ପ୍ରଧାନ ଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ: ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଲେ ଗ୍ରାମବାସୀ

ଫୁଲବାଣୀ ଅଫିସ/ତୁମୁଡିବନ୍ଧ, ୨୬।୬: ତୁମୁଡିବନ୍ଧ ବ୍ଲକ ବେଲଘର ପଞ୍ଚାୟତ ବେଲଘର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗ୍ରାମବାସୀ ଶନିବାର ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ ତାଲା ପକାଇଛନ୍ତି। ପ୍ରଧାନଶିକ୍ଷକଙ୍କ ମନମୁଖି କାର୍ଯ୍ୟକଳାପ, ବିଦ୍ୟାଳୟରେ ପିଲମାନଙ୍କୁ ପାଠ ନ ପଢ଼ାଇବା, ବିଦ୍ୟାଳୟକୁ ଠିକ ଭାବେ ନ ଯିବା ଆଦିକୁ ବିରୋଧ କରି ଗ୍ରାମବାସୀ ଏପରି କରିଛନ୍ତି। ପୂର୍ବାହ୍ନ ୧୦ଟାରୁ ସନ୍ଧ୍ୟା ୬ଟା ଯାଏ ଗ୍ରାମବାସୀ ତାଲା ଖୋଲି ନ ଥିଲେ। ବ୍ଲକ ଶିକ୍ଷାଧିକାରୀ ଘଟଣାସ୍ଥଳର ପହଞ୍ଚତ୍ ସମସ୍ୟାର ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ସେମାନଙ୍କୁ ଛାଡ଼ିଥିଲେ ା
ଏହି ବିଦ୍ୟାଳୟରେ ପ୍ରଥମରୁ ୮ମ ପର୍ଯ୍ୟନ୍ତ ଶ୍ରେଣୀ ରହିଛି ା ପାଠ ପଢ଼ିବା ପାଇଁ ୨ଟି ଶ୍ରେଣୀ ଗୃହ ଅଛି ା ଅନେକ ସମୟରେ ପ୍ରଧାନଶିକ୍ଷକ ଦିଲୀପ କୁମାର ମଲ୍ଲିକ ଏବଂ ଅନ୍ୟ ଶିକ୍ଷୟିତ୍ରୀ ଶିକ୍ଷକମାନେ ବିଦ୍ୟାଳୟକୁ ଠିକ୍‌ ଭାବେ ଆସନ୍ତି ନାହିଁ ା ପିଲାମାନଙ୍କୁ ମଧ୍ୟ ଭଲ ଭାବରେ ପଢ଼ାନ୍ତି ନାହିଁ ା ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଥିଲା ା ଗ୍ରାମବାସୀ ପ୍ରଧାନଶିକ୍ଷଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ ଶିକ୍ଷକଙ୍କ ବଦଳୀ ଦାବି କରି ଆସୁଥିଲେ ା ହେଲେ ଶିକ୍ଷା ବିଭାଗ ଏହା ଉପରେ କର୍ଣ୍ଣପାତ କଲାନାହିଁ ା ଫଳରେ ବାଧ୍ୟ ହୋଇ ସ୍କୁଲରେ ତାଲା ପକାଇଲୁ ବୋଲି ଗ୍ରାମବାସୀ ତଥା ସରପଞ୍ଚ ଗୋବିନ୍ଦ ମାଝି ପ୍ରକାଶ କରିଛନ୍ତି ା ତୁମୁଡିବନ୍ଧ ବ୍ଲକ ଶିକ୍ଷାଧିକାରୀ ଜଗନ୍ନାଥ ସାହୁ ୫ଦିନ ମଧ୍ୟରେ ଶିକ୍ଷକ ମାନଙ୍କୁ ବଦଳି କରାଯାଇ ନୂତନ ଶିକ୍ଷକଙ୍କୁ ନିଯୁକ୍ତି ଦିଆଯିବ ବୋଲି ଗ୍ରାମବାସୀଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିର ବଢୁଛି ବଳ: ଦଳରେ ସାମିଲ ହେଲେ ଅନେକ କଂଗ୍ରେସ-ଭାଜପା କର୍ମୀ

ଦାରିଙ୍ଗବାଡି, ୧୮।୪ (ଅରୁଣ ସାହୁ): ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀରେ ବିଜେଡି ଦଳର ଦିନକୁ ଦିନ ବଳ ବୃଦ୍ଧି ହେବାରେ ଲାଗିଛି। ଗତ ସପ୍ତାହରେ ଦାରିଙ୍ଗବାଡିଠାରେ...

