ରାଜଧାନୀରେ ବଢ଼ୁଛି ଆରୋଗ୍ୟ ହାର

ଭୁବନେଶ୍ୱର,୧୫।୯ (ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ହ୍ରାସ ପାଉଥିବାବେଳେ ସୁସ୍ଥ ସଂଖ୍ୟା ବଢିବାରେ ଲାଗିଛି। ଗତ ୩ଦିନ ହେବ କ୍ରମାଗତ ଭାବେ ପଜିଟିଭ୍‌ ହାର କମୁଥିବା ଓ ସୁସ୍ଥ ହାର ବୃଦ୍ଧି ପାଉଥିବା ଦେଖିବାକୁ ମିିଳିଛି। ଗତ ୩ ଦିନରେ ମୋଟ୍‌ ୧୨୨୬ ପଜିଟିଭ୍‌ ଚିହ୍ନଟ ହୋଇଥିବାବେଳେ ୧୭୧୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି, ଯାହାକି ଭୁବନେଶ୍ୱରବାସୀଙ୍କ ପାଇଁ ସାମାନ୍ୟ ଆଶ୍ୱସ୍ତି ଆଣିଛି। ପୂର୍ବାପେକ୍ଷା ଅଧିକ ଟେଷ୍ଟ ଓ ଥର୍ମାଲ ସ୍କ୍ରିିନିଂ ଫଳରେ ଏହା ସମ୍ଭବ ହୋଇପାରିଛି ବୋଲି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟାରେ ଭୁବନେଶ୍ୱରର ବିଭିନ୍ନ ଅଞ୍ଚଳରୁ ମୋଟ୍‌ ୩୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୧୧୩ ଜଣ ସଙ୍ଗରୋଧରୁ ଚିହ୍ନଟ ହୋଇଥିବାବେଳେ ୨୩୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସଙ୍ଗରୋଧରୁ ଚିହ୍ନଟ ସମସ୍ତ ଆକ୍ରାନ୍ତ ପୂର୍ବର ଚିହ୍ନଟ ପଜିଟିଭଙ୍କ ସଂସ୍ପର୍ଶରେ ଆସିଛନ୍ତି। ପଟିଆ ଓ ଶୈଳଶ୍ରୀ ବିହାରରୁ ୫ ଜଣ ଲେଖାଏ, ରସୁଲଗଡ଼ ଓ ଝାରପଡ଼ାରୁ ୪ ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଝାରପଡ଼ାରୁ ୧୦, ବରମୁଣ୍ଡା ଓ ପଳାସପଲ୍ଲୀରୁ ୬, ସୌଭାଗ୍ୟ ନଗରରୁ ୫, ବମିଖାଲ, ଚକେଇସିିଆଣି, ଝାରପଡ଼ା, ନୟାପଲ୍ଲୀ, ଶୈଳଶ୍ରୀ ବିହାର, ଶାସ୍ତ୍ରୀନଗର, ଗଙ୍ଗନଗର, ଅଶୋକ ନଗର, ଭିଏସ୍‌ଏସ୍‌ ନଗର, ଖଣ୍ଡଗିରି, କପିଳପ୍ରସାଦ ଏବଂ ପୁରୁଣା ଭୁବନେଶ୍ୱରରୁ ୪ ଜଣ ଲେଖାଏ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୩୫୧ ଜଣ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ପଜିଟିଭ ସଂଖ୍ୟା ୧୬୫୯୧କୁ ବୃଦ୍ଧି ପାଇଛି। ବିଏମ୍‌ସି ଅଞ୍ଚଳରେ ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୪୬୧୩ ଥିବାବେଳେ ସୋମବାର ୪୭୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏଥିସହ ସୋମବାର ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ସୁସ୍ଥ ସଂଖ୍ୟା ୧୧୯୦୧କୁ ବୃଦ୍ଧି ପାଇଥିବାବେଳେ ମୃତ୍ୟୁ ସଂଖ୍ୟା ୬୪ ଛୁଇଁଛି ବୋଲି ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କ ଘରୁ ଚୋରି କରି ଧରାପଡ଼ିଲେ

ଖଡ଼ିଆଳ,୧୮।୨: ନୂଆପଡ଼ା ଜିଲା ୧୧ ନମ୍ବର ୱାର୍ଡ ପୁଟୁପଡ଼ାରେ ରହୁଥିବା ଜଣେ ବ୍ୟବସାୟୀଙ୍କ ଘରୁ ବଡ଼ଧରଣର ଚୋରି ହୋଇଥିଲା। ପୋଲିସ ବୁଧବାର ଉକ୍ତ ଘଟଣାର ପର୍ଦ୍ଦାଫାଶ କରିଛି।…

ବୋଲଗଡ଼ ବିଡିଓଙ୍କୁ ହଟାଇବା ଦାବିରେ ତାତିଲେ ଆନ୍ଦୋଳନକାରୀ; ପୋଲିସ ସହ ଠେଲାପେଲା, କାର୍‌ ଭାଙ୍ଗିଲେ…

ଖୋର୍ଦ୍ଧା,୧୮।୨(ପ୍ରଭାତ ପାଣିଗ୍ରାହୀ): ଉଗ୍ରରୂପ ନେଲା ବ୍ଲକ ସମୁଖ ଆନ୍ଦୋଳନ । ବୋଲଗଡ଼ ବ୍ଲକ ପରିସରରେ ବିଡିଓ ବିବାଦକୁ ନେଇ ଉତ୍ତେଜନା ଦେଖାଯାଉଥିବା ବେଳେ ବିଡିଓଙ୍କ ଗାଡି ଭଙ୍ଗାରୁଜା…

ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇଲେ ସଫେଇ କର୍ମଚାରୀ

ଯାଜପୁରରୋଡ଼,୧୮।୨(ପବିତ୍ର ରଞ୍ଜନ ମହାନ୍ତି): ବ୍ୟାସନଗର ପୌର ପରିଷଦ କାର୍ଯ୍ୟାଳୟ ଗେଟରେ ତାଲା ପକାଇ ବୁଧବାର ସଫେଇ କର୍ମଚାରୀମାନେ ଆନ୍ଦୋଳନ କରିଛନ୍ତି। କର୍ମଚାରୀଙ୍କ ଅଭିଯୋଗ ମୁତାବକ ସେମାନେ ୩…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ହୋଲି ପୂର୍ବରୁ ବଢ଼ିପାରେ DA!

ନୂଆଦିଲ୍ଲୀ,୧୮।୨: ଚଳିତ ବର୍ଷର ହୋଲି କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ସ୍ୱତନ୍ତ୍ର ହୋଇପାରେ। ହୋଲି ଉତ୍ସବ ପୂର୍ବରୁ ସରକାର ମହଙ୍ଗା ଭତ୍ତା (DA)…

୧୭ ଜଣଙ୍କୁ ପଛରେ ପକାଇ ଉପରକୁ ଉଠିଲେ ଇଶାନ କିଷାନ

ନୂଆଦିଲ୍ଲୀ,୧୮।୨: ICC ଟି-୨୦ ରାଙ୍କିଙ୍ଗ ପ୍ରକାଶ ପାଇଛି। ଏଥିରେ ପ୍ରଭାବଶାଳୀ ପ୍ରଦର୍ଶନ କରିଥିବା ଇଶାନ କିଷାନଙ୍କ ତାଙ୍କୁ ଶ୍ରେଷ୍ଠ ୧୦ରେ ସ୍ଥାନ ମିଳିଛି। ସେ ୧୭ ବ୍ୟାଟସମ୍ୟାନଙ୍କୁ…

ନୂତନ ସରପଞ୍ଚ ଭାବେ ଦାୟିତ୍ୱ ନେଲେ ବନିତା ଶବର, ପଞ୍ଚାୟତର ଉନ୍ନତି ନିମନ୍ତେ…..

ଗୁଡାରି,୧୮।୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକର ଏମକେରାଇ ଗ୍ରାମପଞ୍ଚାୟତର ନୂତନ ସରପଞ୍ଚ ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କଲେ ବନିତା ଶବର । ଗ୍ରାମପଞ୍ଚାୟତର…

ଭେଣ୍ଟିଲେଟରରେ ସଲମାନଙ୍କ ବାପା: ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଲା ବଡ଼ ଅପଡେଟ୍‌

ବଲିଉଡର ବରିଷ୍ଠ ସ୍କ୍ରିନ୍‌ରାଇଟର୍‌ ସଲିମ ଖାନ ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ସ୍ବାସ୍ଥ୍ୟବସ୍ଥା ଖରାପ ହେବା ପରେ ତାଙ୍କୁ ଫେବୃଆରୀ ୧୭ ସକାଳେ ହସ୍ପିଟାଲକୁ ଅଣାଯାଇଥିଲା।…

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ, କହିଲେ ଏହି କାରଣ

ଭୁବନେଶ୍ବର,୧୮।୨: କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ଜୟରାମ ପାଙ୍ଗୀ । ବୁଧବାର ସେ ଇସ୍ତଫା ପତ୍ର ପିସିସି ସଭାପତି ଭକ୍ତଚରଣ ଦାସଙ୍କ ନିକଟକୁ ପଠାଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri