ପାଟଣା,୨୦।୪,(ବୀରକିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେଗେନା ଠାରେ ରବିବାର ଇଣ୍ଡିଆନ ବାଇ ବାର୍ଥ ଫାଉଣ୍ଡେସନ ଏବଂ କେନ୍ଦୁଝର ସ୍ଥିତ ଭୂମିକା ଚକ୍ଷୁ ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଓ ସ୍ବାସ୍ଥ୍ୟ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି l କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ ଯୋଗଦେଇ ଦେବା ସହ ନିଜ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ। ଶିବିରରେ ସ୍ଥାନୀୟ ଅଞ୍ଚଳର ଲୋକେ ମାଗଣା ଚକ୍ଷୁ ଚିକିତ୍ସା କରିବା ସହ ସ୍ବାସ୍ଥ୍ୟ ପରୀକ୍ଷା କରାଇଥିଲେ।