ନାହିଁ ମୌଳିକ ସୁବିଧା, ଭୋଟ ବର୍ଜନ କରିବେ ୬୦ ପରିବାର

ବାଲିଗୁଡା ,୧୮/୦୪:(ସଞ୍ଜୟ କୁମାର ପାଣିଗ୍ରାହୀ ): ନିର୍ବାଚନ ସମୟରେ ରାଜନୈତିକ ଦଳମାନେ ଲୋକଙ୍କ ନିକଟରେ କିଭଳି ମୌଳିକ ସୁବିଧା ହାତ ପାହନ୍ତାରେ ଉପଲବ୍ଧ ହେବ ସେଥି...

ଭବ୍ୟ ଶୋଭାଯାତ୍ରା, ଜୟ ଶ୍ରୀରାମ ଧ୍ୱନୀରେ ପ୍ରକମ୍ପିତ ହେଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡି, ୧୭।୪ (ଅରୁଣ ସାହୁ)- କନ୍ଧମାଳ ଜିଲା ଦାରିଙ୍ଗବାଡିରେ ବେଶ ଧୁମ୍‌ଧାମରେ ଶ୍ରୀରାମ ନବମୀ ପାଳନ କରାଯାଇଛି। ଏହି ଅବସରରେ ସାମୁହିକ ଭାବେ ହନୁମାନ ଚାଳିଶା...

ବାଲିଗୁଡା ବିଧାନସଭା ନିର୍ବାଚନ: କିଏ ମାରିବ ବାଜି, ତିନି ପ୍ରମୁଖ ଦଳର ପ୍ରାର୍ଥୀ ଘୋଷଣା ପରେ ରଣକୌଶଳ ଆରମ୍ଭ

ବାଲିଗୁଡା,୧୫।୪:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ତିନି ପ୍ରମୁଖ ଦଳ ନିଜ ନିଜର ପ୍ରାର୍ଥୀଙ୍କ ନାମ ଘୋଷଣା କରିସାରିଛନ୍ତି। କଂଗ୍ରେସ...

ସରିଲା ୧୩ ଦିନିଆ ଦଣ୍ଡଯାତ୍ରା

ବାଲିଗୁଡା,୧୩ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୧ ତାରିଖଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ...

ସୁରଦା, ପ୍ରତିଭା, କଳ୍ପନାଙ୍କୁ ନେଇ ତେଜୁଛି ରାଜନୀତି

ଫୁଲବାଣୀ, ୧୩ା୪(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ରାଜନୀତି ଦିନକୁ ଦିନ ଗରମ ହେବାରେ ଲାଗିଛି । ବାଲିଗୁଡା ନିର୍ବାଚନମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ସୁରଦା ପ୍ରଧାନ,...

ନିର୍ବାଚନ ପୂର୍ବରୁ ଝଟ୍‌କା: କଂଗ୍ରେସ, ଭାଜପା ଛାଡ଼ିଲେ ଶତାଧିକ କର୍ମୀ

ଦାରିଙ୍ଗବାଡି,୧୨।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ମିଶ୍ର କଲ୍ୟାଣ ମଣ୍ଡପଠାରେ ବିଜେଡିର କର୍ମୀ ସମ୍ମିଳନୀ ଏବଂ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏଥିରେ...

ଥମିଲା ଚର୍ଚ୍ଚା: ଚକ୍ରମଣୀଙ୍କୁ ଦୋହରାଇଲା ବିଜେଡି

ଫୁଲବାଣୀ, ୧୨ା୪(ରାକେଶ କୁମାର ରାଉତ):କନ୍ଧମାଳ ଜିଲା ବାଲିଗୁଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି କାହାକୁ ପ୍ରାର୍ଥୀ କରିବ ତାହାକୁ ନେଇ ଚର୍ଚ୍ଚା ଲାଗି ରହିଥିଲା। ଗୁରୁବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri