ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ : ତାଲା ପକାଇଲେ ଲୋକେ, ଉଦ୍ଧାର ପାଇଁ ଯାଇଥିବା ପୋଲିସ ହଟ ହଟା

ଭବାନୀପାଟଣା,୨।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅପରାହ୍ନରେ ହାଇଡ୍ରାମା ଦେଖିବାକୁ ମିଳିଛି। ସ୍ଥାନୀୟ ପ୍ରଧାନଶିକ୍ଷକ ଦୁଲେନ୍ଦ୍ର ମେହେର ସ୍କୁଲର କିଛି ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ଓ ବିଭିନ୍ନ ସମୟରେ ତାଙ୍କୁ ସ୍ପର୍ଶ କରୁଥିବା ଅଭିଯୋଗ ହୋଇଛି । ଯାହାକୁ ନେଇଁ ଜୁନାଗଡ଼ ବିଇଓଙ୍କ ଠାରେ ଅଭିଯୋଗ ହୋଇଥିଲା। ଏହାର ତଦନ୍ତ କରିବା ପାଇଁ ଅପରାହ୍ନରେ ଜୁନାଗଡ଼ ଶିକ୍ଷା ବିଭାଗର ବିଆରସିସି ସୁଶାନ୍ତ ଠାକୁର,ଏ ବିଇଓ କ୍ଷୀରୋଦ ଭୋଇ, ଶିକ୍ଷୟତ୍ରୀ ଚିନ୍ମୟୀ ପରିଡା ସ୍କୁଲକୁ ଯାଇଥିଲେ। ତେବେ ଏହି ସମୟରେ ଛାତ୍ରୀଙ୍କ ଅଭିଭାବକ ଓ ଗ୍ରାମବାସୀ ସ୍କୁଲ କୁ ଉତ୍ୟକ୍ତ ହୋଇ ଆସିବାରୁ ଭୟରେ ପ୍ରଧାନ ଶିକ୍ଷକ ମେହେର ସ୍କୁଲ ଭିତରକୁ ଯାଇ କବାଟ ବନ୍ଦ କରିଦେଇଥିଲେ। ସେହିପରି ଉପସ୍ଥିତ ଗ୍ରାମବାସୀ ମାନେ ମଧ୍ୟ ଆଗ ପଟରୁ ତାଲା ପକାଇ ଦେଇଥିଲେ। ପରେ ସେଠାରେ ପରିସ୍ଥିତି ଅଣାୟତ ହେବାରୁ ଜୁନାଗଡ଼ ବିଇଓ ତପନ ମାଝୀ ସ୍ଥାନୀୟ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଜୁନାଗଡ଼ ପୋଲିସ ଘଟଣା ସ୍ଥଳକୁ ପହଞ୍ଚିଥିଲା। ସ୍କୁଲର ଭିତରୁ ପ୍ରଧାନ ଶିକ୍ଷକ ମେହେରଙ୍କୁ ପୋଲିସ ଉଦ୍ଧାର କରି ଗାଡ଼ିରେ ବସାଇବାବେଳେ ସ୍ଥାନୀୟ ଲୋକେ ପୋଲିସ ଗାଡିକୁ ଛାଡି ନ ଥିଲେ। ଯାହାଫଳରେ ଦୀର୍ଘ ସମୟ ଧରି ସେଠାରେ ଚାପା ଉତ୍ତେଜନା ଦେଖିବାକୁ ମିଳିଥିଲା। ଏହାଯୋଗୁଁ ସ୍କୁଲ ଆଗରେ ଯାଇଥିବା ୨୬ ନଂ ଜାତୀୟ ରାଜପଥରେ ଯାନ ବାହାନ ଚଳାଚଳ ମଧ୍ୟ ବାଧାପ୍ରାପ୍ତ ହୋଇଥିଲା। ଏପରିକି ପ୍ରଧାନ ଶିକ୍ଷକ ମେହେରଙ୍କୁ ସ୍କୁଲ ବାହାରକୁ ଆଣିବା ପାଇଁ ପୋଲିସକୁ ନାକେଦମ ହେବାକୁ ପଡୁଥିଲା। ପ୍ରାୟ ଘଣ୍ଟାଏ ପରେ ପୋଲିସ ପ୍ରଧାନ ଶିକ୍ଷକଙ୍କୁ ଉଦ୍ଧାର କରି ଥାନାକୁ ଆଣିବାରେ ସକ୍ଷମ ହୋଇଥିଲା। ଏ ନେଇଁ ଜୁନାଗଡ଼ ବିଇଓ ତପନ ମାଝୀଙ୍କୁ ପଚାରିବାରୁ ପ୍ରଧାନ ଶିକ୍ଷକଙ୍କ ନାମରେ ଅଭିଯୋଗ ଆସିବା ପରେ ତଦନ୍ତ ପାଇଁ ୨ଏବିଇଓ ଜଣେ ଶିକ୍ଷୟତ୍ରୀଙ୍କୁ ପଠାଯାଇଥିଲା। ବୁଧବାର ପ୍ରଧାନଶିକ୍ଷକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି କହିଥିଲେ। ଅନ୍ୟପଟେ,ପ୍ରଧାନ ଶିକ୍ଷକ ମେହେରଙ୍କୁ ଘଟଣା ସମ୍ପର୍କରେ ପଚାରିବାରୁ ଏହି ଅଭିଯୋଗକୁ ଖଣ୍ଡନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ମହାମୁକାବିଲା ପୂର୍ବରୁ ଭାରତକୁ ଖୋଲା ଚ୍ୟାଲେଞ୍ଜ୍‌ ଦେଲେ ପାକିସ୍ତାନ ଅଧିନାୟକ

କଲମ୍ବୋ,୧୪।୨:ଭାରତ-ପାକିସ୍ତାନ ମହାମୁକାବିଲା ପୂର୍ବରୁ ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଗା ଟିମ୍‌ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ଟି୨୦ ବିଶ୍ୱକପରେ ସମସ୍ତେ ଏହି ମ୍ୟାଚକୁ ଉତ୍ସାହର ସହିତ ଅପେକ୍ଷା…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ…

ବିଜେଡି କାହାକୁ କରିବ ରାଜ୍ୟ ସଭା ପ୍ରାର୍ଥୀ: ଏମିତି କିଛି କହିଲେ ଅଶୋକ ପଣ୍ଡା

ଭୁବନେଶ୍ୱର,୧୪।୨: ବିଜେଡିର ରାଜ୍ୟ ସଭା ପ୍ରାର୍ଥିତ୍ୱକୁ ନେଇ ମତ ରଖିଲେ ଅଶୋକ ପଣ୍ଡା। ସେ କହିଛନ୍ତି, ସାଙ୍ଗଠନିକ ଦକ୍ଷତା, ଅଭିଜ୍ଞତା, ଦଳ ପ୍ରତି ଆନୁଗତ୍ୟ ଓ ଅବଦାନ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି।…

ଦାଦା ବଟି ପାଇଁ ଗୋଷ୍ଠୀ ସଂଘର୍ଷ : ମାରଣାସ୍ତ୍ରରେ ଯୁବକଙ୍କୁ ହାଣିଦେଲେ…

ବାଲେଶ୍ୱର,୧୪।୨( ବାଞ୍ଛାନିଧି ଦେ ) : ଦାଦା ବଟି ପାଇଁ ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଗୁଜୁରୀ ବଜାର ଛକଠାରେ ଶନିବାର ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri