ଜିଲାରେ ବଢୁଛି ଆରୋଗ୍ୟ ହାର

ଢେଙ୍କାନାଳ ଅଫିସ, ୪।୭ – ଢେଙ୍କାନାଳ ଜିଲାରେ କରୋନା ଆକ୍ରାନ୍ତ କ୍ରମାଗତ ସୁସ୍ଥ ହେବା ପ୍ରଶାସନ ପାଇଁ ଆଶ୍ୱସ୍ତି ଆଣିଛି। ଏପ୍ରିଲ୍‌ ୯ରେ ଢେଙ୍କାନାଳ ସହରରୁ ପ୍ରଥମ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାପରେ ମୋଟ୍‌ ପଜିଟିଭ୍‌ ସଂଖ୍ୟା ୮୨ରେ ପହଞ୍ଚତ୍ଛି। ତେବେ ଇତିମଧ୍ୟରେ ୬୫ ଜଣ ସୁସ୍ଥ ହୋଇ ଫେରିଲେଣି। ଅନ୍ୟ ୧୭ ମାମଲା ସକ୍ରିୟ ରହିଛି। ଜୁଲାଇରେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ନିଜେ ସତର୍କ ରହିବା ସହ ଅନ୍ୟମାନଙ୍କୁ ଏ ଦିଗରେ ସଚେତନ କରାଇଲେ ବିପତ୍ତି ଟଳିବ ଏବଂ କରୋନା ଉପରେ ଅଙ୍କୁଶ ଲାଗିବ ବୋଲି ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଜିଲାବାସୀଙ୍କୁ ନିବେଦନ କରିଛନ୍ତି।
ଜିଲାରେ ଶୁକ୍ରବାର ୯ଜଣ ଆକ୍ରାନ୍ତ କରୋନା ମୁକ୍ତ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ହେଉଛନ୍ତି ପରଜଙ୍ଗ ବ୍ଲକର। ସମସ୍ତେ ତାଳଚେର କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ସେହିପରି ଓଡ଼ାପଡ଼ା ବ୍ଲକର ୨ଜଣ ଢେଙ୍କାନାଳ କୋଭିଡ୍‌ ହେଲଥ୍‌ ସେଣ୍ଟରରେ ଚିକିତ୍ସିତ ହେଉଥିଲେ। ଅପରପକ୍ଷେ ଜିଲାରେ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଢେଙ୍କାନାଳ ପୌରସଂସ୍ଥା ସଙ୍ଗରୋଧ କେନ୍ଦ୍ରରୁ ଜଣେ, ଭୁବନ ବ୍ଲକ ଅନଳ ସଙ୍ଗରୋଧ କେନ୍ଦ୍ରରୁ ଜଣେ, ସଦର ବ୍ଲକ ନାଠୁଆ ସଙ୍ଗରୋଧ କେନ୍ଦ୍ରରୁ ଜଣେ ଅଛନ୍ତି। ସମ୍ପୃକ୍ତ ୩ଜଣ ଯଥାକ୍ରମେ ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶ ଏବଂ କର୍ନାଟକରୁ ଫେରି ସଙ୍ଗରୋଧ କେନ୍ଦ୍ରରେ ଥିଲେ। ଗତ ଜୁନ୍‌ ୩୦ରେ ସମସ୍ତଙ୍କ ସ୍ବାବ୍‌ ସଂଗ୍ରହ କରି ପରୀକ୍ଷା ଲାଗି ପଠାଯାଇଥିଲା। ଗୁରୁବାର ସନ୍ଧ୍ୟାରେ ସମ୍ପୃକ୍ତ ୩ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିଛି। ଆକ୍ରାନ୍ତଙ୍କୁ ଢେଙ୍କାନାଳ କୋଭିଡ୍‌ ହେଲଥ ସେଣ୍ଟରକୁ ପଠାଇ ଦିଆଯାଇଛି। ସେମାନେ ରହୁଥିବା ସଙ୍ଗରୋଧ କେନ୍ଦ୍ରଗୁଡିକୁ ବିଶୋଧନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?