ପ୍ରଧାନ ଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ: ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ, ୨୬।୬: ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ବେଲଘର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗ୍ରାମବାସୀ ଶନିବାର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଛନ୍ତି। ପ୍ରଧାନଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ, ବିଦ୍ୟାଳୟରେ ପିଲମାନଙ୍କୁ ପାଠ ନ ପଢ଼ାଇବା, ବିଦ୍ୟାଳୟକୁ ଠିକ ଭାବେ ନ ଯିବା ଆଦିକୁ ବିରୋଧ କରି ଗ୍ରାମବାସୀ ଏପରି କରିଛନ୍ତି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୬ଟା ଯାଏ ଗ୍ରାମବାସୀ ତାଲା ଖୋଲି ନ ଥିଲେ। ବ୍ଲକ ଶିକ୍ଷାଧିକାରୀ ଘଟଣାସ୍ଥଳର ପହଞ୍ଚତ୍ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ସେମାନଙ୍କୁ ଛାଡ଼ିଥିଲେ ା
ଏହି ବିଦ୍ୟାଳୟରେ ପ୍ରଥମରୁ ୮ମ ପର୍ଯ୍ୟନ୍ତ ଶ୍ରେଣୀ ରହିଛି ା ପାଠ ପଢ଼ିବା ପାଇଁ ୨ଟି ଶ୍ରେଣୀ ଗୃହ ଅଛି ା ଅନେକ ସମୟରେ ପ୍ରଧାନଶିକ୍ଷକ ଦିଲୀପ କୁମାର ମଲ୍ଲିକ ଏବଂ ଅନ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନେ ବିଦ୍ୟାଳୟକୁ ଠିକ୍‌ ଭାବେ ଆସନ୍ତି ନାହିଁ ା ପିଲାମାନଙ୍କୁ ମଧ୍ୟ ଭଲ ଭାବରେ ପଢ଼ାନ୍ତି ନାହିଁ ା ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଥିଲା ା ଗ୍ରାମବାସୀ ପ୍ରଧାନଶିକ୍ଷଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବଦଳୀ ଦାବି କରି ଆସୁଥିଲେ ା ହେଲେ ଶିକ୍ଷା ବିଭାଗ ଏହା ଉପରେ କର୍ଣ୍ଣପାତ କଲାନାହିଁ ା ଫଳରେ ବାଧ୍ୟ ହୋଇ ସ୍କୁଲରେ ତାଲା ପକାଇଲୁ ବୋଲି ଗ୍ରାମବାସୀ ତଥା ସରପଞ୍ଚ ଗୋବିନ୍ଦ ମାଝି ପ୍ରକାଶ କରିଛନ୍ତି ା ତୁମୁଡିବନ୍ଧ ବ୍ଲକ ଶିକ୍ଷାଧିକାରୀ ଜଗନ୍ନାଥ ସାହୁ ୫ଦିନ ମଧ୍ୟରେ ଶିକ୍ଷକ ମାନଙ୍କୁ ବଦଳି କରାଯାଇ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ି ଛୁଇଁଲେ ଛାତ୍ରୀଛାତ୍ର: ତୁମୁଡିବନ୍ଧରେ ବ୍ଲକସ୍ତରୀୟ ‘ପ୍ରବେଶ ଉତ୍ସବ’ ଓ ‘ବିଦ୍ୟା ବନ୍ତ ବିଦ୍ୟାର୍ଥୀ’ ସଚେତନତା ରଥ…

ତୁମୁଡିବନ୍ଧ, ୪ା୪ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ‘ପ୍ରବେଶ ଉତ୍ସବ’ ବା ‘ଖଡ଼ି ଛୁଆଁ’…

ନିଜ ପଢ଼ା ସମୟର କଥା କହିଲେ ଉପଜିଲାପାଳ: କେମିତି ପଢ଼ିଲେ…

ତୁମୁଡିବନ୍ଧ,୪।୪(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧସ୍ଥିତ ନେତାଜୀ ସୁଭାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବେ ନିର୍ମିତ ହୋଇଥିବା କୋଠା ଗୃହକୁ ବାଲିଗୁଡା ଉପଜିଲାପାଳ …

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଆରମ୍ଭ ହେଲା ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା

ବାଲିଗୁଡା,୨।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲାର ପ୍ରସିଦ୍ଧ ବାଲିଗୁଡ଼ା ଦଣ୍ଡଯାତ୍ରା ଆରମ୍ଭ ହୋଇଯାଇଛି। ଏନେଇ ଗାଁଠୁ ସହର ଉତ୍ସବମୁଖର ହୋଇପଡିଛି। ଶତାଧିକ ମାନସିକଧାରୀ ଦଣ୍ଡୁଆ ମା’ଙ୍କ ଦଣ୍ଡଯାତ୍ରାରେ…

୨୫ ଫୁଟ ଉଚ୍ଚ ପାଣି ଟାଙ୍କିରେ ଚଢ଼ିଗଲେ ଛାତ୍ର, ସୁରକ୍ଷାକୁ ନେଇ ବଢ଼ିଲା ଚିନ୍ତା

ଖଜୁରିପଡ଼ା,୨ା୪(ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପିରିକୁଡ଼ି ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଥମରୁ ଦଶମ ଶ୍ରେଣୀ ପର୍ଯ୍ୟନ୍ତ ଶତାଧିକ ଛାତ୍ରୀଛାତ୍ର ହଷ୍ଟେଲରେ ରହି ପାଠପଢୁଥିବା ବେଳେ ସେମାନଙ୍କ ସୁରକ୍ଷାକୁ…

ଓଡ଼ିଆ ଭାଷା ସାହିତ୍ୟ ଓ ସାଂସ୍କୃତିକ ଅନୁଷ୍ଠାନ ପକ୍ଷରୁ ଉତ୍କଳ ଦିବସ-୨୦୨୬ ପାଳିତ

ଦାରିଙ୍ଗବାଡି,୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଜାଗୃତି ସଭାଗୃହ ପରିସରରେ ଉତ୍କଳ ଦିବସ-୨୦୨୬ ପାଳିତ ହୋଇଯାଇଛି । ବରିଷ୍ଠ ଶିକ୍ଷକ ପ୍ରଶାନ୍ତ କୁମାର ସାହୁଙ୍କ ସଂଯୋଜନାରେ ହୋଇଥିବା…

ଡେମିଙ୍ଗିଆ ଗ୍ରାମରେ ମହୁମାଛି ଆତଙ୍କ; ୧୦୦ରୁ ଉର୍ଦ୍ଧ୍ବ ଆହତ, ପ୍ରଶାସନ ନିରବ

ଦାରିଙ୍ଗବାଡି, ୧।୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଦୁର୍ଗମ ତିଲୋରୀ ପଞ୍ଚାୟତ ଡେମିଙ୍ଗିଆ ଗ୍ରାମରେ ମହୁମାଛିଙ୍କ ଉପଦ୍ରଵ ବଢିବାରେ ଲାଗିଛି । ଗ୍ରାମବାସୀ ଏନେଇ ବାରମ୍ବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri