ଜିଲାରେ ବଢୁଛି ଆରୋଗ୍ୟ ହାର

ଢେଙ୍କାନାଳ ଅଫିସ, ୪।୭ – ଢେଙ୍କାନାଳ ଜିଲାରେ କରୋନା ଆକ୍ରାନ୍ତ କ୍ରମାଗତ ସୁସ୍ଥ ହେବା ପ୍ରଶାସନ ପାଇଁ ଆଶ୍ୱସ୍ତି ଆଣିଛି। ଏପ୍ରିଲ୍‌ ୯ରେ ଢେଙ୍କାନାଳ ସହରରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୮୨ରେ ପହଞ୍ଚତ୍ଛି। ତେବେ ଇତିମଧ୍ୟରେ ୬୫ ଜଣ ସୁସ୍ଥ ହୋଇ ଫେରିଲେଣି। ଅନ୍ୟ ୧୭ ମାମଲା ସକ୍ରିୟ ରହିଛି। ଜୁଲାଇରେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ନିଜେ ସତର୍କ ରହିବା ସହ ଅନ୍ୟମାନଙ୍କୁ ଏ ଦିଗରେ ସଚେତନ କରାଇଲେ ବିପତ୍ତି ଟଳିବ ଏବଂ କରୋନା ଉପରେ ଅଙ୍କୁଶ ଲାଗିବ ବୋଲି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଜିଲାବାସୀଙ୍କୁ ନିବେଦନ କରିଛନ୍ତି।
ଜିଲାରେ ଶୁକ୍ରବାର ୯ଜଣ ଆକ୍ରାନ୍ତ କରୋନା ମୁକ୍ତ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ହେଉଛନ୍ତି ପରଜଙ୍ଗ ବ୍ଲକର। ସମସ୍ତେ ତାଳଚେର କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସେହିପରି ଓଡ଼ାପଡ଼ା ବ୍ଲକର ୨ଜଣ ଢେଙ୍କାନାଳ କୋଭିଡ୍‌ ହେଲଥ୍‌ ସେଣ୍ଟରରେ ଚିକିତ୍ସିତ ହେଉଥିଲେ। ଅପରପକ୍ଷେ ଜିଲାରେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଢେଙ୍କାନାଳ ପୌରସଂସ୍ଥା ସଙ୍ଗରୋଧ କେନ୍ଦ୍ରରୁ ଜଣେ, ଭୁବନ ବ୍ଲକ ଅନଳ ସଙ୍ଗରୋଧ କେନ୍ଦ୍ରରୁ ଜଣେ, ସଦର ବ୍ଲକ ନାଠୁଆ ସଙ୍ଗରୋଧ କେନ୍ଦ୍ରରୁ ଜଣେ ଅଛନ୍ତି। ସମ୍ପୃକ୍ତ ୩ଜଣ ଯଥାକ୍ରମେ ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶ ଏବଂ କର୍ନାଟକରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିଲେ। ଗତ ଜୁନ୍‌ ୩୦ରେ ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ଲାଗି ପଠାଯାଇଥିଲା। ଗୁରୁବାର ସନ୍ଧ୍ୟାରେ ସମ୍ପୃକ୍ତ ୩ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଆକ୍ରାନ୍ତଙ୍କୁ ଢେଙ୍କାନାଳ କୋଭିଡ୍‌ ହେଲଥ ସେଣ୍ଟରକୁ ପଠାଇ ଦିଆଯାଇଛି। ସେମାନେ ରହୁଥିବା ସଙ୍ଗରୋଧ କେନ୍ଦ୍ରଗୁଡିକୁ ବିଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

କୁରୁକୁଟି ମୌଜାରେ ଜମି ବିବାଦ ଅସମାହିତ: ଜିଲାପାଳ-ଏସପିଙ୍କ ବୁଝାଶୁଝା ସତ୍ତ୍ୱେ ହଟିଲେନି ଆନ୍ଦୋଳନକାରୀ

ଥୁଆମୂଳ ରାମପୁର, ୩ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣକୁ ନେଇ ଚାଲିଥିବା ବିବାଦ ଆଜି…

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

୬ ଘଣ୍ଟା ଧରି ପୂର୍ତ୍ତ ବିଭାଗ କର୍ମଚାରୀଙ୍କ ହାତଗୋଡ଼ ବାନ୍ଧି ମାଡ଼ ମାରି ଲୁଟ୍‌, ମହିଳାଙ୍କ ସମେତ ୫ଜଣଙ୍କୁ ବାନ୍ଧିଲା…

ରାୟଗଡ଼ା, ୩।୪ (ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହରରେ ଜଣେ ସରକାରୀ କର୍ମଚାରୀଙ୍କୁ ବନ୍ଧୁକ ଦେଖାଇ ମରଣାନ୍ତକ ଆକ୍ରମଣ ଓ ଲୁଟ କରିବା ଘଟଣାର ପର୍ଦ୍ଦାଫାଶ କରିଛି…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri