ଅବିଭାବକଙ୍କୁ ପିଟିଲେ ପ୍ରଧାନ ଶିକ୍ଷୟିତ୍ରୀ: ରାଗିଗଲେ ଲେକେ ପରେ…

ବାଲେଶ୍ୱର ,୩୦।୭(ବାଞ୍ଛାନିଧି ଦେ): ପିଟିଏ ମିଟିଂ ଚାଲିଥିବା ବେଳେ ଜଣେ ମହିଳା ଅଭିଭାବକଙ୍କୁ ମାଡ ମାରି ହଟହଟା ହୋଇଛନ୍ତି ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ। ଏଭଳି ଘଟଣା ଘଟିଛି ବାଲେଶ୍ୱର ସଦର ବ୍ଲକ ଶ୍ରୀରାମପୁର ପଞ୍ଚାୟତ ଉଇଟିକିରିସ୍ଥିତ ହରେକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟରେ। ବୁଧବାର ବିଦ୍ୟାଳୟରେ ପିଟିଏ ମିଟିଂ ଆହ୍ବାନ କରାଯାଇଥିଲା। ପୂର୍ବ ନିର୍ଦ୍ଧାରିତ ସମୟ ମୁତାବକ ଅଭିଭାବକମାନେ ମଧ୍ୟ ବିଦ୍ୟାଳୟର ପହଞ୍ଚିଥିଲେ। ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ଦାସଙ୍କ ଉପସ୍ଥିତିରେ ବିଦ୍ୟାଳୟର ବିଭିନ୍ନ ସମସ୍ୟା ଉପରେ ଆଲୋଚନା ଆରମ୍ଭ ହୋଇଥିଲା। ପାନୀୟଜଳ ଓ ଶୌଚାଳୟକୁ ନେଇ କିଛି ଅଭିଭାବକ ଅସନ୍ତୋଷ ବ୍ୟକ୍ତ କରିଥିଲେ। ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ବିଦ୍ୟାଳୟର ପାଠ ପଢୁଥିବା ୨୧୧ ଜଣ ଛାତ୍ରଛତ୍ରୀଙ୍କୁ ଟାଙ୍କିରେ ଥିବା ଅପରିଷ୍କାର ପାଣି ପିଇବାକୁ ପଡୁଛି। ସେହିପରି ଶୌଚାଳୟ ଥିଲେବି ଏହା ବ୍ୟବହାର ଉପଯୋଗୀ ହୋଇ ନ ଥିବାରୁ ଏଠାରେ ପଢୁଥିବା ୧୦୨ ଜଣ ଛାତ୍ରୀ ପ୍ରତିଦିନ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏହି ସମୟରେ ଅପରିଷ୍କାର ହୋଇ ପଡ଼ିଥିବା ଶୌଚାଳୟକୁ ଦେଖେଇବା ପାଇଁ ଅବିଭାବକ ଅଞ୍ଜଳୀ ଧଳ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ଡାକିବାରୁ ସେ ଉକ୍ତ ମହିଳାଙ୍କୁ ମାଡ ମାରିଥିଲେ । ଫଳରେ ସେଠାରେ ଉପସ୍ଥିତ ଥିବା ଅଭିଭାବକ ମାନେ ଉତକ୍ଷିପ୍ତ ହୋଇ ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନା ଦାସଙ୍କୁ ବିଦ୍ୟାଳୟରେ ତାଲା ମାରିଦେବା ସହିତ ତାଙ୍କର ବଦଳି ଦାବି କରିଥିଲେ। ଯାହା ଫଳରେ ସେଠାରେ ପ୍ରବଳ ଉତ୍ତେଜନା ଦେଖାଦେଇଥିଲା। ଘଟଣାସ୍ଥଳରେ ବସ୍ତା ଥାନା ପୋଲିସ ପହଞ୍ଚି ବୁଝାଶୁୁଝା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ଖରିଫ ଧାନ ସଂଗ୍ରହ: ଦିଗପହଣ୍ଡିରେ ପ୍ରସ୍ତୁତି ବୈଠକ 

ଦିଗପହଣ୍ଡି,୧୬|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ କାର୍ଯ୍ୟାଳୟ ସଭାଗୃହ ପରିସରରେ  ଚାଷୀଙ୍କ ଅମଳ ଧାନ ସଂଗ୍ରହ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ମଙ୍ଗଳବାର...

ବେଆଇନ ଭାବେ କରୁଥିଲେ ଧାନ ଚୋରା ଚାଲାଣ, ମାଡ଼ି ବସିଲା ରିଷିଡ଼ା ପୋଲିସ

ରିଷିଡା,୧୬।୧୨(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅବୁଜବାହାଲ ଗ୍ରାମର ଜନୈକ ବ୍ୟବସାୟୀ ନିଜ ପିକଅପ୍‌ ୪୦୭ ଗାଡ଼ିରେ ବେଆଇନ ଭାବେ ଧାନ ନେଉଥିବା ବେଳେ ରିଷିଡ଼ା ପୋଲିସ...

ଏପଟେ ଚାଲିଥିଲା IPL ନିଲାମ; ସେପଟେ ପ୍ରଥମ ଭାରତୀୟ ଭାବେ ଦ୍ୱିଶତକ ମାରିଲେ ୧୭ ବର୍ଷୀୟ ବ୍ୟାଟର

ନୂଆଦିଲ୍ଲୀ,୧୬।୧୨: ଭାରତୀୟ କ୍ରିକେଟ୍ ଇତିହାସରେ ଏକ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ୧୭ ବର୍ଷୀୟ ବାମହାତୀ ବ୍ୟାଟ୍ସମ୍ୟାନ୍ ଅଭିଜ୍ଞାନ କୁଣ୍ଡୁ। ସେ ଏସିଆ କପ୍ ୨୦୨୫ ରେ...

ଦିଗପହଣ୍ଡିରେ ଜନବସତିକୁ ମାଡ଼ି ଆସୁଛନ୍ତି ହାତୀପଲ,ରାତିରେ ପଡିଯାଉଛି ତାଟି କବାଟ; ଫସଲ…

ଦିଗପହଣ୍ଡି,୧୬ା୧୨(ଅଶେଷ ନାଥ ମିଶ୍ର): ସାନଖେମୁଣ୍ଡି ବ୍ଲକ ନୂଆଗଡ, ପଳାସପୁର, ଲୁଣିନାଠୀ, ଇନ୍ଦିରା ଆବାସ କଲୋନୀ ଆଦି ଗ୍ରାମଗୁଡିକରେ ଗତ କିଛିଦିନ ହେଲା ହାତୀ ଉପଦ୍ରବ ଯୋଗୁ...

ଗୁଜରାଟରେ ‘ରୋଲିଂ ପେପର’ ଉପରେ କଟକଣା: ନିଶା ସେବନ ରୋକିବା ପାଇଁ ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୬।୧୨: ଯୁବପିଢ଼ିଙ୍କ ମଧ୍ୟରେ ବଢୁଥିବା ନିଶା ସେବନକୁ ରୋକିବା ଉଦ୍ଦେଶ୍ୟରେ ଗୁଜରାଟ ସରକାର ମଙ୍ଗଳବାର ରାଜ୍ୟରେ ‘ରୋଲିଂ ପେପର’, ‘ସ୍ମୋକିଂ କୋନ୍’, ପ୍ୟାକେଜ୍ଡ ରୋଲିଂ କିଟ୍...

୬ ବଲ୍‌ରେ ମାରିଥିଲେ ୬ ଛକା, ଏବେ ୧୦ ଗୁଣା ଅଧିକ ଟଙ୍କା ଦେଇ କିଣିଲା KKR, ମିଳିଲା ଏତିକି…

ଅବୁଧାବୀ,୧୬।୧୨: ଆଇପିଏଲ୍‌ ୨୦୨୬ର ମିନି ନୀଲାମୀରେ ଭାରତୀୟ ଯୁବ ଖେଳାଳିମାନଙ୍କ ଉପରେ ଟଙ୍କା ବର୍ଷା ହୋଇଛି। ଏଥର ଅନେକ ଯୁବ ଖେଳାଳି ଉପରେ ଫ୍ରାଞ୍ଚାଇଜିଗୁଡ଼ିକ ବଡ଼...

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ

କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...

ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri