ଅଧରାତିରେ ପ୍ରଧାନ ଶିକ୍ଷୟିତ୍ରୀ-ରାତ୍ର ଜଗୁଆଳିଙ୍କୁ ହାଣିଲେ ଦୁର୍ବୃତ୍ତ:କ୍ଲିନିକ୍‌ ଯାଉଥିବାବେଳେ…

ବାରିପଦା,୨୧।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ କଳମା ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ବୁତ୍ତଙ୍କ ମରଣାନ୍ତ୍ରକ ଆକ୍ରମଣରେ ଜଣେ ମୃତ୍ୟୁବରଣ କରିଥିବାବେଳେ ଜଣେ ମହିଳା ଗୁରୁତର ହୋଇଛନ୍ତି। ମୃତକ ଜଣକ ହେଲେ ବୈଶିଙ୍ଗା ଥାନା ଧନାପାଳ ଅଞ୍ଚଳର ସନ୍ୟାସୀ ଦାସ(୫୦)। ଗୁରୁତର ମହିଳା ହେଲେ କଳମାର ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ରାଉତ (୬୦)।

ସୂଚନା ଅନୁସାରେ, ରାତ୍ରଜଗୁଆଳି ସନ୍ୟାସୀଙ୍କ ଶରୀର ଅସୁସ୍ଥ ହେବାରୁ ସେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସହ ବାଇକ୍‌ରେ କଳମାରେ ଥିବା ଶିକ୍ଷା କେନ୍ଦ୍ର ମାଲିକ ବା ଡାକ୍ତର ବିଜୟ ରାଉତଙ୍କ କ୍ଲିନିକକୁ ଯାଉଥିଲେ। ମାତ୍ର ସ୍କୁଲ୍‌ରୁ ମାତ୍ର କିଛି ଦୂର ଏନଏଚ ୧୮ପହଞ୍ଚିବା ପୂର୍ବରୁ କେହି ଦୁର୍ବୁତ୍ତ ସେମାନଙ୍କୁ ଅତର୍କିତ ଆକ୍ରମଣ କରିଥିଲେ। ଏଥିରେ ୫୦ ବର୍ଷୀୟ ରାତ୍ରଜଗୁଆଳି ସନ୍ୟାସୀଙ୍କର ମୃତ୍ୟୁ ଘଟିଥିବାବେଳେ ପ୍ରଧାନ ଶିକ୍ଷୟିତ୍ରୀ କାଦମ୍ବିନୀ ରାଉତ ରକ୍ତ ଜଡୁବୁଡୁ ଅବସ୍ଥାରେ ରାସ୍ତାରେ ପଡ଼ିଥିଲେ। ଖବର ପାଇ ବିଦ୍ୟାଳୟର ମାଲିକ ଉଦ୍ଧାର କରି ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ମରଣାନ୍ତ୍ରକ ଆକ୍ରମଣ ଘଟଣାରେ ବିଦ୍ୟାଳୟ ମାଲିକ ବିଜୟ ରାଉତଙ୍କ ଅଭିଯୋଗ କ୍ରମେ ବାଲେଶ୍ବର ଓ ବୈଶିଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି। ତେବେ ଏହି ବର୍ବର ଆକ୍ରମଣ ପଛର କାରଣ ଏବେ ବି ଅସ୍ପଷ୍ଟ ରହିଛି । ଗୁରୁତର ମହିଳା ଜଣକ ଅବସ୍ଥ ସଙ୍କଟାପନ୍ନ ଥିବାରୁ ତାଙ୍କୁ କଟକ ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା-ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ଶୁଭାରମ୍ଭ, ବିଧାୟକ ଯୋଗଦେଇ…

ଗଞ୍ଜାମ, ୧୧।୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପରିସରରେ ସମନ୍ୱିତ ଶିଶୁ ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ତିନିଦିନିଆ ଲକ୍ଷପତି ଦିଦି କର୍ମଶାଳା ଏବଂ ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା ମଙ୍ଗଳବାର…

ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଘଟିଥିଲା ସବର୍ଣ୍ଣ-ଅସବର୍ଣ୍ଣ ସଂଘର୍ଷ: ବର୍ଷେ ପରେ ୩ ଅଭିଯୁକ୍ତ ଗଲେ ଜେଲ 

ଦିଗପହଣ୍ଡି, ୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟଲକ୍ଷ୍ମୀନାରାୟଣପୁର ଗ୍ରାମରେ ଗତ ବର୍ଷ ଘଟିଥିବା ସବର୍ଣ୍ଣ-ଅସବର୍ଣ୍ଣ ଗୋଷ୍ଠୀ ସଂଘର୍ଷ ଏବଂ ହତ୍ୟା ଉଦ୍ୟମ ମାମଲାରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

ଭିଟାମାଟିରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ରେଡକ୍ରସରୁ ସହାୟତା, ଗୃହହୀନ ପରିବାରକୁ ଥଇଥାନ ଦାବି

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ତାମିଲନାଡ଼ୁରେ ଟ୍ରେନରୁ ଖସି ମୃତ୍ୟୁବରଣ କରିଥିବା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମର ଦାଦନ ଶ୍ରମିକ ଟୁନା ବେହେରାଙ୍କ ମୃତଦେହ ମଙ୍ଗଳବାର…

ପ୍ରଶାସନିକ ଅବହେଳାର ପ୍ରତିବାଦ: ବର୍ଷାଜଳ ନିଷ୍କାସନ ନ ହେବାରୁ ଅନେକ ଗ୍ରାମର ଚାଷ ଜମି ଜଳମଗ୍ନ, ଆନ୍ଦୋଳନ ଚେତାବନୀ

ହାଟଡିହୀ/ଛେନାପଦୀ,୧୧।୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବଡରମ୍ପାସ କେନାଲରେ ଅବ୍ୟବସ୍ଥା ଯୋଗୁ ବର୍ଷାଜଳ ନିଷ୍କାସନ ହୋଇପାରୁ ନାହିଁ, ଯାହାଫଳରେ ଚାଷ କାର୍ଯ୍ୟରେ ଗୁରୁତର…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ନିଖୋଜ ହୋଇଥିଲେ ୧୬ ବର୍ଷିୟା ନାବାଳିକା: ପାରଳାଖେମୁଣ୍ଡିରୁ ମହିଳାଙ୍କୁ ଗିରଫ କଲା ପଶ୍ଚିମବଙ୍ଗ ପୋଲିସ

ପାରଳାଖେମୁଣ୍ଡି,୧୧।୮(ଗିରିଧାରୀ ପରିଛା): ନାବାଳିକା ଅପହରଣ ମାମଲାରେ ଗଜପତି ଜିଲା ପାରଳାଖେମୁଣ୍ଡି ସହରର ବିଶ୍ୱନାଥ ନଗରରେ ଏକ ଭଡ଼ା ଘରେ ରହୁଥିବା ଝୁନି ଜେନା ନାମକ ଜଣେ ମହିଳାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri