ଶିକ୍ଷକତା ଜୀବନରୁ ଅବସରନେଲେ ପ୍ରଧାନଶିକ୍ଷୟିତ୍ରୀ: ଛଳଛଳ ଆଖି, କାଲି ଘଣ୍ଟାରେ ୭ଟା ବାଜିବ ସତ ହେଲେ ସେ ଆଉ….

କର୍ଲାମୁଣ୍ଡା,୩୧।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ପଞ୍ଚାୟତର ବିନ୍ଧାଣୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷୟିତ୍ରୀ ନଳିନୀ ସାହୁ ସୋମବାର ଶିକ୍ଷକତା ଜୀବନରୁ ଅବସର ଗ୍ରହଣ କରିଛନ୍ତି। ଏହି ଅବସରରେ ବିଦ୍ୟାଳୟ ପରିସରରେ ପରିଚାଳନା ସମିତି ସଭାପତି ଗିରିଧାରୀ ଭୋଇଙ୍କ ଅଧ୍ୟକ୍ଷତାରେ ଏକ ବିଦାୟୀ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଏଥିରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ରୋହିତ ରଣା ମୁଖ୍ୟଅତିଥି, ତେରେସିଂହା ହାଇସ୍କୁଲ ପ୍ରଧାନ ଶିକ୍ଷକ ଗରୁଡଧ୍ୱଜ ଗହୀର ମୁଖ୍ୟବକ୍ତା ଭାବେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଅବସରପ୍ରାପ୍ତ ବିଇଓ ବିଜୟ ପୁରୋହିତ, ଅବସରପ୍ରାପ୍ତ ଏବିଇଓ ହୃଷିକେଶ ସାହୁ, କର୍ଲାମୁଣ୍ଡା ଏବିଇଓ ଗୋପମଣି ସାହୁ, ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ ସଭାପତି ଅନ୍ତର୍ଯ୍ୟାମୀ ମଲ୍ଲିକ, ଅବସରପ୍ରାପ୍ତ ଶିକ୍ଷକ ଅନ୍ତର୍ଯ୍ୟାମୀ ସାହୁ, ମୁରଲୀଧର ରଣା, ଲୋକନାଥ ଗହୀର, ଡମ୍ବରୁଧର ହରପାଲ ତଥା ସରପଞ୍ଚ ପ୍ରମୋଦ ସୁନା ଯୋଗଦେଇ ଶ୍ରମତୀ ସାହୁଙ୍କ ଆଦର୍ଶ ଶିକ୍ଷାଦାନ, ଛାତ୍ରଛାତ୍ରୀଙ୍କ ପ୍ରତି ଆଦର, ନିଷ୍ଠାବାନ ଓ ସମୟାନୁବର୍ତ୍ତିତାକୁ ଭୂୟସୀ ପ୍ରଶଂସା କରିଥିଲେ। ରେଙ୍ଗାଲି ସିଆରସିସି ଉଜ୍ଜ୍ୱଳ କୁମାର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ସହକାରୀ ଶିକ୍ଷକ ଟିକେଶ୍ୱର ଗହୀର ଧନ୍ୟବାଦ ଅର୍ପଣ କରିଥିଲେ। ପରିଚାଳନା ସମିତର ସମସ୍ତ ସଭ୍ୟ, ସଭ୍ୟା ସହଯୋଗ କରିଥିଲେ। ଏହି ଅବସରରେ ପ୍ରଧାନଶିକ୍ଷୟିତ୍ରୀ ନଳିନୀ ଭାବବିହ୍ବୋଳ ହୋଇପଡ଼ିଥଇଲେ। ତାଙ୍କ ଦୁଇ ଆଖି ଛଳଛଳ ହୋଇଯାଇଥିଲା। ସକାଳୁ ସ୍କୁଲ। କାଲି ଘଣ୍ଟାରେ ୭ଟା ବାଜିବ ସତ ହେଲେ ସେ ଆଉ ସ୍କୁଲ ଆସିବା ପାଇଁ ତରତର ହୋଇ ବାହାରିବେନି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

ମୃତଦେହ ନେଇ ଶ୍ମଶାନ ଯାଉଥିବା ବେଳେ ବଡ଼ ଅଘଟଣ: ଟ୍ରକ୍ ଧକ୍କା ଦେଇ ଘୋଷାଡ଼ି ନେଲା, ୫ ଗୁରୁତରଙ୍କୁ ବିଧାୟକ ନିଜ ଗାଡ଼ିରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି – ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ପୋଡ଼ାମାରି ନିକଟସ୍ଥ ରାଜନାପଲ୍ଲୀ ଗ୍ରାମ ମୁଖ୍ୟରାସ୍ତାରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ଟାରେ…

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?