ଶିକ୍ଷକତା ଜୀବନରୁ ଅବସରନେଲେ ପ୍ରଧାନଶିକ୍ଷୟିତ୍ରୀ: ଛଳଛଳ ଆଖି, କାଲି ଘଣ୍ଟାରେ ୭ଟା ବାଜିବ ସତ ହେଲେ ସେ ଆଉ….

କର୍ଲାମୁଣ୍ଡା,୩୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ପଞ୍ଚାୟତର ବିନ୍ଧାଣୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ନଳିନୀ ସାହୁ ସୋମବାର ଶିକ୍ଷକତା ଜୀବନରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ପରିଚାଳନା ସମିତି ସଭାପତି ଗିରିଧାରୀ ଭୋଇଙ୍କ ଅଧ୍ୟକ୍ଷତାରେ ଏକ ବିଦାୟୀ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରୋହିତ ରଣା ମୁଖ୍ୟଅତିଥି, ତେରେସିଂହା ହାଇସ୍କୁଲ ପ୍ରଧାନ ଶିକ୍ଷକ ଗରୁଡଧ୍ୱଜ ଗହୀର ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ବିଇଓ ବିଜୟ ପୁରୋହିତ, ଅବସରପ୍ରାପ୍ତ ଏବିଇଓ ହୃଷିକେଶ ସାହୁ, କର୍ଲାମୁଣ୍ଡା ଏବିଇଓ ଗୋପମଣି ସାହୁ, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଅନ୍ତର୍ଯ୍ୟାମୀ ମଲ୍ଲିକ, ଅବସରପ୍ରାପ୍ତ ଶିକ୍ଷକ ଅନ୍ତର୍ଯ୍ୟାମୀ ସାହୁ, ମୁରଲୀଧର ରଣା, ଲୋକନାଥ ଗହୀର, ଡମ୍ବରୁଧର ହରପାଲ ତଥା ସରପଞ୍ଚ ପ୍ରମୋଦ ସୁନା ଯୋଗଦେଇ ଶ୍ରମତୀ ସାହୁଙ୍କ ଆଦର୍ଶ ଶିକ୍ଷାଦାନ, ଛାତ୍ରଛାତ୍ରୀଙ୍କ ପ୍ରତି ଆଦର, ନିଷ୍ଠାବାନ ଓ ସମୟାନୁବର୍ତ୍ତିତାକୁ ଭୂୟସୀ ପ୍ରଶଂସା କରିଥିଲେ। ରେଙ୍ଗାଲି ସିଆରସିସି ଉଜ୍ଜ୍ୱଳ କୁମାର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ସହକାରୀ ଶିକ୍ଷକ ଟିକେଶ୍ୱର ଗହୀର ଧନ୍ୟବାଦ ଅର୍ପଣ କରିଥିଲେ। ପରିଚାଳନା ସମିତର ସମସ୍ତ ସଭ୍ୟ, ସଭ୍ୟା ସହଯୋଗ କରିଥିଲେ। ଏହି ଅବସରରେ ପ୍ରଧାନଶିକ୍ଷୟିତ୍ରୀ ନଳିନୀ ଭାବବିହ୍ବୋଳ ହୋଇପଡ଼ିଥଇଲେ। ତାଙ୍କ ଦୁଇ ଆଖି ଛଳଛଳ ହୋଇଯାଇଥିଲା। ସକାଳୁ ସ୍କୁଲ। କାଲି ଘଣ୍ଟାରେ ୭ଟା ବାଜିବ ସତ ହେଲେ ସେ ଆଉ ସ୍କୁଲ ଆସିବା ପାଇଁ ତରତର ହୋଇ ବାହାରିବେନି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…

ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି…

୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ, ଦାଦନ ଶ୍ରମିକ ଭାବେ…

ତୁମୁଡିବନ୍ଧ,୨୯ା୧(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଝିରିପାଣି ପଞ୍ଚାୟତର ସଭା ଗୃହରେ ୧୨୭ବାଟାଲିଆନ ସିଆରପିଏଫର ସିଭିକ୍ସ ଆକ୍ସନ ପ୍ରୋଗ୍ରାମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି ।…

ପୁରୀରୁ ଫେରୁଥିବାବେଳେ କାର୍‌ ଦୁର୍ଘଟଣାଗ୍ରସ୍ତ: ଭିତରେ ଥିଲେ ଭଞ୍ଜନଗର ରୋଟାରୀ କ୍ଲବ ସମ୍ପାଦକଙ୍କ ସହ…

ଭଞ୍ଜନଗର,୨୯।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଗନ୍ନାଥପ୍ରସାଦ ମୁଖ୍ୟ ରାସ୍ତା ବିଡ଼ିପୁର ନିକଟରେ ଗୁରୁବାର ଅପରାହ୍ନରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଭଞ୍ଜନଗର ରୋଟାରୀ କ୍ଲବ…

ମଲ୍ଲୀ ଜେନା ହତ୍ୟାକାଣ୍ଡ ମାମଲା: ୮ ଦୋଷୀଙ୍କୁ ୧୦ ବର୍ଷ ଲେଖାଏ କାରାଦଣ୍ଡାଦେଶ

ବଞ୍ଚୋ,୨୯ା୧(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଅନ୍ତର୍ଗତ ରାମଚନ୍ଦ୍ରପୁର ଥାନା ଅଞ୍ଚଳର ଶାଳଦେଇ ଗ୍ରାମର ବହୁଚର୍ଚ୍ଚିତ ମଲ୍ଲୀ ଜେନା ହତ୍ୟାକାଣ୍ଡ ଘଟଣାରେ…

ଦୁର୍ଗମ ବନାଞ୍ଚଳରେ ଅଫିମ ଚାଷ, ମୂଳୋତ୍ପାଟନ କଲା କେନ୍ଦୁଝର ପୋଲିସ

ଯୋଡ଼ା,୨୯ା୧(ମାନସ ମହାନ୍ତି): ଅଫିମ ଚାଷ ନଷ୍ଟ କଲା ପୋଲିସ । କେନ୍ଦୁଝର ଜିଲାର ବଡବିଲ ଥାନା ତଥା ଯୋଡା ବ୍ଲକ ଅନ୍ତର୍ଗତ ରୋଇଡା ଗ୍ରାମ ପଞ୍ଚାୟତର ମାଙ୍କଡ…

ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ, ଜାଣନ୍ତୁ କେବେଠୁ..

ବାରିପଦା,୨୯ା୧: ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶିମିଳିପାଳ ଆସିବାକୁ ଥିବାରୁ ଏହା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। ତେବେ ଆସନ୍ତା…

ପାରିବାରିକ କଳହ ନେଲା ଜୀବନ, ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳା ମୃତ

ଗୁଣୁପୁର,୨୯ା୧(ସଂକେତ ପାତ୍ର/ସୁଜାତା ପାଢ଼ୀ ): ଭିଣୋଇଙ୍କ ଠେଙ୍ଗା ମାଡ଼ରେ ଶଳାଙ୍କ ମୃତ୍ୟୁ। ଏହି ଅଭାବନୀୟ ଘଟଣାଟି ଘଟିଛି ରାୟଗଡା ଜିଲା ଗୁଣପୁର ମେଡିକାଲ କଲୋନୀରେ। ଭିଣୋଇ ଏବଂ…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri