ଢେଙ୍କାନାଳରେ ଚାଞ୍ଚଲ୍ୟ: ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ମାରି ଫିଙ୍ଗିଦେଲେ

କାମାକ୍ଷାନଗର,୨୦।୨: ଢେଙ୍କାନାଳ ଜିଲା ତୁମୁସିଙ୍ଗା ଥାନା ଗୁନେଇବିଲି ଗାଁରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ୟାରେଜ ଘରୁ ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଠାବ ହୋଇଛି। ହେଲେ ପରିବାର ଲୋକେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତ୍ୟୁକୁ ସହଜରେ ଗ୍ରହଣ କରୁ ନ ଥିବା ବେଳେ ଯୋଜନାମୁତାବକ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

ଅଭିଯୋଗକୁ ଭତ୍ତି କରି ପୋଲିସ ଏବଂ ଓ ସାଇଣ୍ଟିଫିକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି।

Share