ୍ରଧାନଶିକ୍ଷକ ଭାବେ କାର୍ଯ୍ୟ କରୁଥିଲେ। ତାଙ୍କୁ ଚଳିତ ବର୍ଷ ଦଶମ ପରୀକ୍ଷା ପାଇଁ ଝରିଗାଁ ବ୍ଲକ ଅନ୍ତର୍ଗତ କଲେଗାଁ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଥିଲା। ତେବେ ପ୍ରଧାନଶିକ୍ଷକ ନିଜ ଦାୟିତ୍ୱ ସମ୍ପନ୍ନ କରି ଗତ ଶନିବାର ଅପରାହ୍ନରେ କଲେଗାଁ ସ୍କୁଲରୁ ବାହାରିଥିଲେ। ତେବେ ପ୍ରାୟ ୪ଟା ପରେ ମଧ୍ୟ ସେ ନିଜ ଘର ବଡ଼ଭରଣ୍ଡି ଗ୍ରାମରେ ପହଞ୍ଚି ନ ଥିଲେ। ଏନେଇ ପରିବାର ଲୋକେ ଝରିଗାଁ ଥାନାରେ ଏତଲା ଦେଇଥିଲେ। ଝରିଗାଁ ଥାନାରେ କେସ୍‌ ନମ୍ବର ୭ରେ ଏକ ନିଖୋଜ ମାମଲା ରୁଜୁ କରାଯାଇଛି।

ପୋଲିସ ଏକ ସ୍ବତନ୍ତ୍ର ଟିମ୍‌ ଗଠନ କରି ପ୍ରଧାନଶିକ୍ଷକଙ୍କୁ ଖୋଜିବା ଆରମ୍ଭ କରିଥିଲେ ସୁଦ୍ଧା କୌଣସି ଖବର ମିଳି ପାରି ନ ଥିଲା। ବୁଧବାର ସକାଳୁ ଛତିଶଗଡ଼ ମେଇନପୁର ପୋଲିସ ଉମରକୋଟ ଥାନାକୁ ସୂଚନା ଦେଇଥିଲେ ଯେ, ଜଣେ ଯୁବକଙ୍କ ଝୁଲନ୍ତା ମୃତ ଶରୀର ପୋଲିସ ଠାବ କରିଥିବାବେଳେ ତାଙ୍କ ନିକଟରୁ ଏକ ବାଇକ୍‌(ଓଡି ୨୪ ଜେ ୮୪୨୪) ଏବଂ ଆଧାର କାର୍ଡ ଏବଂ ଭୋଟର କାର୍ଡ, ଦୁଇଟି ମୋବାଇଲ ଏବଂ କିଛି ଟଙ୍କା ମିଳିଛି। ଏହି ଖବର ପାଇବା ମାତ୍ରେ ଉମରକୋଟ ପୋଲିସ ଝରିଗାଁ ପୋଲିସଙ୍କୁ ସୂଚନା ଦେଇଥିଲେ। ଏହାପରେ ପରିବାର ଲୋକଙ୍କ ସହ ଝରିଗାଁ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଛତିଶଗଡ଼ ପୋଲିସ, ସାଇଣ୍ଟିଫିକ୍‌ ଟିମ, ସନ୍ଧାନୀକୁକୁର ରହି ତଦନ୍ତ ଚଳାଇଛନ୍ତି। ମୃତଦେହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ପ୍ରଦାନ କରାଯାଇଛି।
ମୃତ ଶିକ୍ଷକ ଜଣଙ୍କ ମାନସିକ ଚାପରେ ରହୁଥିଲେ। ହେଲେ ତାଙ୍କୁ କିଏ ମାନସିକ ଚାପ ଦେଇଥିଲେ, ଯାହା କି ଶେଷରେ ଅଲେଖ ଚରଣ ଭକ୍ତ ମୃତ୍ୟୁକୁ ଆପଣାଇଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?