ଆଣ୍ଠୁ ଗଣ୍ଠି ଦରଜ ଦୂର କରେ ଲେମ୍ବୁ

ଅନେକ ଘରୋଇ ଉପଚାର ମାଧ୍ୟମରେ ବେଳେ ବେଳେ କିଛି ଜଟିଳ ସମସ୍ୟାରୁ ମୁକ୍ତି ମିଳିଥାଏ । ଏମିତି ଅନେକ ଲୋକ ଅଛନ୍ତି ଯେଉଁମାନେ ପ୍ରାୟ ପ୍ରତିଦିନ ଆଣ୍ଠୁଗଣ୍ଠି ସମସ୍ୟାରେ ପୀଡ଼ିତ ହୋଇଥାଆନ୍ତି । ହେଲେ ଲେମ୍ବୁ ଚୋପାର ତେଲ ବ୍ୟବହାର କରି ଏହି ସମସ୍ୟାରୁ ସହଜରେ ମୁକ୍ତି ମିଳିପାରିବ । ଲେମ୍ବୁ ଏକ ଖଟା ଫଳ ହୋଇଥିବା ବେଳେ ଏଥିରେ ପ୍ରଚୁର ପରିମାଣରେ ରହିଛି ଭିଟାମିନ୍ ସି । ଏହାସହ ଏଥିରେ ଆଣ୍ଟିଅକ୍ସିଡାଣ୍ଟ ଓ ମିନେରାଲ୍‌ସ୍ ବି ରହିଛି । ଏହା ରୋଗପ୍ରତିରୋଧକ ଶକ୍ତି ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ । ଯେମିତିକି ଫ୍ଲୁ, ସର୍ଦ୍ଦି, କାଶ ଓ ବ୍ୟାକ୍ଟେରିଆ ଇନଫେକ୍ସନରୁ ଏହା ଆମକୁ ସୁରକ୍ଷା ଦେଇଥାଏ । ଏହାସହ ଆଣ୍ଠୁଗଣ୍ଠି ସମସ୍ୟା ବା ଜଏଣ୍ଟ ପେନ୍‌ରୁ ବି ଏହା ମୁକ୍ତି ଦେଇଥାଏ । ତେବେ ଏହାର ପ୍ର୍‌ସ୍ତୁତି ପାଇଁ ଏକ କପ୍ ଅଲିଭ ଅଏଲ, ୨ଟା ବଡ ଲେମ୍ବୁ, ୫ ୟୁକାଲିପଟାସ୍ ପତ୍ର, ୨ ସଫା କପଡା ପଟି, କିଛି ପ୍ଲାଷ୍ଟିକ ସୂତା ଏଥିପାଇଁ ଆବଶ୍ୟକ ହୋଇଥାଏ । ପ୍ରଥମେ ଲେମ୍ବୁର ଚୋପାକୁ ଛଡାଇ ଏହାକୁ ଛୋଟ ଛୋଟ ଖଣ୍ଡରେ କାଟିଦେବା । ଏହାପରେ ଏହାକୁ ଏକ ସଫା ଜାର୍‌ରେ ପକାଇ ଏଥିରେ ଅଲିଭ ଅଏଲ ଢାଳିବା ଯେମିତି ଲେମ୍ବୁର ଚୋପା ତେଲରେ ବୁଡିଯିବ । ଏଥିରେ ୟୁକାଲିପଟାସ ପତ୍ରକୁ ଛୋଟ ଛୋଟ କରି କାଟି ପକାଇ ଦେବା । ଜାର୍‌କୁ ବନ୍ଦ କରିନେବା । ଏହାପରେ ଏହାକୁ ଘରର ଏକ ଥଣ୍ଡା ଓ ଅନ୍ଧାରିଆ ସ୍ଥାନରେ ୨ ସପ୍ତାହ ପର୍ଯ୍ୟନ୍ତ ରଖିଦେବା । ୨ ସପ୍ତାହ ପରେ ଜାର୍‌କୁ ବାହାର କରି ଦୁଇଟି ସଫା କପଡା ପଟିକୁ ଏହି ତେଲରେ ବୁଡାଇ ଦରଜ ହେଉଥିବା ସ୍ଥାନରେ ବାନ୍ଧିଲେ ଆରାମ ମିଳିଥାଏ । ଏମିତି ସପ୍ତାହକୁ ୩ଥର କଲେ ଲାଭ ମିଳିଥାଏ ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

ବିଶ୍ୱ ବଜାରରେ ଚାଇନାକୁ ପଛରେ ପକାଇବ ଭାରତ: ଆମେରିକାର ୩୦ ବିଲିୟନ ଡଲାର ନିବେଶ ଘୋଷଣା

ନୂଆଦିଲ୍ଲୀ,୬ା୨: ବିଶ୍ୱ ଅର୍ଥନୀତିର ଗତିପଥ ବଦଳାଇବା ପାଇଁ ଭାରତ ଓ ଆମେରିକା ମଧ୍ୟରେ ଏକ ବଡ଼ ରଣନୈତିକ ବୁଝାମଣା ହୋଇଛି। ଚାଇନାର ଏକାଧିପତ୍ୟକୁ ରୋକିବା ପାଇଁ ଆମେରିକା…

ନେତୃତ୍ୱ ଆଶଙ୍କାରେ ବିଜେଡି: କିଏ ହେବେ ଆଗାମୀ ନେତା

ଭୁବନେଶ୍ୱର,୬।୨ (ସୁନିତ୍‌ ମିଶ୍ର):ନିମାପଡ଼ା ନିର୍ବାଚନମଣ୍ଡଳୀରେ ବିଜେଡିର ନେତା କିଏ ହେବେ ତାକୁ ନେଇ ଦଳ ଭିତରେ ବର୍ତ୍ତମାନ ମାନସମନ୍ଥନ ଆରମ୍ଭ ହୋଇଯାଇଛି। ନିମାପଡ଼ା ବିଧାନସଭା କ୍ଷେତ୍ରରୁ ପ୍ରଭାତୀ…

ଚାଲି ଚାଲି ଶାଶୁଘର ଗାଁ ବୁଲିଲେ ରାଷ୍ଟ୍ରପତି: ପ୍ରୋଟୋକଲ ଭାଙ୍ଗି…

ବାରିପଦା/ ରାଇରଙ୍ଗପୁର, ୬ା୨(ନୀଳାଦ୍ରି ବିହାରୀ ଦଣ୍ଡପାଟ/ ମାନସ ମହାନ୍ତି):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସିଛନ୍ତି।  ଶାଶୁଘର ପାହାଡ଼ପୁର ଗ୍ରାମକୁ ଯାଇ ବିଭିନ୍ନ କାର୍ଯ୍ୟକ୍ରମରେ…

ସମସ୍ୟା ଘେରରେ ସାହାଜଟ ଆଶ୍ରମ ବିଦ୍ୟାଳୟ: ବାରଣ୍ଡାରେ ବସି ପାଠ ପଢୁଛନ୍ତି ପିଲା

ନୂଆପଡ଼ା,୬ା୨ (ମକାରୁ ବେମାଲ):ନୂଆପଡ଼ା ଜିଲା କୋମନା ବ୍ଲକ ଜଟଗଡ ପଞ୍ଚାୟତର ସାହାଜଟ ଆଶ୍ରମ ବିଦ୍ୟାଳୟ ସମସ୍ୟାଘେରରେ ଗତିକରୁଛି। ୧୯୫୫ ମସିହାରେ ସ୍ଥାପିତ ଏହି ବିଦ୍ୟାଳୟରେ ପ୍ରଥମରୁ ଅଷ୍ଟମ…

ଖଣି ବିଭାଗର ଚଢ଼ାଉ: ୩ ବାଲି ବୋଝେଇ ହାଇୱା ଜବତ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି): ଖଣି ବିଭାଗ ଥୁଆମୂଳ ରାମପୁର ଅଞ୍ଚଳରେ ଚଢ଼ାଉ କରି ୩ ବାଲି ବୋଝେଇ ହାଇୱା ଜବତ କରିଛି। କଳାହାଣ୍ଡି ଖଣି…

ରାଇପାହାଡ଼ରେ ଆନ୍ଧ୍ର ନେତା: ଆନ୍ଧ୍ର ଯୋଜନାରେ ସାମିଲ ପାଇଁ ପ୍ରଲୋଭନ

ନନ୍ଦପୁର/ପାଡୁଆ,୬ା୨(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଆନ୍ଧ୍ର ସୀମାନ୍ତ ଗୋଲୁର ପଞ୍ଚାୟତ ରାଇପାହାଡ଼ ଗ୍ରାମରେ ଆନ୍ଧ୍ରପ୍ରଦେଶ ନେତାମାନେ ଗୁରୁବାର ବୈଠକ କରିଛନ୍ତି। ଆନ୍ଧ୍ରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri